ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ କରାଯାଇଛି, ଯାହା ଦ୍ୱାରା ସାଟେଲାଇଟ୍‌ ମାଧ୍ୟମରେ ସେମାନଙ୍କର ଗତିବିଧି ଉପରେ ନଜର ରଖାଯାଇପାରିବ। ଏହି ଟ୍ୟାଗିଂ ଫଳରେ କଇଁଛମାନେ କେଉଁଠାରୁ ଓଡ଼ିଶା ଉପକୂଳକୁ ଆସୁଛନ୍ତି ତାହା ସ୍ପଷ୍ଟ ହେବ ଏବଂ ସେମାନଙ୍କର ସମୁଦ୍ର ସ୍ଥାନାନ୍ତରଣ ପଥ ଓ ଆଚରଣକୁ ଅଧ୍ୟୟନ କରାଯାଇପାରିବ। ଏହି ୨ଟି କଇଁଛ ମଧ୍ୟରୁ ଗୋଟିଏ ମେଲ୍‌ (ପୁରୁଷ) ଏବଂ ଅନ୍ୟଟି ଫିମେଲ୍‌ (ମହିଳା)। ଟ୍ୟାଗିଂ ପରେ ସେମାନଙ୍କୁ ସମୁଦ୍ରରେ ଛଡ଼ାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ୟବହୃତ ଟ୍ରାନ୍ସମିଟର୍‌ ନ୍ୟୁଜିଲ୍ୟାଣ୍ଡରୁ ଅଣାଯାଇଥିବା ସୂଚନା ମିଳିଛି। ଏହି ଅଭିଯାନରେ ଚିଫ୍‌ ପ୍ରିନ୍ସିପାଲ୍‌ କନଜର୍ଭେଟର୍‌ ପ୍ରେମ କୁମାର ଝା, ଆଞ୍ଚଳିକ ଚିଫ୍‌ ପ୍ରିନ୍ସିପାଲ୍‌ କନଜର୍ଭେଟର୍‌ ବିଶ୍ୱନାଥନ୍‌, ବ୍ରହ୍ମପୁର ଡିଏଫଓ ସନ୍ନି ଖୋକର୍‌, ଚିଲିକା ଡିଏଫଓ ଅମ୍ଳାନ୍‌ ନାୟକ ଏବଂ ଖଲିକୋଟ୍‌ ରେଞ୍ଜର୍‌ ଦିବ୍ୟ ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ଏହା ସହ ବନ ବିଭାଗର ଅନ୍ୟାନ୍ୟ ଅଧିକାରୀମାନେ ମଧ୍ୟ ଯୋଗ ଦେଇଥିଲେ। ଏହି ଟ୍ୟାଗିଂ କାର୍ଯ୍ୟକୁ ଡେରାଡୁନ୍‌ ସ୍ଥିତ ୱାଇଲ୍ଡଲାଇଫ୍‌ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆର ତିନିଜଣିଆ ବିଶେଷଜ୍ଞ ଦଳ ପରିଚାଳନା କରିଛନ୍ତି। ପୂର୍ବରୁ ଗହୀରମଥା ଉପକୂଳରେ କିଛି କଇଁଛଙ୍କୁ ଟ୍ୟାଗିଂ କରାଯାଇଥିଲା। ବ୍ରହ୍ମପୁର ଡିଏଫଓ ସନ୍ନି ଖୋକର୍‌ କହିଛନ୍ତି ଯେ, ଏହି ସାଟେଲାଇଟ୍‌ ଟ୍ୟାଗିଂର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଅଲିଭ ରିଡଲେ କଇଁଛମାନଙ୍କର ସମୁଦ୍ର ମଧ୍ୟରେ ସ୍ଥାନାନ୍ତରଣ ପଥ ଏବଂ ଆଚରଣକୁ ଗଭୀରଭାବେ ଅଧ୍ୟୟନ କରିବା। ଏହା ଦ୍ୱାରା ସେମାନଙ୍କର ସଂରକ୍ଷଣ ପାଇଁ ନୂଆ ଉପାୟ ଖୋଜିବାରେ ସହାୟକ ହେବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ଇନଷ୍ଟାଗ୍ରାମ ଆଇଡି ହ୍ୟାକ୍ କରି ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ, ଧରାପଡିବା ପରେ…..

ଆନନ୍ଦପୁର,୬ା୧୦(ସୁଶାନ୍ତ କୁମାର ସାହୁ ): ଇନଷ୍ଟାଗ୍ରାମ ଆଇଡି ହ୍ୟାକ କରି ଜଣେ ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ କରିବା ଅଭିଯୋଗରେ ଘଷିପୁରା ପୋଲିସ ଜଣେ ଯୁବକକୁ ଗିରଫ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…

ନବୀନ ପଟ୍ଟନାୟକ ନେଲେ ବଡ଼ ନିଷ୍ପତ୍ତି: ଆଗକୁ ବିଜେଡି…

ଭୁବନେଶ୍ୱର,୬।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବିରୋଧୀଙ୍କ ପ୍ରତିବାଦରେ ସାମିଲ ହେବ ବିଜୁ ଜନତା ଦଳ…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?