Posted inଜାତୀୟ

ସରକାର ଏକଛତ୍ରବାଦୀ ଶାସନ ଆଣିବାକୁ ଚାହୁଁଛନ୍ତି: କପିଲ ସିବଲ

ନୂଆଦିଲ୍ଲୀ,୧୩।୮: କେନ୍ଦ୍ର ସ୍ବମନ୍ତ୍ରୀ ଅମିତ ଶାହାଙ୍କ ଦ୍ୱାରା ଲୋକସଭାରେ ଉପସ୍ଥାପିତ ହୋଇଥିବା ଭାରତୀୟ ନ୍ୟାୟ ସଂହିତା (ବିଏନଏସ) ବିଲ୍‌କୁ ଅସାମ୍ବିଧାନିକ ବୋଲି କହିଛନ୍ତି ପୂର୍ବତନ ଆଇନମନ୍ତ୍ରୀ କପିଲ ସିବଲ। ସେ ଅଭିଯୋଗ କରି କହିଛନ୍ତି, ଔପନିବେଶିକ ଯୁଗର ଆଇନକୁ ଶେଷ କରିବା ବିଷୟରେ ସରକାର ଆଲୋଚନା କରୁଛନ୍ତି, କିନ୍ତୁ ତାଙ୍କ ଚିନ୍ତାଧାରା ହେଉଛି ସେମାନେ ଏହିପରି ଆଇନ ମାଧ୍ୟମରେ ଏକଛତ୍ରବାଦୀ ଶାସନ ଆଣିବାକୁ ଚାହୁଁଛନ୍ତି। ଯଦି ନୂତନ ନିୟମ ବାସ୍ତବରେ ପରିଣତ ହୁଏ ତେବେ ସେମାନେ ଦେଶର ଭବିଷ୍ୟତକୁ ବିପଦରେ ପକାଇବେ।
ବିଏନଏସ ବିଲ ବିଷୟରେ ସୂଚନା ଦେଇ ସିବଲ କହିଛନ୍ତି ଯେ, ଏହା ବିପଜ୍ଜନକ ଏବଂ ଯଦି ଏହା ପାରିତ ହୁଏ ତେବେ ସମସ୍ତ ଅନୁଷ୍ଠାନ କେବଳ ସରକାରଙ୍କ ଦ୍ୱାରା ପରିଚାଳିତ ହେବ। ମୁଁ ବିଚାରପତିମାନଙ୍କୁ ସତର୍କ ରହିବାକୁ ଅନୁରୋଧ କରୁଛି। ଏହି ଆଇନ ପ୍ରଣୟନ ହେଲେ ଦେଶର ଭବିଷ୍ୟତ ବିପଦରେ ପଡ଼ିବ। ମୁଁ ସରକାରଙ୍କୁ ଏହି ବିଲ ପ୍ରତ୍ୟାହାର କରିବାକୁ ଅନୁରୋଧ କରୁଛି।
ପାର୍ଲାମେଣ୍ଟ ମୌସୁମୀ ଅଧିବେଶନର ଶେଷ ଦିନରେ ସ୍ବରାଷ୍ଟ୍ରମନ୍ତ୍ରୀ ଶାହା ଲୋକ ସଭାରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌) ବିଧେୟକ-୨୦୨୩, ଭାରତୀୟ ନାଗରିକ ସୁରକ୍ଷା ସଂହିତା (ବିଏନ୍‌ଏସ୍‌ଏସ୍‌) ବିଧେୟକ-୨୦୨୩ ଏବଂ ଭାରତୀୟ ସାକ୍ଷ୍ୟ (ବିଏସ୍‌) ବିଧେୟକ-୨୦୨୩ ଆଗତ କରିଛନ୍ତି। ଏହି ୩ ବିଲ୍‌ ଯଥାକ୍ରମେ ଉପନିବେଶ ଯୁଗୀୟ ଇଣ୍ଡିଆନ୍‌ ପେନାଲ କୋଡ୍‌ (ଆଇପିସି)୧୮୬୦, କ୍ରିମିନାଲ ପ୍ରସିଡ୍ୟୁର ଆକ୍ଟ (ସିଆର୍‌ପିସି)୧୮୯୮ ଏବଂ ଇଣ୍ଡିଆନ୍‌ ଏଭିଡେନ୍ସ ଆକ୍ଟ ୧୮୭୨ର ସ୍ଥାନ ନେବ ବୋଲି ସେ ଗୃହକୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଟାୱାର ଉପରକୁ ଚଢି ଏମିତି କାଣ୍ଡ କଲେ ଯୁବକ, ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

କୋରାପୁଟ, ୩୦।୩(ଅମିତାଭ ବେହେରା ): ମୋବାଇଲ ଟାୱାର ଉପରକୁ ଚଢି ଜଣେ ମଦ୍ୟପ ଯୁବକ ଉନ୍ମତ୍ତ କାଣ୍ଡ ସୃଷ୍ଟି କରିଥିବା ଘଟଣା କୋରାପୁଟ ଜିଲାରେ ଚର୍ଚ୍ଚାର ବିଷୟ…

ଅଲରାଉଣ୍ଡର କାମେରନ ଗ୍ରୀନଙ୍କୁ ନେଇ ମୁହଁ ଖୋଲିଲା କ୍ରିକେଟ ଅଷ୍ଟ୍ରେଲିଆ

ମୁମ୍ୱାଇ,୩୦ା୩: ଅଷ୍ଟ୍ରେଲିଆନ ଅଲରାଉଣ୍ଡର କାମେରନ ଗ୍ରୀନ ଚଳିତ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ କେବଳ ଜଣେ ବ୍ୟାଟର ଭାବେ ଖେଳିବେ। ଏ ନେଇ କ୍ରିକେଟ ଅଷ୍ଟ୍ରେଲିଆ(ସିଏ) ପକ୍ଷରୁ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri