Posted inଜାତୀୟ

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ ସ୍ପର୍ଶ କରିବା, ପୋଷାକ ଚିରିବା ଏବଂ ତାକୁ ଟାଣି ନେଇ ବଳାତ୍କାର ଉଦ୍ୟମ କରିବା ଘଟଣାକୁ ହାଇକୋର୍ଟ ‘କେବଳ ଏକ ପ୍ରସ୍ତୁତି’ ବୋଲି କହିଥିଲେ, ଯାହାକୁ ସର୍ବୋଚ୍ଚ ଅଦାଲତ ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ଦର୍ଶାଇଛନ୍ତି।

୨୦୨୫ ମାର୍ଚ୍ଚ ୧୭ରେ ଆଲ୍ଲାହାବାଦ ହାଇକୋର୍ଟର ଜଷ୍ଟିସ ରାମ ମନୋହର ନାରାୟଣ ମିଶ୍ର ଏକ ନିର୍ଦ୍ଦେଶ ଦେଇଥିଲେ ଯେ, ଅଭିଯୁକ୍ତ ପବନ ଓ ଆକାଶଙ୍କ କାର୍ଯ୍ୟରୁ ସେମାନେ ବଳାତ୍କାର କରିବାକୁ ଚାହୁଁଥିଲେ ବୋଲି ପ୍ରମାଣିତ ହେଉନାହିଁ। ତେଣୁ ସେ ଏହାକୁ ବଳାତ୍କାର ଉଦ୍ୟମ (ଧାରା ୩୭୬/୫୧୧) ବଦଳରେ କେବଳ ବିବସ୍ତ୍ର କରିବା ଉଦ୍ୟମ (ଧାରା ୩୫୪-ବି) ଭାବେ ବିଚାର କରିଥିଲେ।

ମୁଖ୍ୟ ବିଚାରପତି ସୂର୍ଯ୍ୟ କାନ୍ତ, ଜଷ୍ଟିସ ଜୟମାଲ୍ୟ ବାଗଚି ଏବଂ ଜଷ୍ଟିସ ଏନ.ଭି. ଅଞ୍ଜାରିଆଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ଯୁକ୍ତିକୁ ଖଣ୍ଡନ କରିଛନ୍ତି। କୋର୍ଟ କହିଛନ୍ତି ଯେ, ଏଭଳି ଗୁରୁତର ଘଟଣାକୁ କେବଳ ‘ପ୍ରସ୍ତୁତି’ ବୋଲି କହିବା ଭୁଲ। ଏହା ସ୍ପଷ୍ଟ ଭାବେ ବଳାତ୍କାରର ଏକ ଉଦ୍ୟମ। ବିଚାରପତିମାନେ କହିଛନ୍ତି, “ନ୍ୟାୟିକ ପ୍ରକ୍ରିୟାରେ କେବଳ ଆଇନଗତ ଯୁକ୍ତି ନୁହେଁ, ବରଂ ସମବେଦନା ଏବଂ ମାନବିକତାର ଆବଶ୍ୟକତା ରହିଛି।”

ସୁପ୍ରିମକୋର୍ଟ ଏହି ମାମଲାରେ ସ୍ୱତଃପ୍ରବୃତ୍ତ ହସ୍ତକ୍ଷେପ କରିବା ସହ ଭବିଷ୍ୟତ ପାଇଁ କିଛି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ଭୋପାଳସ୍ଥିତ ନ୍ୟାସନାଲ ଜୁଡିସିଆଲ ଏକାଡେମୀ (NJA) କୁ ଏକ ବିଶେଷଜ୍ଞ କମିଟି ଗଠନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଯୌନ ଅପରାଧ ମାମଲାର ବିଚାର ବେଳେ ବିଚାରପତିମାନେ କିଭଳି ସମ୍ବେଦନଶୀଳ ରହିବେ, ସେଥିପାଇଁ ଏକ ସ୍ୱତନ୍ତ୍ର ମାର୍ଗଦର୍ଶିକା ପ୍ରସ୍ତୁତ କରାଯିବ।

ଏହି ନୂତନ ନିୟମାବଳୀ ଯେପରି ସାଧାରଣ ଲୋକ ବୁଝିପାରିବେ ଏବଂ ଏଥିରେ ଭାରତର ଭାଷାଗତ ବିବିଧତାକୁ ଗୁରୁତ୍ୱ ଦିଆଯିବ, ସେଥିପାଇଁ ନିର୍ଦ୍ଦେଶ ଦିଆଯାଇଛି। କମିଟିକୁ ଏହି ରିପୋର୍ଟ ପ୍ରଦାନ ପାଇଁ ତିନି ମାସ ସମୟ ଦିଆଯାଇଛି। ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି ଯେ, ପୀଡ଼ିତାଙ୍କ ପ୍ରତି ଅସମ୍ବେଦନଶୀଳତା ‘ପୂର୍ଣ୍ଣ ନ୍ୟାୟ’ ପ୍ରଦାନରେ ଏକ ବଡ଼ ବାଧା।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri