Posted inଜାତୀୟ

ଆଦାନୀଙ୍କ ସମସ୍ତ ସମ୍ପତ୍ତିର ଜାତୀୟକରଣ କରନ୍ତୁ ସରକାର: ସୁବ୍ରମଣ୍ୟମ ସ୍ବାମୀ…

ନୂଆଦିଲ୍ଲୀ,୮।୨ : ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ସୁବ୍ରମଣ୍ୟମ ସ୍ବାମୀ କହିଛନ୍ତି ଯେ କେନ୍ଦ୍ର ସରକାର ଗୌତମ ଆଦାନୀଙ୍କ ସମ୍ପତ୍ତିକୁ ଜାତୀୟକରଣ କରିବା ଉଚିତ ଏବଂ ପରେ ଏହି ସମ୍ପତ୍ତି ନିଲାମ କରିବା ଆବଶ୍ୟକ। ଯେତେବେଳେ ଆଦାନୀ ମାମଲା ଏବଂ ସରକାରଙ୍କୁ ଘେରି ରହିଥିବା ବିରୋଧୀ ଦଳ ବିଷୟରେ ସ୍ବାମୀଙ୍କୁ ପଚରାଯାଇଥିଲା, ସେତେବେଳେ ସେ କହିଛନ୍ତି ମୁଁ ଚାହୁଁଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଦାନୀ ଗ୍ରୁପର ସମସ୍ତ ସମ୍ପତ୍ତିକୁ ଜାତୀୟକରଣ କରନ୍ତୁ ଏବଂ ତା’ପରେ ନିଲାମରୁ ପ୍ରାପ୍ତ ଟଙ୍କା ସେହି ଲୋକଙ୍କୁ ଦିଅନ୍ତୁ ଯେଉଁମାନେ ଆଦାନୀ ଶେୟାରରେ ଖସିଯିବା କାରଣରୁ ନିଜ ନିଜର ଟଙ୍କା ହରାଇଛନ୍ତି।

ସ୍ବାମୀ ଅଭିଯୋଗ କରିଛନ୍ତି ଯେ କଂଗ୍ରେସ ଆଦାନୀଙ୍କ ସହ ଡିଲ୍‌ କରିପାରି ନାହିଁ କିନ୍ତୁ ମୁଁ ଅନେକ କଂଗ୍ରେସ ନେତାଙ୍କୁ ଜାଣେ ଯେଉଁମାନେ ଆଦାନୀଙ୍କ ସହ କାରବାର କରନ୍ତି କିନ୍ତୁ ମୁଁ କଂଗ୍ରେସ ବିଷୟରେ ଚିନ୍ତା କରେ ନାହିଁ ମୁଁ ଚାହୁଁଛି ଯେ ଭାଜପାର ସ୍ବଚ୍ଛତା ପ୍ରମାଣିତ ହେଉ। ସାଧାରଣ ଲୋକ ମତ ଦେଇଛନ୍ତି ଯେ ମୋଦି କିଛି ଲୁଚାଉଛନ୍ତି ଏବଂ ବର୍ତ୍ତମାନ ଏସବୁ ସର୍ବ ସମ୍ମୁଖରେ ପରିଷ୍କାର ହେବା ସରକାରଙ୍କ ଦାୟିତ୍ୱ ଅଟେ। ସ୍ବାମୀଙ୍କ ମନ୍ତବ୍ୟ ନେଇ ଏବେ ରାଜନୈତିକ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ…

ଦବିଲା ଋଷିକୁଲ୍ୟା ନଦୀର ପଥର ବାଜ, ବିପଦରେ ଦାମୋଦରପୁର

ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ ): ନଦୀକୂଳ ତଟବର୍ତ୍ତୀ ଅଞ୍ଚଳକୁ ବନ୍ୟା ଜଳରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?