ସ୍ନାତକ ଛାତ୍ରୀଛାତ୍ରଙ୍କୁ ମାର୍କଶିଟ୍‌ ଦିଆଯାଉ

ଭୁବନେଶ୍ୱର, ୩୧।୮(ବ୍ୟୁରୋ): ଓଡ଼ିଶାରେ ସ୍ନାତକ(ୟୁଜି) ପରୀକ୍ଷା ଦେଇଥିବା ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ସେମାନଙ୍କ ପ୍ରୋଭିଜନାଲ ମାର୍କଶିଟ୍‌ ଶୀଘ୍ର ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପତ୍ର ଲେଖି ସୋମବାର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଛନ୍ତି।
ଧର୍ମେନ୍ଦ୍ର ତାଙ୍କ ପତ୍ରରେ ଉଲ୍ଲେଖ କରିଛନ୍ତି, ଅଗଷ୍ଟ ୧ମ ଓ ୨ୟ ସପ୍ତାହରେ ଛାତ୍ରୀଛାତ୍ରମାନେ ଅନ୍‌ଲାଇନ ମାଧ୍ୟମରେ ୟୁଜି ୬ଷ୍ଠ ସେମିଷ୍ଟର ପରୀକ୍ଷା ଦେଇଥିଲେ। ଏହାର ଫଳାଫଳ ପ୍ରକାଶ ପାଇ ନ ଥିବାରୁ ଛାତ୍ରୀଛାତ୍ରମାନେ କଲେଜ ଏବଂ ଓଡ଼ିଶା ଶିକ୍ଷା ବିଭାଗ ଅଧିକାରୀଙ୍କ ଏନେଇ ଦୃଷ୍ଟି ଆକର୍ଷଣ କରିଥିଲେ। ଏହାସତ୍ତ୍ୱେ ଏ ପର୍ଯ୍ୟନ୍ତ ସେମାନଙ୍କୁ ପ୍ରୋଭିଜନାଲ ମାର୍କଶିଟ୍‌ ଦିଆଯାଇନାହିଁ। ଅନେକ ବିଶ୍ୱବିଦ୍ୟାଳୟରେ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ପରୀକ୍ଷାଫଳ ପ୍ରକାଶ ପାଇବା ନେଇ ପରୀକ୍ଷାର୍ଥୀମାନେ ଆଶା ଆଶଙ୍କାରେ ରହିଛନ୍ତି। ପୂର୍ବରୁ ପ୍ରୋଭିଜନାଲ ମାର୍କଶିଟ୍‌ ମଧ୍ୟ ନ ମିଳିବା ଯୋଗୁ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉପରେ ଏହାର ପ୍ରଭାବ ପଡ଼ିବା ଆଶଙ୍କା କରାଯାଉଛି। ପରୀକ୍ଷାଫଳ ପ୍ରକାଶ ପାଇ ନ ଥିବାରୁ ଅନେକ ଛାତ୍ରୀଛାତ୍ରମାନେ ମିଜୋରାମ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ, ଭାରଥିଆର ବିଶ୍ୱବିଦ୍ୟାଳୟରେ ନାମ ଲେଖାଇବାରୁ ବଞ୍ଚିତ ହୋଇଛନ୍ତି। ମୁମ୍ବାଇ ବିଶ୍ୱବିଦ୍ୟାଳୟ, କୁମାଁଉ ବିଶ୍ୱବିଦ୍ୟାଳୟ ଭଳି ଅନେକ ବିଶ୍ୱବିଦ୍ୟାଳୟରେ ଆଡମିସନ ତାରିଖ ନିକଟବର୍ତ୍ତୀ ହେଉଥିବାରୁ ଛାତ୍ରୀଛାତ୍ରମାନେ ନେଇ ଦ୍ୱନ୍ଦ୍ୱରେ ଅଛନ୍ତି। ଏହାସହ ରାଜ୍ୟ ବାହାରେ ଅଫ୍‌ଲାଇନ ମାଧ୍ୟମରେ ହେଉଥିବା ବିଶ୍ୱବିଦ୍ୟାଳୟ ପ୍ରବେଶିକା ପରୀକ୍ଷାରୁ ମଧ୍ୟ ବଞ୍ଚିତ ହେଉଛନ୍ତି। ଏସବୁକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ବ୍ୟକ୍ତିଗତ ହସ୍ତକ୍ଷେପ କରି ଛାତ୍ରୀଛାତ୍ରଙ୍କୁ ୬ଷ୍ଠ ସେମିଷ୍ଟର ପରୀକ୍ଷାଫଳର ଫାଇନାଲ କିମ୍ବା ପ୍ରୋଭିଜନାଲ ମାର୍କଶିଟ୍‌ ଦେବା ପାଇଁ ଧର୍ମେନ୍ଦ୍ର ଅନୁରୋଧ କରିଛନ୍ତି। ପ୍ରୋଭିଜନାଲ ମାର୍କଶିଟ୍‌ ଦିଆଗଲେ ପରୀକ୍ଷାର୍ଥୀମାନେ ବିଭିନ୍ନ ରାଜ୍ୟ ତଥା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ସୁଯୋଗ ପାଇପାରିବେ ବୋଲି ସେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri