ଘୁଞ୍ଚିଲା ଯୁକ୍ତ ୩ ପଞ୍ଚମ ସେମିଷ୍ଟର ପରୀକ୍ଷା

ଭୁବନେଶ୍ୱର,୨୪।୩(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ସମସ୍ତ ଡିଗ୍ରୀ କଲେଜର ଯୁକ୍ତ ୩ ପଞ୍ଚମ ସେମିଷ୍ଟର ପରୀକ୍ଷା କାର୍ଯ୍ୟସୂଚୀରେ ପରିବର୍ତ୍ତନ କରାଯାଇଛି। ୨୩ତାରିଖରୁ ଏହି ପରୀକ୍ଷା ହେବାକୁ ଥିବାବେଳେ ପୌର ନିର୍ବାଚନ ଲାଗି ପ୍ରଥମେ ୨ ଦିନ ପରୀକ୍ଷା ସ୍ଥଗିତ ରଖାଯାଇଥିଲା।

ପୁଣି ଥରେ ବିଶ୍ୱବିଦ୍ୟାଳୟ ମୁଖ୍ୟ ପରୀକ୍ଷା ନିୟନ୍ତ୍ରକ ୨୫ ତାରିଖରେ ଥିବା ପରୀକ୍ଷାକୁ ମଧ୍ୟ ବନ୍ଦ କରିଛନ୍ତି। ୨୫ ତାରିଖରେ ହେବାକୁ ଥିବା ପରୀକ୍ଷା ଏପ୍ରିଲ ୫ ତାରିଖରେ ହେବ ବୋଲି ମୁଖ୍ୟ ପରୀକ୍ଷା ନିୟନ୍ତ୍ରକ ଶରତ କୁମାର ମାଝି ସମସ୍ତ କଲେଜକୁ ଚିଠି ମାଧ୍ୟମରେ ଅବଗତ କରିଛନ୍ତି। ବିଶ୍ୱବିଦ୍ୟାଳୟ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତିରେ ଦର୍ଶାଯାଇଛି ଯେ, ୨୬ରୁ ବିଧିବଦ୍ଧ ଭାବେ ପରୀକ୍ଷା ଆରମ୍ଭ ହେବ। ତେବେ ପରୀକ୍ଷା ସମୟରେ ପରିବର୍ତ୍ତନ କରାଯାଇଛି। ପୂର୍ବରୁ ଦିନ ୧୧ଟାରୁ ପରୀକ୍ଷା କରିବାକୁ ଧାର୍ଯ୍ୟ କରାଯାଇଥିବା ବେଳେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପରୀକ୍ଷା ସମୟକୁ ପରିବର୍ତ୍ତନ କରାଯାଇଛି। ପରିବର୍ତ୍ତିତ କାର୍ଯ୍ୟସୂଚୀ ଅନୁଯାୟୀ ପରୀକ୍ଷା ସକାଳ ୯ଟାରୁ ଆରମ୍ଭ ହେବ। ସେହିପରି ପୂର୍ବ ନିର୍ଦ୍ଧାରିତ ଅନ୍ୟ ପରୀକ୍ଷା କାର୍ଯ୍ୟକ୍ରମରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଚିଠିରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ଟିମ ଇଣ୍ଡିଆକୁ ଡବଲ୍‌ ଫାଇଦା: ଭାଙ୍ଗିଲା ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୧୬।୨:ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ କେବଳ ପାକିସ୍ତାନକୁ ପରାସ୍ତ କରି ନ ଥିଲା ବରଂ ଏଥିରୁ ଦୁଇଥର ଲାଭ ମଧ୍ୟ ପାଇଥିଲା। ସେହି ଲାଭ ସହିତ ଏହା…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ନାମ୍ବିୟାଠାରୁ ଯଦି ପାକିସ୍ତାନ ହାରିଯାଏ ତେବେ କ’ଣ ହେବ? ବୁଝନ୍ତୁ T20 World Cupର ସୁପର ୮ କ୍ୱାଲିଫିଶେନର ଗଣିତ

ନୂଆଦିଲ୍ଲୀ,୧୬।୨: ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରି ICC T20 ବିଶ୍ୱକପ 2026 ର ସୁପର ୮ପାଇଁ ଯୋଗ୍ୟତା ଅର୍ଜନ କରିଛି। ଫେବୃଆରୀ ୧୫…

ପରୀକ୍ଷା ପୂର୍ବରୁ ନିୟମରେ ବଡ଼ ପରିବର୍ତ୍ତନ କଲା CBSE, ସପ୍ଲିମେଣ୍ଟାରୀ ଦେବାକୁ ହେଲେ….

ନୂଆଦିଲ୍ଲୀ,୧୬।୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଫେବୃଆରୀ ୧୮ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି ସମୟରେ, CBSE ଏକ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ବିଶ୍ୱ ଦେଖିବ ଭାରତର ଶକ୍ତି! ଫ୍ରାନ୍ସରୁ ବ୍ରାଜିଲ ପର୍ଯ୍ୟନ୍ତ, AI Impact Summit 2026ରେ ବିଶ୍ୱ ଶକ୍ତିର ହେବ ସମାବେଶ

ନୂଆଦିଲ୍ଲୀ,୧୬।୨: ଫେବୃଆରୀ ୧୭ ଏବଂ ୧୮ ତାରିଖରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ୨୦୨୬ କେବଳ ଏକ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ ନୁହେଁ…

‘ଶଶି ଥରୁର ବୈଦେଶିକ ମନ୍ତ୍ରୀ ହେବାକୁ ଚାହୁଁଛନ୍ତି, ପବନ ଖେରା କେବଳ କାଠ କଣ୍ଢେଇ’, କାହିଁକି ଏମିତି କହିଲେ ମଣି ଶଙ୍କର ଆୟାର? ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୬।୨: ବିବାଦୀୟ ବୟାନ ପାଇଁ ଜଣାଶୁଣା ବରିଷ୍ଠ କଂଗ୍ରେସ ନେତା ମଣି ଶଙ୍କର ଆୟାର ତାଙ୍କ ଦଳ ଭିତରେ ଥିବା ବରିଷ୍ଠ ନେତାମାନଙ୍କୁ ଟାର୍ଗେଟ କରିଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri