Posted inଜାତୀୟ

ଚାଷୀଙ୍କ ପାଇଁ ‘ଡିଜିଟାଲ୍‌ କାର୍ଡ’ ଆଣିବେ ସରକାର: ଜାଣନ୍ତୁ ଏହା କ’ଣ

ନୂଆଦିଲ୍ଲୀ,୬ା୯:ଦେଶର ଚାଷୀଙ୍କୁ ସଶକ୍ତ କରିବା ପାଇଁ କେନ୍ଦ୍ର ସରକାର ଆଧାର ଭଳି ଏକ ଡିଜିଟାଲ ଆଇଡି ଆଣିବାକୁ ଯାଉଛନ୍ତି। ଆଗାମୀ ୩ଟି ଆର୍ଥିକବର୍ଷରେ ୧୧ କୋଟି କୃଷକଙ୍କୁ ଏଥିରେ ସାମିଲ କରାଯିବ। ଏହା ହେଉଛି ‘ଆଗ୍ରିଷ୍ଟାକ୍‌’ ଅଭିଯାନର ଏକ ଅଂଶ, ଯାହାକୁ କୃଷକ କୈନ୍ଦ୍ରିକ ଡିଜିଟାଲ ପବ୍ଲିକ୍‌ ଇନ୍‌ଫ୍ରାଷ୍ଟ୍ରକ୍ଚର (ଡିପିଆଇ) ରୂପେ ଡିଜାଇନ୍‌ କରାଯାଇଛି। ଏହା ଜରିଆରେ ଚାଷୀ ବିଭିନ୍ନ ସେବା ଓ ଯୋଜନାର ସୁଫଳ ପାଇବେ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି।
ଆଧାର କାର୍ଡ ସଦୃଶ ଏକ ବିଶ୍ୱସ୍ତ ଫାର୍ମର ଆଇଡି ବା କୃଷକ ପରିଚୟପତ୍ର ଆଣିବା ହେଉଛି ଆଗ୍ରିଷ୍ଟାକ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ବୈଶିଷ୍ଟ୍ୟ। ଏହା ଜରିଆରେ ୨୦୨୪-୨୫ ଆର୍ଥିକବର୍ଷରେ ୬ କୋଟି, ୨୦୨୪-୨୫ରେ ୩ କୋଟି ଏବଂ ୨୦୨୫-୨୬ ଆର୍ଥିକବର୍ଷରେ ୨ କୋଟି ଚାଷୀଙ୍କ ପାଇଁ ଡିଜିଟାଲ ଆଇଡି ଜାରି କରାଯିବ ବୋଲି ସରକାରଙ୍କ ପକ୍ଷରୁ ଲକ୍ଷ୍ୟ ରଖାଯାଇଛି। ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ସରକାରଙ୍କ ଦ୍ୱାରା ପ୍ରସ୍ତୁତ ତଥା ପରିଚାଳିତ ଏହି ଆଇଡିଗୁଡ଼ିକୁ ଜମି ରେକର୍ଡ, ପ୍ରାଣୀଙ୍କ ସ୍ବତ୍ୱାଧିକାର, ଫସଲ, ଅମଳ ଭଳି ବିଭିନ୍ନ କୃଷକ ସମ୍ପର୍କିତ ଡାଟାରେ ଯୋଡ଼ାଯିବ। ସରକାର ୨ ବର୍ଷ ମଧ୍ୟରେ ଦେଶବ୍ୟାପୀ ‘ଡିଜିଟାଲ କର୍ପ ସର୍ଭେ’ ଆରମ୍ଭ କରିବାକୁ ଯାଉଛନ୍ତି। ୨୦୨୪-୨୫ରେ ୪୦୦ ଜିଲା ଏବଂ ୨୦୨୫-୨୬ ଆର୍ଥିକବର୍ଷରେ ସବୁ ଜିଲାକୁ ଏଥିରେ ସାମିଲ କରାଯିବ ବୋଲି କୃଷି ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri