ରାଜ୍ୟବାସୀଙ୍କୁ ଭୁଆଁ ବୁଲାଇବାରୁ କ୍ଷାନ୍ତ ରୁହନ୍ତୁ ସରକାର: ବିଜେଡି

ଭୁବନେଶ୍ୱର,୩୦।୮(ଅନିଲ ଦାସ):ବିଧାନସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତରକୁ ନେଇ କେତେକ ଗଣମାଧ୍ୟମ ବିଭ୍ରାନ୍ତିକର ଖବର ପରିବେଷଣ କରୁଛନ୍ତି। ୨୦୨୩-୨୪ ଆର୍ଥିକ ବର୍ଷରେ ରାଜ୍ୟ ସରକାର କେତେ ଟଙ୍କା ବିଜ୍ଞାପନ ଏବଂ ଆଡଭର୍ଟରିଆଲରେ ଖର୍ଚ୍ଚ କରିଛନ୍ତି ପ୍ରଶ୍ନର ଉତ୍ତରରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ଏବଂ ୫-ଟି ଅଧ୍ୟକ୍ଷଙ୍କ ଫଟୋ ସହିତ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ଓ କେତେକ ବିଶେଷ କାର୍ଯ୍ୟକ୍ରମ ଯଥା- ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ, ମା’ ସମଲେଇ ପ୍ରକଳ୍ପ, ନୂଆ-ଓ ସ୍ମାର୍ଟ କାର୍ଡ ସ୍କିମ୍‌ ପାଇଁ ୨ ଥର ବିଶେଷ ଆଲେଖ୍ୟ ପ୍ରକାଶ ପାଇଥିଲା। କିନ୍ତୁ ଏହି ଉତ୍ତରକୁ ଭିତ୍ତିକରି କିଛି ନିର୍ଦ୍ଦିଷ୍ଟ ଗଣମାଧ୍ୟମ ଭି.କେ. ପାଣ୍ଡିଆନଙ୍କ ଫଟୋ ଛାପିବା ପାଇଁ ୧୫ କୋଟି ଟଙ୍କା ଖର୍ଚ୍ଚ ହୋଇଥିବା ସଂକ୍ରାନ୍ତ ଖବର ପରିବେଷଣ କରୁଛନ୍ତି। ଏପରିକି ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ କୌଣସି ଆଡଭର୍ଟରିଆଲରେ ଭି.କେ. ପାଣ୍ଡିଆନଙ୍କ ଫଟୋ ପ୍ରକାଶ ପାଇନାହିଁ। ଏହି ଧାରାରେ ଏକ ନ୍ୟୁଜ୍‌ ଚ୍ୟାନେଲର ଡିଜିଟାଲ ପ୍ଲାଟଫର୍ମରେ ପାଣ୍ଡିଆନଙ୍କ ହେଲିକପ୍ଟର ଖର୍ଚ୍ଚ ୧୫ କୋଟି ଟଙ୍କା ହୋଇଛି ବୋଲି ଲେଖି ଲୋକଙ୍କଠାରୁ ମତାମତ ଆହ୍ବାନ କରାଯାଇଛି। ଏହା ଅତ୍ୟନ୍ତ ନିମ୍ନମାନର ଓ ଉଦ୍ଦେଶ୍ୟପ୍ରଣୋଦିତ ବୋଲି ବିଜେଡି ପକ୍ଷରୁ କୁହାଯାଇଛି।
ଗୁରୁବାର ଶଙ୍ଖ ଭବନଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଦଳର ମୁଖପାତ୍ର ତଥା ଗଣମାଧ୍ୟମ ସଂଯୋଜକ ଲେନିନ୍‌ ମହାନ୍ତି, ସାଂସଦ ସୁଲତା ଦେଓ ଓ ମୁଖପାତ୍ର ତୁମ୍ବନାଥ ପଣ୍ଡା କହିଛନ୍ତି, ରାଜ୍ୟ ସରକାର ଦାୟିତ୍ୱ ଗ୍ରହଣ କରିବା ପରଠାରୁ ଲୋକଙ୍କୁ ଦେଇଥିବା କୌଣସି ପ୍ରତିଶ୍ରୁତି ପୂରଣ କରିପାରୁ ନାହାନ୍ତି। ବୁଧବାର କେନ୍ଦ୍ର କ୍ୟାବିନେଟ୍‌ରେ ୧୨ଟି ସ୍ମାର୍ଟ ଶିଳ୍ପ ସହର ପ୍ରତିଷ୍ଠା ପାଇଁ ନିଷ୍ପତ୍ତି ହୋଇଥିବା ବେଳେ ଓଡ଼ିଶା ଏଥିରେ ସ୍ଥାନ ପାଇନାହିଁ। ନିର୍ବାଚନ ସମୟରେ ପ୍ରତ୍ୟେକ ମହିଳାଙ୍କୁ ସୁଭଦ୍ରା ଯୋଜନା ସହାୟତାର ପ୍ରତିଶ୍ରୁତି ଦେଇଥିବା ଭାଜପା ବର୍ତ୍ତମାନ ଅଧିକରୁ ଅଧିକ ମହିଳାଙ୍କୁ ଏହି ଯୋଜନାରୁ ବାଦ୍‌ ଦେବା ପାଇଁ ନିୟମାବଳୀ କରିଛନ୍ତି। ଓଡ଼ିଆ ଯୁବକଙ୍କୁ ଅଣଓଡ଼ିଆ ଯୁବକ ମାଡ଼ ମାରିବା ଘଟଣାରେ ରାଜ୍ୟ ଭାଜପା ସରକାରର ନୀରବତା କ’ଣ ଓଡ଼ିଆ ଅସ୍ମିତାର ପରିଚୟ କି ବୋଲି ବିଜେଡି ପ୍ରଶ୍ନ କରିଛି। କେନ୍ଦ୍ର ସରକାର ଗତ ୭ ବର୍ଷରେ ବିଜ୍ଞାପନ ବାବଦରେ ୬,୪୦୦ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି। ମଧ୍ୟପ୍ରଦେଶରେ ଥିବା ଭାଜପା ସରକାର ଗତ ୧ ବର୍ଷ ମଧ୍ୟରେ ୭୫୩ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି। ଭତ୍ତା ପ୍ରଦାନରେ ବରିଷ୍ଠ ନାଗରିକଙ୍କୁ ପ୍ରତାରଣା ଭଳି ଅନେକ ପ୍ରଶ୍ନକୁ ସାମ୍ନା କରି ନ ପାରି ରାଜ୍ୟ ଭାଜପା ସରକାର ବିଧାନସଭାରେ ଦେଇଥିବା ତଥ୍ୟକୁ ଭିନ୍ନ ଢଙ୍ଗରେ ଉପସ୍ଥାପନା କରି ଜନସାଧାରଣଙ୍କୁ ଭୁଅଁା ବୁଲାଇବା ପାଇଁ ଚେଷ୍ଟା କରୁଛନ୍ତି ବୋଲି ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri