Posted inଜାତୀୟ

ରାହୁଲ ଗାନ୍ଧୀଙ୍କୁ ଡରିଗଲେ ସରକାର: ସଞ୍ଜୟ ରାଉତ

ନୂଆଦିଲ୍ଲୀ,୬।୮: ମୋଦି ସରନେମ ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ସୁପ୍ରିମକୋର୍ଟଙ୍କଠାରୁ ଆଶ୍ୱସ୍ତି ପାଇଛନ୍ତି। ବର୍ତ୍ତମାନ ତାଙ୍କର ସଂସଦର ସଦସ୍ୟତା ନେଇ ରାଜନୀତି ଆରମ୍ଭ ହୋଇଛି। ଶିବସେନା (ୟୁବିଟି) ର ରାଜ୍ୟ ସଭା ଏମ୍‌ପି ସଞ୍ଜୟ ରାଉତ ଲୋକ ସଭା ବାଚସ୍ପତି ଓମ ବିର୍ଲାଙ୍କୁ ଟାର୍ଗେଟ୍‌ କରିଛନ୍ତି।
ସେ କହିଛନ୍ତି, ରାହୁଲ ଗାନ୍ଧୀଙ୍କୁ ସରକାର ଭୟ କରୁଛନ୍ତି। ସୁରତ କୋର୍ଟର ନିଷ୍ପତ୍ତି ପରେ ତୁରନ୍ତ ବାଚସ୍ପତି ତାଙ୍କୁ ନିଲମ୍ବନ କରି ଘରୁ ବାହାର କରିଦେଲେ। ସୁପ୍ରିମକୋର୍ଟ ସେହି ନିଷ୍ପତ୍ତି ସ୍ଥଗିତ ରଖିଛନ୍ତି। ଆଜି ସେହି ନିଷ୍ପତ୍ତି ହେବାର ତିନି ଦିନ ବିତିଗଲାଣି କିନ୍ତୁ ବାଚସ୍ପତି କହୁଛନ୍ତି ଯେ ତାଙ୍କୁ ମାମଲା ଉପରେ ଆହୁରି ଅଧ୍ୟୟନ କରିବାକୁ ପଡ଼ିବ। ରାହୁଲଙ୍କ ସଦସ୍ୟତା ରଦ୍ଦ କରିବା ପୂର୍ବରୁ ଆପଣ ଅଧ୍ୟୟନ କରିଥିଲେ କି? ଆପଣ ସେହି ବିଷୟ ଉପରେ ପିଏଚ୍‌ଡି କରିବାକୁ ଚାହୁଁଛନ୍ତି କି ବୋଲି ସେ ପ୍ରଶ୍ନ କରିଛନ୍ତି।
ସୂଚନାଯୋଗ୍ୟ,ମୋଦି ସରନେମ୍‌ ମାମଲାରେ ସୁପ୍ରିମକୋର୍ଟଙ୍କ ପକ୍ଷରୁ ରାହୁଲ ଗାନ୍ଧୀଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ଏହି ମାମଲାରେ ଏହାର ରାୟ ଦେବାବେଳେ ସୁପ୍ରିମକୋର୍ଟ ରାହୁଲଙ୍କ ଦଣ୍ଡକୁ ସ୍ଥଗିତ ରଖିଛନ୍ତି। ରାହୁଲଙ୍କୁ ଆଶ୍ୱସ୍ତି ପ୍ରଦାନ କରି ବିଚାରପତି କହିଛନ୍ତି, ସେସନ୍ସ କୋର୍ଟରେ ଆବେଦନ ବିଚାର ନ ହେବା ପର୍ଯ୍ୟନ୍ତ ରାହୁଲଙ୍କ ଦଣ୍ଡାଦେଶ ଉପରେ ରୋକ ଲାଗିଛି। ସୁପ୍ରିମକୋର୍ଟରୁ ରାହୁଲ ଗାନ୍ଧୀ ଆଶ୍ୱସ୍ତି ପାଇବା ପରେ କଂଗ୍ରେସ କହିଛି, ଏହା ହେଉଛି ଘୃଣା ବିରୋଧରେ ପ୍ରେମର ବିଜୟ। ସତ୍ୟମେବ ଜୟତେ-ଜୟ ହିନ୍ଦ। ଏହାପୂର୍ବରୁ ଗୁଜରାଟ ହାଇକୋର୍ଟ ଏହି ମାମଲାରେ ରାହୁଲ ଦଣ୍ଡାଦେଶ ଉପରେ ରୋକ ଲଗାଇବାକୁ ମନା କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଧ-ଗୁରୁଙ୍କ ଯୁତିରେ ୪ ରାଶିଙ୍କ ଫିଟିବ ଭାଗ୍ୟ, ଟଙ୍କାରେ ଭରିଯିବ ସିନ୍ଦୁକ, ଚାକିରିରେ ବଡ଼ ପଦବୀ…

ବୈଦିକ ଜ୍ୟୋତିଷରେ ବୁଧ ଏବଂ ବୃହସ୍ପତି (ଗୁରୁ) ଉଭୟ ଅତ୍ୟନ୍ତ ଶୁଭ ଗ୍ରହ, କାରଣ ଶୁକ୍ରଙ୍କ ତୁଳନାରେ ଏମାନଙ୍କ ମଧ୍ୟରେ ଦେବତ୍ୱ ରହିଛି। ଯେତେବେଳେ ବୁଧ-ଗୁରୁଙ୍କ ଯୁତି,…

ବିଫଳତାର ସ୍ମାରକୀ

ଚଳିତ ମାସରୁ ୱାଶିଂଟନ ଡିସିରେ ଡୋନାଲ୍ଡ ଟ୍ରମ୍ପ୍‌ ଏକ ତୋରଣାକୃତି ବିଜୟ ସ୍ମାରକୀ କାମ ଆରମ୍ଭ କରିବାକୁ ଯାଉଛନ୍ତି। ପ୍ୟାରିସ୍‌ର ‘ଆର୍କ ଡି ଟ୍ରାୟୋମ୍ଫ’ ଢାଞ୍ଚାରେ ଏହାକୁ…

ସକାଳୁ ସକାଳୁ ବର୍ଷାକୁ ନେଇ ବଡ଼ ଅପଡେଟ୍‌: ଜାରି ହେଲା ଆଲର୍ଟ, ଓଡ଼ିଶାର ଏହି ଜିଲାରେ…

ଭୁବନେଶ୍ୱର,୨୦ା୯(ସୌମ୍ୟରଞ୍ଜନ ରାଉତ): ଉତ୍ତର ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଶନିବାର ସାରେ ଲଘୁଚାପର ରୂପ ନେଇଛି। ପଶ୍ଚିମ ଓ ଉତ୍ତର ପଶ୍ଚିମ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?