Posted inରାଜ୍ୟ

ସରକାରୀ କର୍ମଚାରୀ ବିଜେଡି ଲାଗି ପ୍ରଚାର କଲେ ବିଦା ହେବେ: ଭାଜପା

ଭୁବନେଶ୍ବର, ୨୪ା୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ଲାଗି କଲେଜରେ ବୈଠକ କରି ୩ ଅଧ୍ୟାପକ ନିଲମ୍ବିତ ହେବା ପରେ ସରକାରୀ କର୍ମଚାରୀଙ୍କୁ ଭାଜପା ଟାର୍ଗେଟ କରିଛି। ଯଦି ଆଗକୁ ସରକାରୀ କର୍ମଚାରୀମାନେ ଏଭଳି କରନ୍ତି ତେବେ ଚାକିରିରୁ ବିଦା ହେବେ ବୋଲି ଭାଜପା ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ଚେତାବନୀ ଦେଇଛନ୍ତି। ଏକ ଖବରଦାତା ସମ୍ମିଳନୀ ଜରିଆରେ ବୁଧବାର ଲେଖାଶ୍ରୀ କହିଛନ୍ତି, ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ଗତ ନଭେମ୍ବର ୧୯ରେ ଗୋଟିଏ ସରକାରୀ ସ୍କୁଲ ଏବଂ ସରକାରୀ କଲେଜ ପରିସର ଭିତରେ ସରକାରୀ ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷ, ଅଧ୍ୟାପକ ଓ ପ୍ରାଧ୍ୟାପକଙ୍କ ସହ ବୈଠକ କରିଥିଲେ । ବୈଠକରେ ପଦ୍ମପୁର ଉପନିର୍ବାଚନ ସଂକ୍ରାନ୍ତରେ ଆଲୋଚନା କରାଯିବା ସହିତ ଶାସକ ବିଜେଡି ସପକ୍ଷରେ କାର୍ଯ୍ୟ କରାଯିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ଏହି ବୈଠକକୁ ପଦ୍ମପୁର ଅଞ୍ଚଳ କଲେଜର ଇତିହାସ ବିଭାଗ ଅଧ୍ୟାପକ କୃଷ୍ଣମୋହନ ପଣ୍ଡା, ମାଣ୍ଡୋସିଲ୍‌ ଡିଗ୍ରୀ କଲେଜର ପ୍ରିନ୍ସିପାଲ(ଇନଚାର୍ଜ) ବିନୟ ରଞ୍ଜନ ପଣ୍ଡା, ଡଭା ଉଚ୍ଚ ମାଧ୍ୟମିକ ସ୍କୁଲର ରାଜନୀତି ବିଜ୍ଞାନର ଅଧ୍ୟାପକ ସୁଧୀର କୁମାର ରଥ ପ୍ରମୁଖ ଆୟୋଜନ କରିଥିଲେ । ସରକାରୀ କର୍ମଚାରୀ ହୋଇ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ କରିଥିବା ଯୋଗୁ ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଭାଜପା ପକ୍ଷରୁ ପ୍ରଥମେ ଜିଲା ନିର୍ବାଚନ ଅଧିକାରୀ ତଥା ବରଗଡ଼ ଜିଲାପାଳ ଏବଂ ପରେ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଦାବି କରାଯାଇଥିଲା। ଭାଜପାର ଅଭିଯୋଗ ସତ୍ୟ ବୋଲି ତଦନ୍ତ ପରେ ଜଣାପଡ଼ିବାରୁ ଆଇନ ଅମାନ୍ୟକାରୀ ତିନି ସରକାରୀ ଶିକ୍ଷକଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯାଇ ତାଙ୍କୁ ନିଲମ୍ବନ କରାଯାଇଛି । ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ନିଲମ୍ବିତ ଶିକ୍ଷକମାନେ ବିଜେଡିର କାମ କଲେ ଏବଂ ଚାକିରିରୁ ବିଦା ହେଲେ । ଆଗକୁ ମଧ୍ୟ ସରକାରୀ କର୍ମଚାରୀ ଯଦି ଶାସକ ବିଜେଡି ସପକ୍ଷରେ ଭୋଟ କାର୍ଯ୍ୟ କରିବେ ତେବେ ସେମାନେ ମଧ୍ୟ ନିଜ ନିଜ ଚାକରିରୁ ବିଦା ହେବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri