ଆସିଲା ଜିପିଆର-ଜିପିଏସ୍‌ ସର୍ଭେ ରିପୋର୍ଟ: ଏଥିରେ ରହିଛି…

ପୁରୀ,୨୩ା୧୧: ଶ୍ରୀମନ୍ଦିର ରତ୍ନଭଣ୍ଡାର ନେଇ ଏଏସ୍‌ଆଇ ପକ୍ଷରୁ କରାଯାଇଥିବା ଜିପିଆର୍‌-ଜିପିଏସ୍‌ ସର୍ଭେ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ୪୫ ପୃଷ୍ଠା ସମ୍ବଳିତ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହୋଇଥିବା ମୁଖ୍ୟ ପ୍ରଶାସକ କହିଥିବାବେଳେ ଖୁବ୍‌ଶୀଘ୍ର ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାର୍ଯ୍ୟ ଆରମ୍ଭ ହେବ। ରାଜ୍ୟ ସରକାରଙ୍କ ଅନୁମୋଦିତ ଏସ୍‌ଓପି ଆଧାରରେ ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କରାଯିବ।

ତେବେ ରତ୍ନଭଣ୍ଡାର ମରାମତି ସମୟରେ ମହାପ୍ରଭୁଙ୍କ ନୀତିକାନ୍ତି ଓ ଭକ୍ତଙ୍କ ଦର୍ଶନରେ କିଭଳି ବାଧା ନ ଉପୁଜିବ ସେନେଇ ଆଗାମୀ ଦିନରେ ଛତିଶାନିଯୋଗ ଓ ପରିଚାଳନା କମିଟି ସହ ଆଲୋଚନା କରାଯିବ ବୋଲି ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ କହିଛନ୍ତି। ଏଏସ୍‌ଆଇ ପକ୍ଷରୁ ରତ୍ନଭଣ୍ଡାର ଜିପିଆର ସର୍ଭେ ହାଇଦ୍ରାବାଦସ୍ଥିତ ଏନ୍‌ଜିଆର୍‌ଆଇ ସହାୟତାରେ କରାଯାଇଥିଲା। ତେବେ ରିପୋର୍ଟ ଆସିଥିବା ବେଳେ ସେହି ରିପୋର୍ଟ ଆଧାରରେ ଏଏସ୍‌ଆଇକୁ ଖୁବଶୀଘ୍ର ଚିଠି ଲେଖାଯିବ ବୋଲି ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ପ୍ରଶାସକ ପ୍ରତିକ୍ରିୟା ରଖିଛନ୍ତି। ତେବେ ଭିତର ରତ୍ନଭଣ୍ଡାରର ଚଟାଣ ଓ କାନ୍ଥର ସ୍ଥିତି ରିପୋର୍ଟରେ ଉଲ୍ଲେଖ ରହିଛି ଓ ସେହି ରିପୋର୍ଟ ଆଧାରରେ ଏହାକୁ ମରାମତି କରାଯିବ। ମରାମତି କରାଯିବା ପରେ ଭିତର ରତ୍ନଭଣ୍ଡାରକୁ ରତ୍ନ ଅଳଙ୍କାର ନିଆଯାଇ ରାଜ୍ୟ ସରକାରଙ୍କ ଏସଓପି ଅନୁଯାୟୀ ଗଣତିମଣତି କରାଯିବ।

ସେପଟେ ଭିତର ରତ୍ନଭଣ୍ଡାରର ମରାମତି ରତ୍ନ ଅଳଙ୍କାର ଗଣତିମଣତି ପ୍ରକ୍ରିୟାକୁ ଡିଜିଟାଇଜେଶନ କରାଯିବା ସହ ତମାମ ପ୍ରକ୍ରିୟାର ଭିଡିଓଗ୍ରାଫି କରାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଗଣମାଧ୍ୟମକୁ ପ୍ରତିକ୍ରିୟା ରଖିଛନ୍ତି। ତେବେ ଏହି ଗୁରୁତ୍ପୂର୍ଣ୍ଣ କାର୍ଯ୍ୟରେ ଶ୍ରୀମନ୍ଦିର ପ୍ରଶାସନ ସମସ୍ତ ସହଯୋଗ କରିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକାଶ ମାର୍ଗରେ ଏକାଠି ହେଲେ ପାକିସ୍ତାନ-ବାଂଲାଦେଶ, ଜାଣନ୍ତୁ ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

କରାଚୀ,୩୦।୧: ୧୪ ବର୍ଷ ପରେ ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ସିଧାସଳଖ ବିମାନ ସେବା ପୁନର୍ବାର ଆରମ୍ଭ ହୋଇଛି। ବାଂଲାଦେଶର ଜାତୀୟ ବିମାନ କମ୍ପାନୀ, ବିମାନ ବାଂଲାଦେଶ…

ଚଳନ୍ତା ଟ୍ରକର ଚକା ଫାଟି ଲାଗିଗଲା ନିଆଁ, ତାପରେ…

ପଟ୍ଟାଙ୍ଗି,୩୦।୧(ଶରତ କୁମାର ଧଳ): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ବ୍ଲକ୍ ଦେଇ ପଡୋଶୀ ଆନ୍ଧ୍ରକୁ ସଂଯୋଗ କରିଥିବା ୨୬ନଂ ଜାତୀୟ ରାଜପଥ ଘାଟି ରାସ୍ତାରେ ଚଳନ୍ତା ଟ୍ରକର ଚକା…

ଆଣ୍ଡ୍ରଏଡ୍ ସ୍କାମ୍ ଉପରେ କେନ୍ଦ୍ର ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ସାଇବର ଠକେଇ ସତର୍କତା ଜାରି

ନୂଆଦିଲ୍ଲୀ,୩୦।୧: ସାଇବର ଅପରାଧ ବିରୋଧରେ କେନ୍ଦ୍ର ସରକାର ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ‘ୱିଙ୍ଗୋ’ ନାମକ ଏକ ଆଣ୍ଡ୍ରଏଡ୍ ଆପ୍ ଜରିଆରେ ଚାଲିଥିବା ବ୍ୟାପକ ଠକେଇକୁ…

ଶେଖ ହାସିନାଙ୍କ ଭାଷଣକୁ ନେଇ ନିଆଁବାଣ ହେଲା ବାଂଲାଦେଶ, ଭାରତ ବିରୋଧରେ ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ/ଢାକା,୩୦।୧: ବାଂଲାଦେଶ ଚଟ୍ଟୋଗ୍ରାମର ମିରସରାଇରେ ଭାରତୀୟ ଅର୍ଥନୈତିକ କ୍ଷେତ୍ର ପ୍ରକଳ୍ପକୁ ଆନୁଷ୍ଠାନିକ ଭାବରେ ବାତିଲ କରିଛି। ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ ଅର୍ଥନୈତିକ କ୍ଷେତ୍ର…

ମଣ୍ଡିରେ ପଡ଼ିଥିବା ଧାନ ଶୀଘ୍ର ଉଠାଅ,ସିପିଆଇ ପକ୍ଷରୁ ଜିଲାପାଳଙ୍କ ଅଫିସ ଘେରାଉ

ଭବାନୀପାଟଣା,୩୦।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ମଣ୍ଡିରେ ପଡିଥିବା ଧାନକୁ ଶୀଘ୍ର ଉଠାଣ ଦାବିରେ ଗୁରୁବାର ଭବାନୀପାଟଣାରେ ଜିଲାପାଳଙ୍କ ଅଫିସ ଘେରାଉ କରିଛି ସିପିଆଇ। ଏହା…

T20 ବିଶ୍ୱକପରୁ ପାକିସ୍ତାନ ଆଉଟ…, ପାକିସ୍ତାନର ମଜା ଉଡାଇଲା ଏହି ଦେଶ

ନୂଆଦିଲ୍ଲୀ,୩୦।୧: ପାକିସ୍ତାନ ୨୦୨୬ ଟି୨୦ ବିଶ୍ୱକପ ପାଇଁ ତାର ଦଳ ଘୋଷଣା କରିଛି, କିନ୍ତୁ ପିସିବି ଅଧ୍ୟକ୍ଷଙ୍କ ପୋଷ୍ଟ ପରେ ସେମାନଙ୍କ ଅଂଶଗ୍ରହଣକୁ ନେଇ ଅନିଶ୍ଚିତତା ଜାରି…

ଦେଶର ସବୁଠାରୁ ଭଲ ପ୍ରଧାନମନ୍ତ୍ରୀ କିଏ? ମୋଦି ନା ଇନ୍ଦିରା, ଚମକାଇଲା ସର୍ଭେ ରିପୋର୍ଟ

ନୂଆଦିଲ୍ଲୀ,୩୦।୧: ଜନତା ପ୍ରାୟତଃ ବର୍ତ୍ତମାନର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ କାର୍ଯ୍ୟକାଳର ତୁଳନା କରନ୍ତି। ଇଣ୍ଡିଆ ଟୁଡେ-ସି ଭୋଟରଙ୍କ ‘ମୁଡ ଅଫ…

୧୨ ଟିକିଆ ହାତୀପଲଙ୍କ ତାଣ୍ଡବ, ଘର ଭାଙ୍ଗି ଧାନ…

ବଣାଇଁ, ୩୦।୧(ପ୍ରଦୀପ ତ୍ରିପାଠୀ): ବଣାଇଁ ବନଖଣ୍ଡର ତାମଡା ବନାଞ୍ଚଳରେ ୧୨ ଟିକିଆ ହାତୀ ପଲଙ୍କ ଉତ୍ପାତ ଯୋଗୁଁ ଅତିଷ୍ଠ ହୋଇ ପଡ଼ିଛନ୍ତି ୬ଟି ଗ୍ରାମର ଗ୍ରାମବାସୀ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri