ଶିମିଳିପାଳରେ କ୍ରମଶଃ ତାପମାତ୍ରା ହ୍ରାସ: ବରଫର ଆସ୍ତରଣ ଦୃଶ୍ୟମାନ

ବାରିପଦା ଅଫିସ,୭।୧: ମୟୂରଭଞ୍ଜ ଜିଲାରେ ଦିନକୁ ଦିନ ତାପମାତ୍ରା କମିବାରେ ଲାଗିଛି। କ୍ରମାଗତ ୪ ଦିନ ହେଲା ପାରଦ ଖସିବା ସହିତ ହାଡ଼ଭଙ୍ଗା ଶୀତ ଅନୁଭୂତ ହେଉଛି। ଏହାର ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପ୍ରବଳ ଶୀତ ଯୋଗୁ ସନ୍ଧ୍ୟାରେ ଜନଶୂନ୍ୟ ହେଇପଡୁଛି ବଜାର। ସକାଳୁ ଅନେକ ସମୟ ଧରି କୁହୁଡ଼ି ଲାଗି ରହୁଛି । ଅଧିକାଂଶ ସ୍ଥାନରେ ଶୀତଦାଉରୁ ରକ୍ଷା ପାଇବା ପାଇଁ ଲୋକେ ନିଆଁ ପୋଉଁଛନ୍ତି।
ଶନିବାର ଶିମିଳିପାଳର ବିଭିନ୍ନ ସ୍ଥାନରେ ପ୍ରତ୍ୟୁଷରେ ବରଫ (ତୁହିନ)ର ଆସ୍ତରଣ ଦେଖିବାକୁ ମିଳିଛି। ଶିମିଳିପାଳ ଭିତରେ ରହୁଥିବା ପର୍ଯ୍ୟଟକଙ୍କ ଗାଡ଼ି ଉପରେ, ନେଚର କ୍ୟାମ୍ପ୍‌ ଗୃହ ଓ ଘାସ ଗାଲିଚା ଉପରେ ବରଫର ଏକ ଆସ୍ତରଣ ତୁଷାରପାତର ଭ୍ରମ ସୃଷ୍ଟି କରୁଛି ।
ଆଭ୍ୟନ୍ତରୀଣ ଶିମିଳିପାଳରେ ଥିବା ଉପର ବାର୍‌ହାକାମୁଡ଼ା ଦେବସ୍ଥଳୀ, ଜେନାବିଲ ଓ ତାରାଣୀବିଲାରେ ପ୍ରବଳ ମାତ୍ରରେ ଶୀତ ଅନୁଭୂତ ହେଉଥିବାର ସୂଚନା ମିଳିଛି।
ଶିମିଳିପାଳ ଅଭୟାରଣ୍ୟରେ ଥିବା ବିଭିନ୍ନ ଗାଁର ଅନେକ ସ୍ଥାନରେ ଅନୁରୂପ ଦୃଶ୍ୟ ଶନିବାର ସକାଳୁ ଦୃଶ୍ୟମାନ ହୋଇଛି । ଏପରିକି ଉପର ବାର୍‌ହାକାମୁଡ଼ାରେ ୫ ଡିଗ୍ରୀ ଏବଂ ନଅଣାରେ ୬ ଡିଗ୍ରୀ ତାପମାତ୍ରା ହ୍ରାସ ରେକର୍ଡ କରାଯାଇଛି । ବିଗତ ବର୍ଷଗୁଡ଼ିକରେ ଶିମିଳିପାଳ ଅଭୟାରଣ୍ୟରେ ଶୂନ ଡିଗ୍ରୀ ତାପମାତ୍ରା ରହିଥିବା ମଧ୍ୟ ରେକର୍ଡ କରାଯାଇଛି। ଚଳିତବର୍ଷ ଆହୁରି ତାପମାତ୍ରା ଖସିବାର ସମ୍ଭାବନା ରହିଛି। ଜିଲାର ବିଭିନ୍ନ ସ୍ଥାନରେ ତାପମାତ୍ରା ୧୦ ଡିଗ୍ରୀ ତଳେ ରହୁଥିବା ଜଣାପଡ଼ିଛି। ଉତ୍ତର-ପଶ୍ଚିମା ପବନ ପ୍ରବାହିତ ଯୋଗୁ ଆଗକୁ ତାପମାତ୍ରା ଆହୁରି କମିବ ବୋଲି ଜିଲା ଜରୁରିକାଳୀନ କାର୍ଯ୍ୟାଳୟ ପକ୍ଷରୁ ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri