ଭାଜପା ବିରୋଧରେ ବଢିଲା ଅନାସ୍ଥା ପ୍ରସ୍ତାବ ଚର୍ଚ୍ଚା, ମିଶିଯିବେ କଂଗ୍ରେସ-ବିଜେଡି! ସୂଚନା ଦେଲେ…

ଭୁବନେଶ୍ୱର,୨୪।୭: ପିସିସି ସଭାପତିଙ୍କ ଅନାସ୍ଥା ପ୍ରସ୍ତାବକୁ ନେଇ ରାଜନୀତି ସରଗରମ ରହିଛି। କଂଗ୍ରେସ ଓ ବିଜେଡି ମିଶି ଭାଜପା ସରକାରଙ୍କ ବିରୋଧରେ ବିଧାନସଭାରେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ପିସିସି ସଭାପତି ଭକ୍ତ ଚରଣ ଦାସ କହିଥିଲେ। ଯାହାକୁ ନେଇ ଏବେ ବୟାନବାଜି ବଢିବାରେ ଲାଗିଛି।

ଏହାକୁ ନେଇ ବିଜେଡି ନେତା ଭୂପିନ୍ଦର ସିଂ କହିଛନ୍ତି, ଦଳର ଆଭିମୁଖ୍ୟ କ’ ଣ ରହିବ ସେନେଇ ଦଳର ମୁଖ୍ୟ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ନିଷ୍ପତ୍ତି ନେବେ। ଅନାସ୍ଥା ପ୍ରସ୍ତାବ ଆସିଲେ ସରକାରଙ୍କ ଉପରେ ଅଧିକ ଚାପ ପଡିବ।

ଅନ୍ୟପଟେ ଅନାସ୍ଥା ଚର୍ଚ୍ଚା ଉପରେ ଜୟପୁର ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ତାରା ବାହିନୀପତି ତେର୍ଚ୍ଛାବାଣ ମାରିଛନ୍ତି। ତାରା କହିଛନ୍ତି, ଅନାସ୍ଥା ଆଣିବା ପାଇଁ ଆମ ପାଖରେ ସଂଖ୍ୟା ରହିଛି। ଆମେ ୧୪ ବିଧାୟକ ଓ ଆମ ସହ ଜଣେ ସିପିଆଇ ବିଧାୟକ ବି ଅଛନ୍ତି। ବିଜେଡି ସମର୍ଥନ ନ କଲେ ଭାଜପା ସହ ଅଛି ବୋଲି ଜଣାପଡ଼ିବ। ଅନାସ୍ଥା କାଟ ଖାଇବ ନାହିଁ। ଭୋଟିଂ ପରେ ଜଣାପଡ଼ିବ।

ପ୍ରକାଶ ଥାଉକି, ବାଲେଶ୍ବର ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣାକୁ ନେଇ ରାଜ୍ୟ ରାଜନୀତିରେ ତୀବ୍ର ପ୍ରତିକ୍ରିୟା ଦେଖାଦେଇଛି। ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସ ଏକ ପ୍ରେସମିଟ୍‌ରେ ରାଜ୍ୟ ସରକାରଙ୍କ ବିରୋଧରେ ତୀବ୍ର ଆକ୍ରମଣ କରି ବିଜୁ ଜନତା ଦଳ (ବିଜେଡି) ଅନାସ୍ଥା ପ୍ରସ୍ତାବ ଆଣିଲେ କଂଗ୍ରେସ ସମର୍ଥନ ଦେବ ବୋଲି ଘୋଷଣା କରିଛନ୍ତି। ସେ କହିଛନ୍ତି, ଯଦି ବିଜେଡି ନାରୀ ନ୍ୟାୟ ପାଇଁ ଆନ୍ତରିକତା ସହ ଲଢୁଛି, ତେବେ ସେମାନେ ବିଧାନସଭାରେ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣନ୍ତୁ। ଆମେ ତାହାକୁ ସମର୍ଥନ ଦେବୁ।

ନଚେତ୍‌, ଆମେ ନିଜେ ଅନାସ୍ଥା ପ୍ରସ୍ତାବ ଆଣିବୁ ଏବଂ ବିଜେଡି ତାହାକୁ ସମର୍ଥନ ଦେଉ। ଭକ୍ତ ଦାସ ବାଲେଶ୍ବର ଘଟଣାକୁ ଅତ୍ୟନ୍ତ ଲଜ୍ଜାଜନକ ବୋଲି ବର୍ଣ୍ଣନା କରି କହିଛନ୍ତି, ଏହି ଘଟଣାକୁ ନେଇ ଆମେ ସମସ୍ତେ ଲଜ୍ଜିତ, କିନ୍ତୁ ଦୁଃଖର ବିଷୟ ଯେ ରାଜ୍ୟ ସରକାର ଏ ନେଇ ଲଜ୍ଜିତ ନୁହନ୍ତି। ସେ ଆହୁରି ଅଭିଯୋଗ କରିଛନ୍ତି ଯେ ସରକାର ଏପର୍ଯ୍ୟନ୍ତ ନୀରବ ଦ୍ରଷ୍ଟା ଭୂମିକାରେ ରହିଛନ୍ତି ଏବଂ ମହିଳା କମିଶନ ଗଠନ କରିବାରେ ବିଫଳ ହୋଇଛନ୍ତି। ଏହି ଘଟଣାରେ ନ୍ୟାୟ ପାଇଁ ସେ ହାଇକୋର୍ଟର କାର୍ଯ୍ୟରତ ବିଚାରପତିଙ୍କ ଦ୍ୱାରା ନ୍ୟାୟିକ ତଦନ୍ତ ଦାବି କରିଛନ୍ତି।

ସେପଟେ ଭାଜପା କହିଛି, ରାଜ୍ୟରେ କଂଗ୍ରେସର ସ୍ଥିତି ନାହିଁ, ସେଥିପାଇଁ ଆଶାବାଡି ଖୋଜୁଛି। ଆଉ ଏଥିପାଇଁ ବିଜେଡିକୁ ସାଥି କରିଛି । ଏହାର କୌଣସି ପ୍ରାସଙ୍ଗିକତା ନାହିଁ ବୋଲି କହିଛନ୍ତି ଭାଜପା ବିଧାୟକ ସରୋଜ ପାଢୀ।


Enter your email to get our daily news in your inbox.

All Right Reserved By Dharitri.Com

ଲିଭ୍‌ ଇନ୍‌ରେ ରହୁଥିଲେ; ବାହାରେ ଜଗିଥିଲା ପୋଲିସ, ଭିତରେ ଘଟିଲା…

ପୁରୁଣା ଭୁବନେଶ୍ୱର/ପିପିଲି, ୨୦ା୩ (ସୁବାସ ଚନ୍ଦ୍ର ପ୍ରଧାନ/ଦୁର୍ଗାମାଧବ ମିଶ୍ର):ଲିଭ୍‌ ଇନ୍‌ରେ ରହୁଥିବା ଯୁବତୀଙ୍କ ଅଭିଯୋଗ ଆଧାରରେ ଗିରଫ କରିବା ପାଇଁ ଘର ବାହାରେ ପୋଲିସ ଜଗିଥିଲା, ହେଲେ…

ମାଓବାଦୀ ନେତା ଶୁକ୍ରୁ ବିପଦରେ

ଭୁବନେଶ୍ୱର,୨୦।୩: ଡିଜିପି ଓ୍ବାଇ.ବି ଖୁରାନିଆଙ୍କ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଆସନ୍ତା ୩୧ ତାରିଖ ସୁଦ୍ଧା ରାଜ୍ୟରୁ ମାଓବାଦୀ ନିପାତ ଲକ୍ଷ୍ୟରେ ଶେଷ ଲଢ଼େଇ ଜାରି…

ଇରାନ ବିବାଦ: ଟ୍ରମ୍ପଙ୍କ ନାଁ ନନେଇ ଏମିତି କହିଦେଲେ ମୋହନ ଭାଗବତ, ବିଶ୍ବକୁ ଦେଲେ ଶାନ୍ତିର ମନ୍ତ୍ର

ନୂଆଦିଲ୍ଲୀ,୨୦।୩: ଇରାନ-ଆମେରିକା ବିବାଦ ଭିତରେ ଆରଏସଏସ ମୁଖ୍ୟ ମୋହନ ଭାଗବତ ବିଶ୍ୱକୁ ଶାନ୍ତିର ବାର୍ତ୍ତା ଦେଇଛନ୍ତି । ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ମୁଖ୍ୟ ମୋହନ ଭାଗବତ…

ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ: ମାଟ୍ରିକ ପରୀକ୍ଷା ଦେଲେନି ୯୯୩୦ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୦।୩: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ଗୃହରେ ଏକ ବଡ଼ ବୟାନ ଦେଇଛନ୍ତି। ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ୯୯୩୦ଜଣ ଛାତ୍ରୀଛାତ୍ର ଅନୁପସ୍ଥିତ…

ରାଜ୍ୟ ସରକାରଙ୍କ ବଡ଼ ଆକ୍ସନ: ୨୫ ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌

ଭୁବନେଶ୍ୱର,୨୦ା୩: ଶିଳ୍ପାନୁଷ୍ଠାନ ଉପରେ ରାଜ୍ୟ ସରକାର ନେଇଛନ୍ତି କଡ଼ା ଆକ୍ସନ। ୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି ସରକାର। ଜମି ନେଇ ଶିଳ୍ପ କରୁ…

ସରକାରଙ୍କ ନୂଆ ନିର୍ଦ୍ଦେଶ: ତେଲ-ଗ୍ୟାସ ବ୍ୟବହାର କରୁଥିବା କମ୍ପାନୀଗୁଡ଼ିକୁ କରିବାକୁ ପଡିବ ଏହି କାମ

ନୂଆଦିଲୀ,୨୦।୩: ପଶ୍ଚିମ ଏସିଆରେ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ଶକ୍ତି ସଙ୍କଟ ମଧ୍ୟରେ, ସରକାର ଦେଶ ମଧ୍ୟରେ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛନ୍ତି। ଏହି…

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବେ ଛଅଟି ଦେଶ; ବିଶ୍ୱ ସାରାରେ ଖାଦ୍ୟ ସଙ୍କଟ ତୀବ୍ର ହୋଇପାରେ

ତେହାରାନ,୨୦।୩: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି। ଆମେରିକା ଏବଂ ଇସ୍ରାଏଲର ଭୟଙ୍କର ଆକ୍ରମଣରୁ ପୂର୍ବରୁ ଜଳୁଥିବା ଏକ ମୋର୍ଚ୍ଚାରେ, ଇରାନ…

ଯୁଦ୍ଧ ଭିତରେ ଖସିଲା ସୁନାଦର; ଦେଢଲକ୍ଷରୁ ତଳକୁ ଖସିଲା ଭରିଏ ସୁନାର ମୂଲ୍ୟ!

ନୂଆଦିଲ୍‌ଲୀ,୨୦।୩: ଖସିଲା ସୁନା, ରୁପା ଦର । ସପ୍ତାହକ ମଧ୍ୟରେ ୨୦ ହଜାର ଟଙ୍କା ଖସିଲାଣି ସୁନା ଦର । ଦେଢ଼ ଲକ୍ଷରୁ ତଳକୁ ଖସିଲା ଭରିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri