ସରକାରଙ୍କ ଅଣଦେଖା: ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଭବାନୀପାଟଣା,୯ା୫(ଉତ୍ତମ କୁମାର ଦାଶ): ଗ୍ରାମାଞ୍ଚଳର ବିକାଶ ପାଇଁ ବିଭିନ୍ନ ଯୋଜନାରେ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ପ୍ରଶାସନିକ ଅବହେଳା ଓ ଜନପ୍ରତିନିଧିମାନଙ୍କ ଇଚ୍ଛାଶକ୍ତିର ଅଭାବ ଯୋଗୁ ଆଜି ବି ଉପାନ୍ତ ଅଞ୍ଚଳରେ ସରକାରଙ୍କ ବିକାଶ ପହଞ୍ଚି ପାରିନାହିଁ।

ସ୍ବାଧୀନତାର ଦୀଘ ୭୫ବର୍ଷ ପରେ ବି ମୌଳିକ ସୁବିଧା ପାଇବାରୁ ବଞ୍ଚିତ ଅଛନ୍ତି ଭବାନୀପାଟଣା ସଦର ବ୍ଲକ ଚାଞ୍ଚେର ପଞ୍ଚାୟତର ବେନଗାଁ ଗ୍ରାମବାସୀ। ଏହାକୁ ନେଇ ଗ୍ରାମବାସୀ ଭୋଟ ବର୍ଜନ ଚେତାବନୀ ଦେଇଛନ୍ତି। ଗ୍ରାମରେ ୧୫୦ରୁ ଊଦ୍ଧର୍‌ବ ଭୋଟର ଅଛନ୍ତି। ଗାଁକୁ ଆଜି ବି ଭଲ ରାସ୍ତାଟିଏ ନାହିଁ। ଗାଁକୁ ଗଲେ ବାଟରେ ପଡେ ବଡ଼ ନାଳ। ଗତ ଖରା ମାସରେ ପୋଲ ନିର୍ମାଣ କରାଯାଇଥିଲା। ହେଲେ ମାତ୍ର ଦୁଇମାସ ପରେ ଏହା ଭାଙ୍ଗିଯାଇଥିଲା। ଫଳରେ ଗାଁର ଲୋକେ ବର୍ଷା ଦିନରେ ନାହିଁ ନ ଥିବା ଅସୁବିଧା ଭୋଗ କରନ୍ତି। ଗାଁରୁ ଅନ୍ୟତ୍ର ଯିବାକୁ ହେଲେ ପାରି ହେବାକୁ ପଡେ ନାଳ। ବର୍ଷା ମାସରେ ଯଦି କେହି ଗୁରୁତର ରୋଗରେ ପୀଡିତ ହୁଅନ୍ତି ତା’ହେଲେ ଦୁଃଖ ଆହୁରି ବଢିଯାଏ।

ରୋଗୀ ହେଉ ଅବା ସାଧାରଣ ଲୋକ ବର୍ଷା ଦିନ ଆସିଲେ ଜଳବନ୍ଦୀ ଭାବେ ରହନ୍ତି ସମସ୍ତେ। ଯେଉଁଠି ରାସ୍ତାଘାଟର ଏଭଳି ଅବସ୍ଥା ସେଇଠି ଶିକ୍ଷା ଓ ସ୍ବାସ୍ଥ୍ୟ ଅବସ୍ଥା ନ କହିବା ଭଲ। ଗାଁକୁ ସବୁଦିନିଆ ଭଲ ରାସ୍ତା ନ ଥିବାରୁ ଗର୍ଭବତୀଙ୍କୁ ଡାକ୍ତରଖାନା ନେବା କଷ୍ଟକର ହୋଇପଡେ। କାରଣ ରାସ୍ତା ଖରାପ ଓ ନାଳ ପଡୁଥିବାରୁ ଗାଁକୁ ଆମ୍ବୁଲାନ୍ସ ଆସିପାରେ ନାହିଁ ବୋଲି କହିଛନ୍ତି ଗ୍ରାମବାସୀ। ସମସ୍ୟା ସବୁବେଳେ ଲାଗିରହିଛି। କିନ୍ତୁ ସରକାର ଓ ପ୍ରଶାସନ ଅଣଦେଖା କରୁଥିବାରୁ ଭୋଟ ବର୍ଜନ କରିବୁ ବୋଲି କହିଛନ୍ତି ଗ୍ରାମବାସୀ। ଏ ନେଇ ଜିଲା ପ୍ରଶାସନର ପ୍ରତିକ୍ରିୟା ମିଳିପାରିନାହିଁ। ତେବେ ସରକାର ଓ ଜିଲା ପ୍ରଶାସନ ତୁରନ୍ତ ଏହି ଗ୍ରାମ ପ୍ରତି ଦୃଷ୍ଟି ଦେଇ ସମସ୍ୟା ଦୂର କରିବା ପାଇଁ ଗ୍ରାମବାସୀ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?