Posted inଜାତୀୟ

ଶକ୍ତିଶାଳୀ ବିରୋଧୀଙ୍କୁ ଦୁର୍ବଳ କରିବା ପାଇଁ ଇଡି-ସିବିଆଇ ବ୍ୟବହାର କରୁଛନ୍ତି ସରକାର:ଖାର୍ଗେ

ନୂଆଦିଲ୍ଲୀ,୧୮।୯: ସଂସଦର ସ୍ବତନ୍ତ୍ର ଅଧିବେଶନ ସୋମବାରରୁ ଆରମ୍ଭ ହୋଇଛି। ଅଧିବେଶନ ଆରମ୍ଭ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଣମାଧ୍ୟମକୁ ସମ୍ବୋଧିତ କରିଥିଲେ ଏବଂ ଏହା ପରେ ପୁରୁଣା ସଂସଦରେ ଭାଷଣ ଦେଇଥିଲେ। ସଂସଦର ସ୍ବତନ୍ତ୍ର ଅଧିବେଶନରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଶକ୍ତିଶାଳୀ ବିରୋଧୀଙ୍କୁ ଦୁର୍ବଳ କରିବା ପାଇଁ ସରକାର ଇଡି ଏବଂ ସିବିଆଇ ବ୍ୟବହାର କରୁଛନ୍ତି ବୋଲି ଖାର୍ଗେ ଅଭିଯୋଗ କରିଛନ୍ତି।
ସେ କହିଛନ୍ତି, ଯଦି ଭାଜପା କୌଣସି ନେତାଙ୍କୁ ଦଳର ସାମିଲ କରିବାକୁ ଚାହୁଁଛି, ତେବେ ତାଙ୍କୁ ୱାଶିଂ ମେସିନରେ ପକାଇ କ୍ଲିନ୍‌ କରି ଦିଆଯାଉଛି। ପ୍ରଧାନମନ୍ତ୍ରୀ ବେଳେବେଳେ ସଂସଦକୁ ଆସନ୍ତି ଏବଂ କାର୍ଯ୍ୟକ୍ରମ ଆୟୋଜନ କରିବା ପରେ ଚାଲିଯାଆନ୍ତି। ମଣିପୁର ଜଳୁଛି। ମେ ୩ରୁ ସେଠାରେ ଦଙ୍ଗା ଘଟୁଛି। ସେଠାରେ ମଧ୍ୟ ଲୋକଙ୍କୁ ହତ୍ୟା କରାଯାଉଛି, ଘର ପୋଡି ଦିଆଯାଉଛି। ଆଜି ବି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। ଏ ବିଷୟରେ ଏକ ଆଲୋଚନା ହେବା ଉଚିତ୍‌ ଏବଂ ପ୍ରଧାନମନ୍ତ୍ରୀ ଏହା ଉପରେ ଏକ ବିବୃତ୍ତି ଦେବା ଆବଶ୍ୟକ। ପ୍ରଧାନ୍ତdନ୍ତ୍ରୀ ଦେଶର ପ୍ରତ୍ୟେକ କୋଣକୁ ଯାଆନ୍ତି, କିନ୍ତୁ ସେ ମଣିପୁରକୁ କାହିଁକି ଯାଉନାହାଁନ୍ତି?
ଖାର୍ଗେ ଆହୁରି ମଧ୍ୟ କହିଛନ୍ତି, ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ମୋଟ ୨୧ ଥର ବିବୃତ୍ତି ଦେଇଛନ୍ତି। ଏଥି ସହିତ ମନମୋହନ ସିଂ ୩୦ଥର ବିବୃତ୍ତି ଦେଇଛନ୍ତି, କିନ୍ତୁ ବର୍ତ୍ତମାନର ପ୍ରଧାନମନ୍ତ୍ରୀଙ୍କ ପାରମ୍ପରିକ ବିବୃତ୍ତିକୁ ଛାଡି ୯ ବର୍ଷ ମଧ୍ୟରେ କେବଳ ଦୁଇଥର ବିବୃତ୍ତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

୧ ଲକ୍ଷ ଟଙ୍କାର ଋଣ ୭୪ ଲକ୍ଷରେ ପହଞ୍ଚିଲା: ପରିଶୋଧ କରିବାକୁ କିଡନୀ ବିକ୍ରି କଲେ ଚାଷୀ

ଭୁବନେଶ୍ୱର,୧୬।୧୨: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାର ଜଣେ ଚାଷୀଙ୍କୁ ବେଆଇନ ମହାଜନମାନଙ୍କଠାରୁ ନେଇଥିବା ୧ ଲକ୍ଷ ଟଙ୍କାର ଋଣ ଶେଷରେ ଦିନକୁ ୧୦,୦୦୦ ଟଙ୍କା ସୁଧ ସହିତ...

ମାର୍ଚ୍ଚ ୨୬ରୁ ମେ ୩୧ ମଧ୍ୟରେ ହେବ ଆଇପିଏଲ୍‌

ମୁମ୍ୱାଇ, ୧୬ା୧୨: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମି ସଂସ୍କରଣ ମାର୍ଚ୍ଚ ୨୬ରୁ ମେ ୩୧ ଓ୍ୱିଣ୍ଡୋରେ ଖେଳାଯିବ। ମାତ୍ର ଆରସିବିର ଘରୋଇ ଗ୍ରାଉଣ୍ଡ ବେଙ୍ଗାଲୁରୁରେ...

ଅଭିନବ ଉପାୟରେ ଠକେଇ, ଫୋନ୍‌ପେରେ ଡେମୋ ଦେଖାଇଲେ…

ଛତ୍ରପୁର,୧୬ା୧୨(ଦିଲ୍ଲୀପ ସାମଲ): ନକଲି ଫୋନ ପେ ବ୍ୟବହାର କରି ବ୍ୟବସାୟୀମାନଙ୍କୁ ଠକେଇ କରୁଥିବା ଅଭିଯୋଗର ତଦନ୍ତ ପରେ ଛତ୍ରପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ...

୭୬ ଏକର ଜାଗାରୁ ଗଞ୍ଜେଇ ଗଛ ନଷ୍ଟ

ଖଜୁରୀପଡ଼ା,୧୬ା୧୨(ବିଦୁର ବେହେରା): ବାରିକୁମ୍ପା, ସୁଡୁଲି, ଖମାର ଏବଂ ବାରିହାଗୁଡା ଜଙ୍ଗଲରେ ମଙ୍ଗଳବାର ଖଜୁରିପଡା ପୋଲିସ ଓ ଅବକାରୀ ବିଭାଗ ଚଢାଉ କରି ବେଆଇନ ଭାବେ ଚାଷ...

ଋଷିକୁଲ୍ୟା ମା’ ରାମଚଣ୍ଡୀ ପୀଠ ହେବ ତୀର୍ଥକ୍ଷେତ୍ର

ଗଞ୍ଜାମ,୧୬।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଛତ୍ରପୁର ସଦର ମହକୁମା ନିକଟସ୍ଥ ନୀଳାଦ୍ରିପୁର ଗ୍ରାମରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ବିବାସିନୀ ମା’ ରାମଚଣ୍ଡୀଙ୍କ ପୀଠ। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri