ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଶୁକ୍ରବାର ଦିଗପହଣ୍ଡିସ୍ଥିତ ଘୋଡ଼ାହାଡ଼ ପାଣି ପଞ୍ଚାୟତ ଶୀର୍ଷ କମିଟି ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଥିଲା। ପାଣି ପଞ୍ଚାୟତ ସଭାଗୃହଠାରେ ଆୟୋଜିତ ସଭାରେ ଶୀର୍ଷ କମିଟି ସଭାପତି ରମେଶ ଚନ୍ଦ୍ର ପାତ୍ର ଅଧ୍ୟକ୍ଷତା କରିଥିଲେ। ଘୋଡାହାଡ଼ ଜଳସେଚନ ଉପଖଣ୍ଡ କାର୍ଯ୍ୟାଳୟ ଉପ ନିର୍ବାହୀ ଯନ୍ତ୍ରୀ ଇଂ.ନିରଞ୍ଜନ ସାହୁ, ସହକାରୀ ଯନ୍ତ୍ରୀ ଇଂ. କ୍ଷୀରୋଦ ବେହେରା, ଇଂ.କିଶୋର ଚନ୍ଦ୍ର ପାତ୍ର,ପାଣି ପଞ୍ଚାୟତ ଶୀର୍ଷ କମିଟର ପୂର୍ବତନ ସଭାପତି ବିଦ୍ୟାଧର ମହାପାତ୍ର ପ୍ରମୁଖ ସଭାରେ ମଞ୍ଚାସିନ ଥିଲେ। ଘୋଡ଼ାହାଡ଼ ସେଚାଞ୍ଚଳ ଅଧିନ ୧୨ ଶହ ହେକ୍ଟର ଚାଷ ଜମିରେ ଆଖୁ, ଚିନାବାଦାମ,ମୁଗ,ବିରି ଓ ଡାଲି ଜାତୀୟ ଫସଲ ନିମନ୍ତେ ଡ଼୍ୟାମରୁ ଆବଶ୍ୟକ ପାଣି ଛଡାଯିବା ନିମନ୍ତେ ସଭାରେ ବିଧିବଦ୍ଧ ପ୍ରସ୍ତାବ ଗୃହୀତ କରାଯାଇଥିଲା। ସଭାରେ ବିଭିନ୍ନ ପାଣି ପଞ୍ଚାୟତ କାର୍ଯ୍ୟକର୍ତ୍ତା ନିରଞ୍ଜନ ପାଣିଗ୍ରାହୀ,ଏସ. ଜଗନ୍ନାଥ ପାତ୍ର,ନକୁଳ ପ୍ରଧାନ,ଦିବାକର ପାତ୍ର,ଭୂଷଣ ପ୍ରଧାନ,ସୀତାରାମ ପାତ୍ର ଓ କୋରା ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ବିଭିନ୍ନ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଜଳସେଚନ କର୍ମଚାରୀ ପ୍ରଦୀପ କୁମାର ମହାନ୍ତି ଏବଂ ଅନ୍ୟ କର୍ମଚାରୀ ବୃନ୍ଦ ସଭାକାର୍ଯ୍ୟ ପରିଚାଳନାରେ ସହାୟତା କରିଥିଲେ। ଡ଼୍ୟାମର ଜଳଧାରଣ କ୍ଷମତା ୧୧୭.୮୦ ମିଟର ଥିବା ବେଳେ ଗୁରୁବାର ସକାଳ ସୁଦ୍ଧା ଡ଼୍ୟାମରେ ୧୧୭.୬୮ ମିଟର ୯୯.୦୮ ପ୍ରତିଶତ ପାଣି ମହଜୁଦ ଥିବା ଉପ ନିର୍ବାହୀ ଯନ୍ତ୍ରୀ କହିଛନ୍ତି।ଅପରପକ୍ଷରେ ଦିଗପହଣ୍ଡି ବ୍ଲକ ଅଞ୍ଚଳରେ ଚଳିତବର୍ଷ ପ୍ରାୟ ୧୩ ହଜାର ହେକ୍ଟରରୁ ଊଦ୍ଧର୍‌ବ ଜମିରେ ରବି ଚାଷ କରାଯିବା ପାଇଁ ଲକ୍ଷ୍ୟଧାର୍ଯ୍ୟ କରାଯାଇଥିବା ବ୍ଲକ କୃଷି ଅଧିକାରୀ କଲ୍ୟାଣୀ ରାଉତ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇରାନର ପରମାଣୁ ପ୍ଲାଣ୍ଟ ଉପରେ ବଡ଼ ଆକ୍ରମଣ କଲା ଇସ୍ରାଏଲ, ଚେତାବନୀ ଦେଲେ ଇରାନୀ ମନ୍ତ୍ରୀ, କହିଲେ…

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏକ ଅତ୍ୟନ୍ତ ବିପଜ୍ଜନକ ମୋଡ଼ରେ ପହଞ୍ଚିଛି। ଗତକାଲି ଇସ୍ରାଏଲୀ ବାୟୁସେନା ଦୁଇଟି ପ୍ରମୁଖ ଇରାନୀ ପରମାଣୁ ପ୍ରତିଷ୍ଠାନ ଏବଂ ଦୁଇଟି ବଡ଼…

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri