ଡ୍ରେନରେ ବୁଡି ମୃତ୍ୟୁ ଘଟଣାରେ ସରକାରଙ୍କ କଡା କାର୍ଯ୍ୟାନୁଷ୍ଠାନ, ବିଏମ୍‍ସି ସହକାରୀ ଯନ୍ତ୍ରୀ ନିଲମ୍ବିତ

ଭୁବନେଶ୍ୱର,୨୦।୬(ଅସମାପିକା ସାହୁ): ରାଜଧାନୀରେ ନାଳରେ ଭାସିଯାଇ ନାବାଳକ ପିଲା ମୃତ୍ୟୁବରଣ କରିବା ଘଟଣାରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଏହି ଘଟଣାର ତଦନ୍ତ ରିପୋର୍ଟ ହସ୍ତଗତ ହେବାପରେ ଗୁରୁବାର ଭୁବନେଶ୍ୱର ମହାନଗର ନିଗମ(ବିଏମ୍‍ସି)ର ଡ୍ରେନେଜ ଡିଭିଜନରେ କାର୍ଯ୍ୟରତ ସହକାରୀ ଯନ୍ତ୍ରୀ ସନ୍ତୋଷ କୁମାର ଦାସଙ୍କୁ ନିଲମ୍ବନ କରାଯିବା ସହିତ ତାଙ୍କ ବିରୁଦ୍ଧରେ ବିଭାଗୀୟ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ।

ସୂଚନାଯୋଗ୍ୟ ୧୮ତାରିଖ ଦିନ ତିନି ନମ୍ବର ୟୁନିଟ୍‍ ଅଞ୍ଚଳରେ ଜଣେ ୯ବର୍ଷର ବାଳକ ନାଳରେ ଭାସିଯାଇ ମୃତ୍ୟୁବରଣ କରିଥିଲେ । ନାଳରେ ଭାସୁଥିବା ଗୋଟିଏ ବେଲୁନ୍‍ ଆଣିବାକୁ ଯାଇ ବାଳକଟି ଏଭଳି ଦୁର୍ଘଟଣାର ଶିକାର ହୋଇଥିବାବେଳେ ରାଜ୍ୟ ସରକାର ଏହାକୁ ଗମ୍ଭୀରତାର ସହ ଗ୍ରହଣ କରିଥିଲେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏହି ଘଟଣାରେ ଦୁଃଖ ପ୍ରକାଶ କରିବା ସହିତ ମୃତ ବାଳକର ପରିବାର ପାଇଁ ୪ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଥିଲେ ।

ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର ଘଟଣାସ୍ଥଳ ପରିଦର୍ଶନ କରିବା ସହିତ କର୍ତ୍ତୃପକ୍ଷଙ୍କ ଠାରୁ ଏ ସଂକ୍ରାନ୍ତୀୟ ରିପୋର୍ଟ ତଲବ କରିଥିଲେ । ଏହି ଘଟଣାରେ ଦୋଷୀଙ୍କ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ କହିଥିଲେ । କର୍ତ୍ତୃପକ୍ଷ ମଧ୍ୟ ତୁରନ୍ତ ଘଟଣାର ସରଜମିନ ତଦନ୍ତ କରି ରିପୋର୍ଟ ଦେଇଥିଲେ ।

ରିପୋର୍ଟ ହସ୍ତଗତ ହେବାପରେ ଆଜି ସରକାରଙ୍କ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଯେଉଁ ସ୍ଥାନରେ ପିଲାଟି ନାଳରେ ପଡି ଭାସି ଯାଇଥିଲା ସେହି ସ୍ଥାନରେ ବାଡ ଲଗାଯାଇନଥିବା ରିପୋର୍ଟରେ ଦର୍ଶାଯାଇଥିଲା । ଏଭଳି ସମ୍ବେଦନଶୀଳ ସ୍ଥାନରେ ବାଡ ନଲଗାଇବା ପାଇଁ ୫ ନମ୍ବର ଡ୍ରେନ ଡିଭିଜନ ଦାୟିତ୍ୱରେ ଥିବା ସହକାରୀ ଯନ୍ତ୍ରୀ ଦାସଙ୍କୁ ଦାୟୀ କରାଯାଇଛି । ତଦନୁଯାୟୀ ରାଜ୍ୟ ସରକାର କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ ସହିତ ଦାସଙ୍କୁ ଆଜି ନିଲମ୍ବନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦେହ ବ୍ୟବସାୟରୁ ବର୍ତ୍ତିବା ପାଇଁ କରାଯାଏ ବାଲ୍ୟ ନିର୍ବନ୍ଧ

ଓ୍ବାଡିଆ,୨୧ା୯: ବାଲ୍ୟ ନିର୍ବନ୍ଧ ନା ଦେହ ବ୍ୟବସାୟ। ଗାଁର ବାଳିକାମାନଙ୍କୁ ଏଭଳି ଏକ କଠିନ ପସନ୍ଦର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଯେଉଁଠାରେ ଏହି ଅପମାନଜନକ ନାମକରଣ କୌଣସି…

ସ୍ମୃତିଶକ୍ତି ହ୍ରାସର ୬ ବର୍ଷ ପୂର୍ବରୁ ସୂଚନା ଦେବ ସାଧାରଣ ରକ୍ତ ପରୀକ୍ଷା

ୱାଶିଂଟନ,୨୧ା୯: ମାନସିକ ସ୍ମୃତିଶକ୍ତି ହ୍ରାସ ପାଇବା କିମ୍ବା ଆଲଜାଇମର୍ସ ରୋଗର ଲକ୍ଷଣ ପ୍ରକାଶ ପାଇବାର ବହୁ ବର୍ଷ କିମ୍ବା ଦଶନ୍ଧି ପୂର୍ବରୁ ମାନବ ଶରୀରରେ ଏହାର ଜୈବିକ…

ଆଜି ବିଶ୍ୱ ଆଲ୍‌ଜିମର୍ସ ଦିବସ: ଏହି ରୋଗ ହେଲେ ରୋଗୀର…

ଆମେ ସମ୍ମୁଖୀନ ହେଉଥିବା ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ମଧ୍ୟରୁ ‘ଆଲ୍‌ଜିମର୍ସ’ ଅନ୍ୟତମ। ଉକ୍ତ ରୋଗରେ ସ୍ମରଣ ଶକ୍ତି ଲୋପ ପାଇଯିବା ହେଉଛି ପ୍ରଧାନ ଲକ୍ଷଣ। ଏହି ରୋଗ…

ଉତ୍ତର ପ୍ରଦେଶର ଆମରୋହାରୁ ନିର୍ବାଚନ ଲଢ଼ିବେ କ୍ରିକେଟର ମହମ୍ମଦ ସାମି? ଭାଇରାଲ ହେଉଛି…

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳକୁ ପ୍ରତ୍ୟାବର୍ତ୍ତନ ପାଇଁ ଉଦ୍ୟମ କରୁଥିବା ଦ୍ରୁତ ବୋଲର ମହମ୍ମଦ ସାମି ବର୍ତ୍ତମାନ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ତେବେ ଏଥର ଏହି ଚର୍ଚ୍ଚା…

ବୁମରାଙ୍କୁ ନେଇ BCCI ସହ ଅଗରକରଙ୍କ ମଧ୍ୟରେ ମତଭେଦ; ଗାଏକୱାଡ଼ଙ୍କୁ ନେଇ ମଧ୍ୟ ବିବାଦ

ନୂଆଦିଲ୍ଲୀ,୨୧।୯: ଅଜିତ ଅଗରକରଙ୍କୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ରୋହିତ ଶର୍ମାଙ୍କ ପ୍ରସଙ୍ଗରେ ବିସିସିଆଇ (BCCI)ର ବରିଷ୍ଠ ଅଧିକାରୀ ଏବଂ ଭିଭିଏସ ଲକ୍ଷ୍ମଣଙ୍କ ସହ ମତଭେଦକୁ…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

ଏଇ ଭାରତରେ

ଏବେ ଦେଶରେ ବର୍ଜ୍ୟ ପରିଚାଳନା ପାଇଁ ଅନେକ ବ୍ୟକ୍ତି ଓ ସଂସ୍ଥା ଚେଷ୍ଟା କରୁଛନ୍ତି। ଏହି କ୍ରମରେ ହରିୟାଣା ବୁଦ୍ଧ କଲେଜ ଫ୍ୟାଶନ ଛାତ୍ରୀଛାତ୍ରଙ୍କ ଉଦ୍ୟମ ପ୍ରଶଂସନୀୟ।…

ପୁରସ୍କାର ପସରା

ବୁଲାବିକାଳି ତା’ ପସରା ଧରି ନିତିଦିନିଆ ବେପାର କରେ ଗାଁ ଗାଁ ବୁଲି। ଯାହା ବିକ୍ରିବଟା ହୁଏ, ସେଥିରେ ଚଳେ। ପରିବାର ସଦସ୍ୟଙ୍କ ପେଟ ପୋଷେ। ବୁଲାବିକାଳିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?