ରାଜ୍ୟବାସୀଙ୍କୁ ଭୁଆଁ ବୁଲାଇବାରୁ କ୍ଷାନ୍ତ ରୁହନ୍ତୁ ସରକାର: ବିଜେଡି

ଭୁବନେଶ୍ୱର,୩୦।୮(ଅନିଲ ଦାସ):ବିଧାନସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତରକୁ ନେଇ କେତେକ ଗଣମାଧ୍ୟମ ବିଭ୍ରାନ୍ତିକର ଖବର ପରିବେଷଣ କରୁଛନ୍ତି। ୨୦୨୩-୨୪ ଆର୍ଥିକ ବର୍ଷରେ ରାଜ୍ୟ ସରକାର କେତେ ଟଙ୍କା ବିଜ୍ଞାପନ ଏବଂ ଆଡଭର୍ଟରିଆଲରେ ଖର୍ଚ୍ଚ କରିଛନ୍ତି ପ୍ରଶ୍ନର ଉତ୍ତରରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ଏବଂ ୫-ଟି ଅଧ୍ୟକ୍ଷଙ୍କ ଫଟୋ ସହିତ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ଓ କେତେକ ବିଶେଷ କାର୍ଯ୍ୟକ୍ରମ ଯଥା- ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ, ମା’ ସମଲେଇ ପ୍ରକଳ୍ପ, ନୂଆ-ଓ ସ୍ମାର୍ଟ କାର୍ଡ ସ୍କିମ୍‌ ପାଇଁ ୨ ଥର ବିଶେଷ ଆଲେଖ୍ୟ ପ୍ରକାଶ ପାଇଥିଲା। କିନ୍ତୁ ଏହି ଉତ୍ତରକୁ ଭିତ୍ତିକରି କିଛି ନିର୍ଦ୍ଦିଷ୍ଟ ଗଣମାଧ୍ୟମ ଭି.କେ. ପାଣ୍ଡିଆନଙ୍କ ଫଟୋ ଛାପିବା ପାଇଁ ୧୫ କୋଟି ଟଙ୍କା ଖର୍ଚ୍ଚ ହୋଇଥିବା ସଂକ୍ରାନ୍ତ ଖବର ପରିବେଷଣ କରୁଛନ୍ତି। ଏପରିକି ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ କୌଣସି ଆଡଭର୍ଟରିଆଲରେ ଭି.କେ. ପାଣ୍ଡିଆନଙ୍କ ଫଟୋ ପ୍ରକାଶ ପାଇନାହିଁ। ଏହି ଧାରାରେ ଏକ ନ୍ୟୁଜ୍‌ ଚ୍ୟାନେଲର ଡିଜିଟାଲ ପ୍ଲାଟଫର୍ମରେ ପାଣ୍ଡିଆନଙ୍କ ହେଲିକପ୍ଟର ଖର୍ଚ୍ଚ ୧୫ କୋଟି ଟଙ୍କା ହୋଇଛି ବୋଲି ଲେଖି ଲୋକଙ୍କଠାରୁ ମତାମତ ଆହ୍ବାନ କରାଯାଇଛି। ଏହା ଅତ୍ୟନ୍ତ ନିମ୍ନମାନର ଓ ଉଦ୍ଦେଶ୍ୟପ୍ରଣୋଦିତ ବୋଲି ବିଜେଡି ପକ୍ଷରୁ କୁହାଯାଇଛି।
ଗୁରୁବାର ଶଙ୍ଖ ଭବନଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଦଳର ମୁଖପାତ୍ର ତଥା ଗଣମାଧ୍ୟମ ସଂଯୋଜକ ଲେନିନ୍‌ ମହାନ୍ତି, ସାଂସଦ ସୁଲତା ଦେଓ ଓ ମୁଖପାତ୍ର ତୁମ୍ବନାଥ ପଣ୍ଡା କହିଛନ୍ତି, ରାଜ୍ୟ ସରକାର ଦାୟିତ୍ୱ ଗ୍ରହଣ କରିବା ପରଠାରୁ ଲୋକଙ୍କୁ ଦେଇଥିବା କୌଣସି ପ୍ରତିଶ୍ରୁତି ପୂରଣ କରିପାରୁ ନାହାନ୍ତି। ବୁଧବାର କେନ୍ଦ୍ର କ୍ୟାବିନେଟ୍‌ରେ ୧୨ଟି ସ୍ମାର୍ଟ ଶିଳ୍ପ ସହର ପ୍ରତିଷ୍ଠା ପାଇଁ ନିଷ୍ପତ୍ତି ହୋଇଥିବା ବେଳେ ଓଡ଼ିଶା ଏଥିରେ ସ୍ଥାନ ପାଇନାହିଁ। ନିର୍ବାଚନ ସମୟରେ ପ୍ରତ୍ୟେକ ମହିଳାଙ୍କୁ ସୁଭଦ୍ରା ଯୋଜନା ସହାୟତାର ପ୍ରତିଶ୍ରୁତି ଦେଇଥିବା ଭାଜପା ବର୍ତ୍ତମାନ ଅଧିକରୁ ଅଧିକ ମହିଳାଙ୍କୁ ଏହି ଯୋଜନାରୁ ବାଦ୍‌ ଦେବା ପାଇଁ ନିୟମାବଳୀ କରିଛନ୍ତି। ଓଡ଼ିଆ ଯୁବକଙ୍କୁ ଅଣଓଡ଼ିଆ ଯୁବକ ମାଡ଼ ମାରିବା ଘଟଣାରେ ରାଜ୍ୟ ଭାଜପା ସରକାରର ନୀରବତା କ’ଣ ଓଡ଼ିଆ ଅସ୍ମିତାର ପରିଚୟ କି ବୋଲି ବିଜେଡି ପ୍ରଶ୍ନ କରିଛି। କେନ୍ଦ୍ର ସରକାର ଗତ ୭ ବର୍ଷରେ ବିଜ୍ଞାପନ ବାବଦରେ ୬,୪୦୦ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି। ମଧ୍ୟପ୍ରଦେଶରେ ଥିବା ଭାଜପା ସରକାର ଗତ ୧ ବର୍ଷ ମଧ୍ୟରେ ୭୫୩ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି। ଭତ୍ତା ପ୍ରଦାନରେ ବରିଷ୍ଠ ନାଗରିକଙ୍କୁ ପ୍ରତାରଣା ଭଳି ଅନେକ ପ୍ରଶ୍ନକୁ ସାମ୍ନା କରି ନ ପାରି ରାଜ୍ୟ ଭାଜପା ସରକାର ବିଧାନସଭାରେ ଦେଇଥିବା ତଥ୍ୟକୁ ଭିନ୍ନ ଢଙ୍ଗରେ ଉପସ୍ଥାପନା କରି ଜନସାଧାରଣଙ୍କୁ ଭୁଅଁା ବୁଲାଇବା ପାଇଁ ଚେଷ୍ଟା କରୁଛନ୍ତି ବୋଲି ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?