ଉଚ୍ଚଶିକ୍ଷା ପ୍ରତି ସରକାରଙ୍କ ନୀଚ ଦୃଷ୍ଟି ଅକ୍ଷମଣୀୟ: କଂଗ୍ରେସ

ଭୁବନେଶ୍ୱର, ୧୩।୯(ସୁନିତ୍‌ ମିଶ୍ର): ଉଚ୍ଚଶିକ୍ଷା ପ୍ରତି ସରକାରଙ୍କ ନୀଚ ଦୃଷ୍ଟି ଅକ୍ଷମଣୀୟ। କୌଣସି ସରକାରୀ ବା ବେସରକାରୀ କଲେଜରେ ଅଧ୍ୟକ୍ଷ ନ ଥିବାବେଳେ ବୁଧବାର ରାଜ୍ୟ ସରକାର ଅଧ୍ୟକ୍ଷ ସମ୍ମିଳନୀ ଡାକୁଛନ୍ତି ବୋଲି ଦମ୍ଭୋକ୍ତି ଦେଖାଇବା କେତେ ସମୀଚୀନ। ରାଜ୍ୟରେ ମହାବିଦ୍ୟାଳୟ ଗୁଡିକରେ ନାମଲେଖା କ୍ଷେତ୍ରରେ ଅନ୍ୟ ରାଜ୍ୟ ତୁଳନାରେ ଓଡ଼ିଶା ୨୧ତମ ସ୍ଥାନରେ ରହିଛି। ସର୍ବୋଚ୍ଚ ସ୍ତରରେ ମହାବିଦ୍ୟାଳୟ ଗୁଡିକରେ ସାମଗ୍ରିକ ନାମ ଲେଖା ଅନୁପାତ (ଜି.ଇ.ଆର) ୨୭.୩ ପ୍ରତିଶତ ଥିବାବେଳେ ଓଡ଼ିଶାରେ ତାହା ୨୦.୭ ପ୍ରତିଶତ। ରାଜ୍ୟରେ ଗୁଣାତ୍ମକ ଶିକ୍ଷାର ହ୍ରାସ ଉଦ୍‌ବେଗଜନକ ବୋଲି କଂଗ୍ରେସ ନେତା ଗଣେଶ୍ୱର ବେହେରା କହିବା ସହିତ ଉତ୍କଳ ବିଶ୍ୱବିଦ୍ୟାଳୟର ଉଦାହରଣ ଦେଇଛନ୍ତି।
କଂଗ୍ରେସ ଭବନ ଠାରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଗଣେଶ୍ୱର କହିଛନ୍ତି, ଓଡ଼ିଶାର ସବୁଠାରୁ ଏହି ପ୍ରସିଦ୍ଧ ବିଶ୍ୱବିଦ୍ୟାଳୟ ଭାରତର ୧୦୦ଟି ବିଶ୍ୱବିଦ୍ୟାଳୟ ମଧ୍ୟରେ ୯୩ତମ ସ୍ଥାନରେ ଅଛି। ନାକ୍‌ ଗ୍ରେଡ଼ିଙ୍ଗରେ ଏ + (ଇ+) ରୁ ଏ(ଇ)କୁ ଖସି ଆସିଛି। ରାଜ୍ୟ ସରକାର ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ ପ୍ରଣୟନ କରି ବିଶ୍ୱ ବିଦ୍ୟାଳୟଗୁଡିକର ସ୍ବତନ୍ତ୍ରତା ଅପହରଣ କରି ନେଇଛନ୍ତି। କଂଗ୍ରେସର ବିରୋଧ ସତ୍ୱେ ସରକାର ଏହି ଆଇନ ପ୍ରଣୟନ କରିବା ସହ ବିଶ୍ୱବିଦ୍ୟାଳୟଗୁଡିକୁ ନିଜର ଅଧସ୍ତନ ଆଜ୍ଞାବହ ଅନୁଷ୍ଠାନରେ ପରିଣତ କରୁଛନ୍ତି। ଆମ ସାୈଭାଗ୍ୟ ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟ ସ୍ଥଗିତଦେଶ ଜାରିକରି ଏହି ଆଇନ୍‌କୁ ଅଚଳ କରିଛନ୍ତି। ବିଶ୍ୱବିଦ୍ୟାଳୟରେ ଶିକ୍ଷକ ଓ ଅଣଶିକ୍ଷକ ପଦବୀ ପୂରଣର ସରକାର ବିଫଳ ହୋଇଛନ୍ତି। ସରକାରୀ ତଥ୍ୟ ମୁତାବକ ୧୨ଟି ବିଶ୍ୱବିଦ୍ୟାଳୟରେ ୫୬.୯୩ ପ୍ରତିଶତ ଶିକ୍ଷକ ପଦବୀ ଏବଂ ୫୮.୧୨ ପ୍ରତିଶତ ଅଣଶିକ୍ଷକ ପଦବୀ ଖାଲି ପଡ଼ିଛି। ନିର୍ଦ୍ଧାରିତ ଶିକ୍ଷକ ଛାତ୍ର ଅନୁପାତ ବଜାୟ ନ ରହିବା ଫଳରେ ଅଧ୍ୟୟନ, ଅଧ୍ୟାପନା ଓ ଗବେଷଣା କାର୍ଯ୍ୟ ଗଭୀର ଭାବେ ପ୍ରଭାବିତ ହେଉଛି ବୋଲି ଗଣେଶ୍ୱର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri