ଶ୍ରାବଣରେ ବିରଳ ମହାସଂଯୋଗ! ୧୮ ବର୍ଷ ପରେ ଲାଗିବ ସୂର୍ଯ୍ୟଗ୍ରହଣ-ଚନ୍ଦ୍ରଗ୍ରହଣ, ଜାଣନ୍ତୁ କ’ଣ କରିବେ ନ କରିବେ…

ଚଳିତ ବର୍ଷ ଶ୍ରାବଣ ମାସର ଅମାବାସ୍ୟା ଓ ପୂର୍ଣ୍ଣିମାରେ ଗ୍ରହଣ ପଡ଼ିବ। ପ୍ରାୟ ୧୮ ବର୍ଷ ପରେ ଏଭଳି ଏକ ବିରଳ ସଂଯୋଗ ସୃଷ୍ଟି ହେଉଛି, ଯେତେବେଳେ ଭଗବାନ ଶିବଙ୍କ ପ୍ରିୟ ମାସ ଶ୍ରାବଣରେ ୧୫ ଦିନର ବ୍ୟବଧାନରେ ସୂର୍ଯ୍ୟଗ୍ରହଣ ଓ ଚନ୍ଦ୍ରଗ୍ରହଣ ଲାଗିବ।

ଶ୍ରାବଣ ଅମାବାସ୍ୟା ଦିନ ସୂର୍ଯ୍ୟଗ୍ରହଣ ଲାଗିବ, ଯେଉଁଠାରେ ଶ୍ରାବଣ ପୂର୍ଣ୍ଣିମା (ରାଖୀ ପୂର୍ଣ୍ଣିମା) ଦିନ ଚନ୍ଦ୍ରଗ୍ରହଣ ହେବ। ଚନ୍ଦ୍ରଗ୍ରହଣର ୯ ଘଣ୍ଟା ପୂର୍ବରୁ ଏବଂ ସୂର୍ଯ୍ୟଗ୍ରହଣର ୧୨ ଘଣ୍ଟା ପୂର୍ବରୁ ସୂତକ କାଳ ଆରମ୍ଭ ହୋଇଥାଏ। ଏହି ସମୟରେ କୌଣସି ଶୁଭ କାର୍ଯ୍ୟ କରାଯାଏ ନାହିଁ। ଆସନ୍ତୁ ଜାଣିବା ଶ୍ରାବଣ ମାସରେ ଲାଗୁଥିବା ସୂର୍ଯ୍ୟଗ୍ରହଣ ଓ ଚନ୍ଦ୍ରଗ୍ରହଣ ସମ୍ପର୍କରେ।

ଏହା ପୂର୍ବରୁ ୨୦୦୮ରେ ଶ୍ରାବଣ ମାସରେ ଏଭଳି ସଂଯୋଗ ଦେଖାଯାଇଥିଲା। ସେତେବେଳେ ୧ ଅଗଷ୍ଟରେ ଶ୍ରାବଣ ଅମାବାସ୍ୟା ଦିନ ସୂର୍ଯ୍ୟଗ୍ରହଣ ଏବଂ ୧୭ ଅଗଷ୍ଟରେ ଶ୍ରାବଣ ପୂର୍ଣ୍ଣିମା ଦିନ ଚନ୍ଦ୍ରଗ୍ରହଣ ଲାଗିଥିଲା। ଠିକ ସେହିଭଳି ସଂଯୋଗ ୨୦୨୬ରେ ପୁଣି ଘଟୁଛି। ଏଥର ମଧ୍ୟ ଶ୍ରାବଣ ଅମାବାସ୍ୟାରେ ସୂର୍ଯ୍ୟଗ୍ରହଣ ଏବଂ ଶ୍ରାବଣ ପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ ହେବ।

ଚଳିତ ବର୍ଷ ୧୨ ଅଗଷ୍ଟରେ ପଡ଼ୁଥିବା ଶ୍ରାବଣ ଅମାବାସ୍ୟା ବା ହରିଆଳୀ ଅମାବାସ୍ୟା ଦିନ ରାତି ୯ଟା ୦୪ ମିନିଟରେ ସୂର୍ଯ୍ୟଗ୍ରହଣ ଆରମ୍ଭ ହେବ। ଏହାର ସମାପ୍ତି ୧୩ ଅଗଷ୍ଟ ପ୍ରଭାତ ୪ଟା ୨୫ ମିନିଟରେ ହେବ।

୧୨ ଅଗଷ୍ଟରେ ଲାଗୁଥିବା ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ। ତେଣୁ ଏହାର ସୂତକ କାଳ ଭାରତରେ ପ୍ରଯୁଜ୍ୟ ହେବ ନାହିଁ। ଏହି କାରଣରୁ ସୂର୍ଯ୍ୟଗ୍ରହଣ ଦିନ ମନ୍ଦିରର କବାଟ ସାଧାରଣ ଦିନ ଭଳି ଖୋଲା ରହିବ ଏବଂ ପୂଜାପାଠ ସହ ଅନ୍ୟାନ୍ୟ ଧାର୍ମିକ କାର୍ଯ୍ୟ ମଧ୍ୟ ସୱାଭାବିକ ଭାବରେ ହେବ।

୨୮ ଅଗଷ୍ଟରେ ଲାଗୁଥିବା ଚଳିତ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ପାଇଁ ମଧ୍ୟ ଭାରତରେ ସୂତକ କାଳ ମାନ୍ୟ ହେବ ନାହିଁ, କାରଣ ଏହି ଚନ୍ଦ୍ରଗ୍ରହଣ ମଧ୍ୟ ଦେଶରେ ଦୃଶ୍ୟମାନ ହେବ ନାହିଁ। ତେଣୁ ସେହି ଦିନ ଆପଣ ସାଧାରଣ ଦିନ ଭଳି ସମସ୍ତ କାମକାଜ କରିପାରିବେ।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?