ଆସିଲା ଜିପିଆର-ଜିପିଏସ୍‌ ସର୍ଭେ ରିପୋର୍ଟ: ଏଥିରେ ରହିଛି…

ପୁରୀ,୨୩ା୧୧: ଶ୍ରୀମନ୍ଦିର ରତ୍ନଭଣ୍ଡାର ନେଇ ଏଏସ୍‌ଆଇ ପକ୍ଷରୁ କରାଯାଇଥିବା ଜିପିଆର୍‌-ଜିପିଏସ୍‌ ସର୍ଭେ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ୪୫ ପୃଷ୍ଠା ସମ୍ବଳିତ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହୋଇଥିବା ମୁଖ୍ୟ ପ୍ରଶାସକ କହିଥିବାବେଳେ ଖୁବ୍‌ଶୀଘ୍ର ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାର୍ଯ୍ୟ ଆରମ୍ଭ ହେବ। ରାଜ୍ୟ ସରକାରଙ୍କ ଅନୁମୋଦିତ ଏସ୍‌ଓପି ଆଧାରରେ ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କରାଯିବ।

ତେବେ ରତ୍ନଭଣ୍ଡାର ମରାମତି ସମୟରେ ମହାପ୍ରଭୁଙ୍କ ନୀତିକାନ୍ତି ଓ ଭକ୍ତଙ୍କ ଦର୍ଶନରେ କିଭଳି ବାଧା ନ ଉପୁଜିବ ସେନେଇ ଆଗାମୀ ଦିନରେ ଛତିଶାନିଯୋଗ ଓ ପରିଚାଳନା କମିଟି ସହ ଆଲୋଚନା କରାଯିବ ବୋଲି ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ କହିଛନ୍ତି। ଏଏସ୍‌ଆଇ ପକ୍ଷରୁ ରତ୍ନଭଣ୍ଡାର ଜିପିଆର ସର୍ଭେ ହାଇଦ୍ରାବାଦସ୍ଥିତ ଏନ୍‌ଜିଆର୍‌ଆଇ ସହାୟତାରେ କରାଯାଇଥିଲା। ତେବେ ରିପୋର୍ଟ ଆସିଥିବା ବେଳେ ସେହି ରିପୋର୍ଟ ଆଧାରରେ ଏଏସ୍‌ଆଇକୁ ଖୁବଶୀଘ୍ର ଚିଠି ଲେଖାଯିବ ବୋଲି ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ପ୍ରଶାସକ ପ୍ରତିକ୍ରିୟା ରଖିଛନ୍ତି। ତେବେ ଭିତର ରତ୍ନଭଣ୍ଡାରର ଚଟାଣ ଓ କାନ୍ଥର ସ୍ଥିତି ରିପୋର୍ଟରେ ଉଲ୍ଲେଖ ରହିଛି ଓ ସେହି ରିପୋର୍ଟ ଆଧାରରେ ଏହାକୁ ମରାମତି କରାଯିବ। ମରାମତି କରାଯିବା ପରେ ଭିତର ରତ୍ନଭଣ୍ଡାରକୁ ରତ୍ନ ଅଳଙ୍କାର ନିଆଯାଇ ରାଜ୍ୟ ସରକାରଙ୍କ ଏସଓପି ଅନୁଯାୟୀ ଗଣତିମଣତି କରାଯିବ।

ସେପଟେ ଭିତର ରତ୍ନଭଣ୍ଡାରର ମରାମତି ରତ୍ନ ଅଳଙ୍କାର ଗଣତିମଣତି ପ୍ରକ୍ରିୟାକୁ ଡିଜିଟାଇଜେଶନ କରାଯିବା ସହ ତମାମ ପ୍ରକ୍ରିୟାର ଭିଡିଓଗ୍ରାଫି କରାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଗଣମାଧ୍ୟମକୁ ପ୍ରତିକ୍ରିୟା ରଖିଛନ୍ତି। ତେବେ ଏହି ଗୁରୁତ୍ପୂର୍ଣ୍ଣ କାର୍ଯ୍ୟରେ ଶ୍ରୀମନ୍ଦିର ପ୍ରଶାସନ ସମସ୍ତ ସହଯୋଗ କରିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ହାଟଡିହୀରେ ଅଭାବନୀୟ ଚିତ୍ର: ଖଟିଆରେ ଭାଲିଆ ନାଳ ପାର ହେଲେ ରୋଗୀ, ରାସ୍ତା-ପୋଲ ନଥିବାରୁ ଦୁର୍ଦ୍ଦଶାରେ…

ହାଟଡିହୀ, ୪।୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଅନ୍ତର୍ଗତ ମଲ୍ଲିପଶି ଗ୍ରାମକୁ ପକ୍କା ରାସ୍ତା ଏବଂ ନାଳ ଉପରେ ପୋଲ…

ହାଟଡିହୀରେ ମିଳୁନି ସାର: ସମବାୟ ସମିତି ଓ ବିକ୍ରୟ କେନ୍ଦ୍ର ପରିଦର୍ଶନ କଲେ ବିଧାୟକ

ହାଟଡିହୀ/ଛେନାପଦୀ, ୪।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବର୍ତ୍ତମାନ ପ୍ରବଳ ସାର ସଙ୍କଟ ଦେଖାଦେଇଛି। ସମବାୟ ସମିତିରେ ଆବଶ୍ୟକୀୟ ସାର ନ ଥିବାବେଳେ ଖୋଲା…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ବିଧାୟକଙ୍କ ହସ୍ତକ୍ଷେପ ପରେ ବେଲଗୁଣ୍ଠାରେ ଲୋକଙ୍କୁ ମିଳିଲା ବିଶୁଦ୍ଧ ପାଣି

ବେଲଗୁଣ୍ଠା, ୪।୮ (କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଏନ୍.ଏ.ସି. ଅନ୍ତର୍ଗତ ୧୨ ଏବଂ ୧୩ ନମ୍ବର ୱାର୍ଡ ଭଗବତପାଟଣା ଓ ଧନିଜାପଲ୍ଲୀରେ ବିଗତ କିଛି…

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଆବେଦନ: ଦାରିଙ୍ଗବାଡ଼ି କୃଷି କାର୍ଯ୍ୟାଳୟରେ କୃଷକଙ୍କ ପ୍ରବଳ ଭିଡ଼

ଦାରିଙ୍ଗବାଡ଼ି,୪।୮(ଅରୁଣ ସାହୁ): କୃଷି କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ କୃଷକମାନଙ୍କୁ ବିଭିନ୍ନ ଯୋଜନାର ସୁଫଳ ଯୋଗାଇ ଦିଆଯାଉଛି। ବର୍ତ୍ତମାନ ଅଞ୍ଚଳରେ ଲଗାଣ…

ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…

ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍‌ବେଗଜନକ ରୂପ ନେଉଛି। ନିଜ…

ପାଟଣା କଲେଜର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଜଗନ୍ନାଥ ମହାନ୍ତ

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବେ ମହାବିଦ୍ୟାଳୟର ଓଡ଼ିଆ ବିଭାଗ ମୁଖ୍ୟ ତଥା ରିଡର ଜଗନ୍ନାଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri