ଦୈନିକ ୨ଥର ପୋଷାକ, ମାସ୍କ ବଦଳାନ୍ତୁ ସରକାରୀ ଅଧିକାରୀ-କର୍ମଚାରୀ: ଗଞ୍ଜାମ ଜିଲାପାଳ

ଛତ୍ରପୁର, ୩୦।୬(ଡି.ଏନ୍‌.ଏ.)- ଗଞ୍ଜାମ ଜ଼ିଲାରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏଥିରୁ ଅଧିକାଂଶ ସରକାରୀ, କର୍ମଚାରୀ ରହିଥିବାକୁ ନେଇ ପ୍ରଶାସନର ଚିନ୍ତା ବଢିଛି। କୋଭିଡ ପରିଚାଳନା ଓ ଉକ୍ତ ସମ୍ପର୍କୀୟ ଏକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଏକ ବୈଠକ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଏହି ବୈଠକରେ ସରକାରୀ ଅଧିକାରୀ ଓ କର୍ମଚାରୀ ଦୈନିକ ଦୁଇଥର ନିଜ ପୋଷାକ ଓ ବ୍ୟବହାର କରୁଥିବା ମାସ୍କର ପରିବର୍ତ୍ତନ କରନ୍ତୁ ବୋଲି ଜିଲାପାଳ ଗୁରୁତ୍ୱ ଦେଇଛନ୍ତି। ଅଧିକାରୀ, କର୍ମଚାରୀ ସତର୍କତା ଅବଲମ୍ବନ ନ କଲେ ସଂକ୍ରମିତ ହେବାର ଆଶା ରହୁଛି। ଏଥିସହ ସେ ବିନା କାରଣରେ କୌଣସି ଲୋକଙ୍କୁ କାର୍ଯ୍ୟାଳୟ ମଧ୍ୟରେ ପ୍ରବେଶ କରିବା ଲାଗି ବାରଣ କରିଥିଲେ। ବିଶେଷକରି ଅଧିକାରୀଗଣ ବ୍ୟବହାର କରୁଥିବା ଗାଡିର ଡ୍ରାଇଭରକୁ ଅଧିକ ସତର୍କତା ଅବଲମ୍ବନ କରିବାକୁ ପଡିବ। ଡ୍ରାଇଭରମାନେ ଏଣେତେଣେ ନ ବୁଲିବା ଏବଂ ବାହାର ଖାଦ୍ୟ ନ ଖାଇବାପାଇଁ ଜିଲାପାଳ ପରାମର୍ଶ ଦେଇଥିଲେ। ଏହାଛଡ଼ା ଜିଲାର ସମସ୍ତ କାର୍ଯ୍ୟାଳୟମାନଙ୍କରେ ଜଣେ କୋଭିଡ ସମ୍ପର୍କିତ ପରିଚାଳକ ମନିଟର ରହିବେ। ସେମାନେ କାର୍ଯ୍ୟାଳୟରେ କୋଭିଡ ସଂକ୍ରମଣକୁ ରୋକିବା ନିମନ୍ତେ ସମସ୍ତ ଆଶୁ ପଦକ୍ଷେପ ଗ୍ରହଣ କରିବେ। ବିଶେଷକରି କାର୍ଯ୍ୟାଳୟରେ ମାସ୍କ ବ୍ୟବହାର, ସାମାଜିକ ଦୂରତ୍ୱ, କାର୍ଯ୍ୟାଳୟ ପରିବେଶ ସ୍ବଚ୍ଛ ଓ ସାନିଟାଇଜେଶନ କାର୍ଯ୍ୟ କରିବା ଦିଗରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିବ। କୋଭିଡ ପରିଚାଳନାଗତ ସଭାସ୍ଥଳ ଗୁଡିକ ଖୋଲା ସ୍ଥାନରେ ଆଯୋଜନ କରିବାପାଇଁ ପରାମର୍ଶ ଦେଇଥିଲେ, ଯଦି କୋଠରୀରେ ଆୟୋଜିତ ହେଉଛି ତେବେ ଝରକା କବାଟ ଖୋଲା ରଖିବା, ସାନିଟାଇଜେଶନ କରିବା, କୌଣସି ଚୌକିରେ ତଉଲିଆ ନ ପକାଇବା, ପ୍ଲାଷ୍ଟିକ ଚୌକି ବ୍ୟବହାର କରିବା ଓ ସଭା ଶେଷ ହେବା ପରେ ସେଗୁଡିକ ସଫା କରିବା ଦିଗରେ ଦୃଷ୍ଟି ଦେବାକୁ କହିଥିଲେ। ଯେତେଦୂର ସମ୍ଭବ ଟେବୁଲ ବ୍ୟବହାର ନ କରିବାପାଇଁ ଜିଲାପାଳ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆରେ ଏମିତି ମନ୍ତବ୍ୟ ଦେଇ ନିଲମ୍ବିତ ହେଲେ ଶିକ୍ଷକ

ନୂଆପଡ଼ା,୨୩ା୫(ମକାରୁ ବେମାଲ):ସାମାଜିକ ଗଣମାଧ୍ୟମ ଫେସ୍‌ବୁକରେ ବିଭ୍ରାନ୍ତିକର ମନ୍ତବ୍ୟ ଦେଇ ନୂଆପଡ଼ା ଜିଲାର ଜଣେ ସହକାରୀ ଶିକ୍ଷକ ନିଲମ୍ବିତ ହୋଇଛନ୍ତି। ସୂଚନା ମୁତାବକ, ନୂଆପଡ଼ା ଜିଲା କୋମନା ବ୍ଲକ…

ସୋରିପଡ଼ା, ଖଲିଆପଡ଼ାରେ ଜଳ ସଙ୍କଟ: ପାଣି ଟୋପେ ପାଇଁ ହନ୍ତସନ୍ତ

ନୂଆପଡ଼ା,୨୩ା୫ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ୍‌ ଜଟଗଡ଼ ପଞ୍ଚାୟତ ସୋରିପଡ଼ା ଓ ଖଲିଆପଡ଼ାରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ସୂଚନା ଅନୁଯାୟୀ ସୋରିପଡ଼ା ଗଁାରେ ୫୦ରୁ…

ଅଧରାତିରେ ଚାଲାଣ ହେଉଥିଲା ଗୋରୁ, ମାଡ଼ିବସିଲେ ଗ୍ରାମବାସୀ: ଆଉ ତା’ପରେ…

ମହାକାଳପଡ଼ା,୨୩।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ପିତାପାଟ ଗ୍ରାମ ପାଇଟାଳ କନ୍ଧା ବାଲି ମାଉଣ୍ଟଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଗାଡ଼ିରେ…

ତ୍ରିକୋଣ ପ୍ରେମର କରୁଣ ପରିଣତି: ବିଚ୍‌ ରାସ୍ତାରେ ଦ୍ୱିତୀୟ ପ୍ରେମିକଙ୍କ ମାଆ-ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପ୍ରଥମ ପ୍ରେମିକ

ବାଲେଶ୍ୱର, ୨୩।୫( ବାଞ୍ଛାନିଧି ଦେ) : ରାଜଧାନୀରୁ ଆରମ୍ଭ କରି ସବୁଠି ଏବେ ପ୍ରେମକୁ ନେଇ ଘଟୁଛି ତୁମୁଳକାଣ୍ଡ । ଏଭଳି ଏକ ସାଙ୍ଘାତିକ ଘଟଣା ସାମ୍ନାକୁ…

ଡୋନାଲ୍ଡ ଟ୍ରମ୍ପଙ୍କ ଝିଅକୁ ହତ୍ୟା କରିବାକୁ ଉଦ୍ୟମ! ହେଲା ବଡ଼ ପର୍ଦ୍ଦାଫାଶ, ଷଡ଼ଯନ୍ତ୍ର ରଚିଥିଲା…

ଓ୍‌ବାଶିଂଟନ୍‌,୨୩।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଭୟଙ୍କର ଖବର ଆସିଛି। ପ୍ରକୃତରେ, ତାଙ୍କ ଝିଅ ଇଭାଙ୍କା ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚେଷ୍ଟା…

କୋର୍ଟ ଆଗରେ ବାପାଙ୍କୁ ହାଣିଲେ ୨ ପୁଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୋର, ୨୩ା୫(ଜନ୍ମେଜୟ ମିଶ୍ର):ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ଗୋଡେଇ ଗୋଡେଇ ହାଣିଛନ୍ତି ୨ ପୁଅ। ତାହା ପୁଣି ସୋର କୋର୍ଟ ସମ୍ମୁଖରେ। ସ୍ଥାନୀୟ ଲୋକେ ଗୁରୁତର…

ସ୍ଥିରତାକୁ ଗୁରୁତ୍ୱ

ସିବିଆଇ ନିର୍ଦ୍ଦେଶକ ଭାବରେ ପ୍ରବୀଣ ସୁଦ୍‌ଙ୍କ କାର୍ଯ୍ୟକାଳ ଆଉ ୧ବର୍ଷ ବଢ଼ିିବା ଅପ୍ରତ୍ୟାଶିତ ନ ଥିଲା। ଔପଚାରିକ ଭାବରେ, ସରକାର ନିରନ୍ତରତା ଏବଂ ସ୍ଥିରତା ନାମରେ ଏହି…

ଜିଲା ଟପ୍ପର ହେଲେ ଛାତ୍ରୀ ପ୍ରତୀକ୍ଷାରାଣୀ: ଭବିଷ୍ୟତରେ ଏହି କାମ କରିବାକୁ ଲକ୍ଷ୍ୟ

ଲୋଇସିଂହା,୨୩।୫(ସୁଶାନ୍ତ ବାରିକ):ନିକଟରେ ସିଏଚ୍‌ଏସଇ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି ା ଏଥିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସକମାସ୍ଥିତ ଯୁବୋଦୟ କଲେଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri