ଘୁଞ୍ଚିଲା ଯୁକ୍ତ ୩ ପଞ୍ଚମ ସେମିଷ୍ଟର ପରୀକ୍ଷା

ଭୁବନେଶ୍ୱର,୨୪।୩(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ସମସ୍ତ ଡିଗ୍ରୀ କଲେଜର ଯୁକ୍ତ ୩ ପଞ୍ଚମ ସେମିଷ୍ଟର ପରୀକ୍ଷା କାର୍ଯ୍ୟସୂଚୀରେ ପରିବର୍ତ୍ତନ କରାଯାଇଛି। ୨୩ତାରିଖରୁ ଏହି ପରୀକ୍ଷା ହେବାକୁ ଥିବାବେଳେ ପୌର ନିର୍ବାଚନ ଲାଗି ପ୍ରଥମେ ୨ ଦିନ ପରୀକ୍ଷା ସ୍ଥଗିତ ରଖାଯାଇଥିଲା।

ପୁଣି ଥରେ ବିଶ୍ୱବିଦ୍ୟାଳୟ ମୁଖ୍ୟ ପରୀକ୍ଷା ନିୟନ୍ତ୍ରକ ୨୫ ତାରିଖରେ ଥିବା ପରୀକ୍ଷାକୁ ମଧ୍ୟ ବନ୍ଦ କରିଛନ୍ତି। ୨୫ ତାରିଖରେ ହେବାକୁ ଥିବା ପରୀକ୍ଷା ଏପ୍ରିଲ ୫ ତାରିଖରେ ହେବ ବୋଲି ମୁଖ୍ୟ ପରୀକ୍ଷା ନିୟନ୍ତ୍ରକ ଶରତ କୁମାର ମାଝି ସମସ୍ତ କଲେଜକୁ ଚିଠି ମାଧ୍ୟମରେ ଅବଗତ କରିଛନ୍ତି। ବିଶ୍ୱବିଦ୍ୟାଳୟ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତିରେ ଦର୍ଶାଯାଇଛି ଯେ, ୨୬ରୁ ବିଧିବଦ୍ଧ ଭାବେ ପରୀକ୍ଷା ଆରମ୍ଭ ହେବ। ତେବେ ପରୀକ୍ଷା ସମୟରେ ପରିବର୍ତ୍ତନ କରାଯାଇଛି। ପୂର୍ବରୁ ଦିନ ୧୧ଟାରୁ ପରୀକ୍ଷା କରିବାକୁ ଧାର୍ଯ୍ୟ କରାଯାଇଥିବା ବେଳେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପରୀକ୍ଷା ସମୟକୁ ପରିବର୍ତ୍ତନ କରାଯାଇଛି। ପରିବର୍ତ୍ତିତ କାର୍ଯ୍ୟସୂଚୀ ଅନୁଯାୟୀ ପରୀକ୍ଷା ସକାଳ ୯ଟାରୁ ଆରମ୍ଭ ହେବ। ସେହିପରି ପୂର୍ବ ନିର୍ଦ୍ଧାରିତ ଅନ୍ୟ ପରୀକ୍ଷା କାର୍ଯ୍ୟକ୍ରମରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଚିଠିରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri