Posted inଜାତୀୟ

ଶକ୍ତିଶାଳୀ ବିରୋଧୀଙ୍କୁ ଦୁର୍ବଳ କରିବା ପାଇଁ ଇଡି-ସିବିଆଇ ବ୍ୟବହାର କରୁଛନ୍ତି ସରକାର:ଖାର୍ଗେ

ନୂଆଦିଲ୍ଲୀ,୧୮।୯: ସଂସଦର ସ୍ବତନ୍ତ୍ର ଅଧିବେଶନ ସୋମବାରରୁ ଆରମ୍ଭ ହୋଇଛି। ଅଧିବେଶନ ଆରମ୍ଭ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଣମାଧ୍ୟମକୁ ସମ୍ବୋଧିତ କରିଥିଲେ ଏବଂ ଏହା ପରେ ପୁରୁଣା ସଂସଦରେ ଭାଷଣ ଦେଇଥିଲେ। ସଂସଦର ସ୍ବତନ୍ତ୍ର ଅଧିବେଶନରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଶକ୍ତିଶାଳୀ ବିରୋଧୀଙ୍କୁ ଦୁର୍ବଳ କରିବା ପାଇଁ ସରକାର ଇଡି ଏବଂ ସିବିଆଇ ବ୍ୟବହାର କରୁଛନ୍ତି ବୋଲି ଖାର୍ଗେ ଅଭିଯୋଗ କରିଛନ୍ତି।
ସେ କହିଛନ୍ତି, ଯଦି ଭାଜପା କୌଣସି ନେତାଙ୍କୁ ଦଳର ସାମିଲ କରିବାକୁ ଚାହୁଁଛି, ତେବେ ତାଙ୍କୁ ୱାଶିଂ ମେସିନରେ ପକାଇ କ୍ଲିନ୍‌ କରି ଦିଆଯାଉଛି। ପ୍ରଧାନମନ୍ତ୍ରୀ ବେଳେବେଳେ ସଂସଦକୁ ଆସନ୍ତି ଏବଂ କାର୍ଯ୍ୟକ୍ରମ ଆୟୋଜନ କରିବା ପରେ ଚାଲିଯାଆନ୍ତି। ମଣିପୁର ଜଳୁଛି। ମେ ୩ରୁ ସେଠାରେ ଦଙ୍ଗା ଘଟୁଛି। ସେଠାରେ ମଧ୍ୟ ଲୋକଙ୍କୁ ହତ୍ୟା କରାଯାଉଛି, ଘର ପୋଡି ଦିଆଯାଉଛି। ଆଜି ବି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। ଏ ବିଷୟରେ ଏକ ଆଲୋଚନା ହେବା ଉଚିତ୍‌ ଏବଂ ପ୍ରଧାନମନ୍ତ୍ରୀ ଏହା ଉପରେ ଏକ ବିବୃତ୍ତି ଦେବା ଆବଶ୍ୟକ। ପ୍ରଧାନ୍ତdନ୍ତ୍ରୀ ଦେଶର ପ୍ରତ୍ୟେକ କୋଣକୁ ଯାଆନ୍ତି, କିନ୍ତୁ ସେ ମଣିପୁରକୁ କାହିଁକି ଯାଉନାହାଁନ୍ତି?
ଖାର୍ଗେ ଆହୁରି ମଧ୍ୟ କହିଛନ୍ତି, ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ମୋଟ ୨୧ ଥର ବିବୃତ୍ତି ଦେଇଛନ୍ତି। ଏଥି ସହିତ ମନମୋହନ ସିଂ ୩୦ଥର ବିବୃତ୍ତି ଦେଇଛନ୍ତି, କିନ୍ତୁ ବର୍ତ୍ତମାନର ପ୍ରଧାନମନ୍ତ୍ରୀଙ୍କ ପାରମ୍ପରିକ ବିବୃତ୍ତିକୁ ଛାଡି ୯ ବର୍ଷ ମଧ୍ୟରେ କେବଳ ଦୁଇଥର ବିବୃତ୍ତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri