ସରକାରଙ୍କ ବଡ଼ ପଦକ୍ଷେପ: ଖୁବ୍‌ ଶୀଘ୍ର ଦୂର ହେବ ଆଳୁ ସଙ୍କଟ

ଭୁବନେଶ୍ୱର,୧୮।୮: ଓଡ଼ିଶାରେ ଆଳୁ ସଂକଟ ଦୂର ପାଇଁ ସରକାରଙ୍କ ବଡ଼ ପଦକ୍ଷେପ ନେଇଥିବା ସାୂଚନା ଦେଇଛନ୍ତି। ଉତ୍ତରପ୍ରଦେଶରୁ ଟ୍ରେନ୍‌ରେ ଆଳୁ ଆସିବ ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି। ୨ଟି ଟ୍ରେନ୍‌ରେ ଆଳୁ ଆଣିବାକୁ ସରକାର ଯୋଜନା କରୁଛନ୍ତି। ଏ ନେଇ ରେଲୱେ ମନ୍ତ୍ରୀଙ୍କ ସହ ଯୋଗାଯୋଗ ଚାଲିଛି ବୋଲି ପାତ୍ର କହିଛନ୍ତି।

 

ସୂଚନା ଯୋଗ୍ୟ, ପୂବର୍ବରୁ ରାଜ୍ୟରେ ଆଳୁ ଦର ହୁ ହୁ ହୋଇ ବଢ଼ୁଥିଲା । କଟକ, ଭୁବନେଶ୍ବର, ବ୍ରହ୍ମପୁର, ବାଲେଶ୍ବର, ସମ୍ବଲପୁର ସବୁଠି ଆଳୁ ଦର୫୦ ଟଙ୍କା ଟପିଯାଇଥିଲା । କିଛି କିଛି ସ୍ଥାନରେ ମାର୍କେଟରେ ଆଳୁ ମିଳୁନଥିଲା। ବାହାର ରାଜ୍ୟରୁ ଆଳୁ ଆମଦାନୀ ହେଉପାରୁ ନ ଥିବାରୁ ଓଡ଼ିଶା ବଜାରରେ ଆଳୁ ସଙ୍କଟ ସୃଷ୍ଟି ହୋଇଥିବା କୁହାଯାଉଛି । ଏଭଳି ସ୍ଥିତିରେ ପଶ୍ଚିମବଙ୍ଗ ସରକାର ଓଡ଼ିଶାକୁ ଆସୁଥିବା ଶହ ଶହ ଆଳୁ ଟ୍ରକକୁ ଅଟକାଇ ଦେଇଛନ୍ତି । ଏମିତି ହେଲାଣି ଯେ ଖୋଲା ବଜାରରୁ ଆଳୁ ମଧ୍ୟ ଗାଏବ ହୋଇଗଲାଣି ।

ପଶ୍ଚିମବଙ୍ଗରୁ ଆମଦାନୀ ହେଉଥିବା ଆଳୁ ଟ୍ରକଗୁଡ଼ିକ ସବୁ ଅଧା ବାଟରେ ଅଟକି ରହିଥିଲା । ପଶ୍ଚିମବଙ୍ଗ ସୀମାନ୍ତ ଲକ୍ଷ୍ମଣନାଥ ପାଖରେ ପଶ୍ଚିମବଙ୍ଗରୁ ଆସିଥିବା ଶହେରୁ ଅଧିକ ଆଳୁ ଟ୍ରକ ଅଟକି ରହିଥିଲା । ପଶ୍ଚିମବଙ୍ଗ ସରକାରଙ୍କ ନିର୍ଦ୍ଦେଶରେ ଏସବୁ ଆଳୁ ଟ୍ରକ୍‌କୁ ପୋଲିସ ଅଟକାଇଥିଲ।

ପଶ୍ଚିମବଙ୍ଗରୁ ଆଳୁ ନ ପହଞ୍ଚିବାରୁ ଓଡ଼ିଶା ବଜାରରେ ଆଳୁ ସଙ୍କଟ ସୃଷ୍ଟି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?