ଗଞ୍ଜାମରେ ଡିସେମ୍ବର ୨୩ରୁ ଧାନ ସଂଗ୍ରହ

ଛତ୍ରପୁର,୧୮ା୧୧(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମ ଜିଲାସ୍ତରୀୟ ଖରିଫ ଧାନ ସଂଗ୍ରହ କମିଟି ବୈଠକ ଜିଲା ପରିଷଦ ଋଷିକୁଲ୍ୟା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବ୍ରହ୍ମପୁର ଏମ୍‌ପି ଡ. ପ୍ରଦୀପ କୁମାର ପାଣିଗ୍ରାହୀ, ଆସିକା ଏମ୍‌ପି ଅନୀତା ଶୁଭଦର୍ଶନୀ, ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ, ଚିକିଟି ବିଧାୟକ ମନୋରଞ୍ଜନ ଦ୍ୟାନ ସାମନ୍ତରାୟ, କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ, ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର, ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ପ୍ରମୁଖ ଉପସ୍ଥିତ ରହି ଚଳିତ ଖରିଫ ଋତୁର ଧାନକ୍ରୟ ନେଇ ହୋଇଥିବା ସମସ୍ତ ପ୍ରସ୍ତୁତି ସମ୍ପର୍କରେ ଅବଗତ ହୋଇଥିଲେ।
ପ୍ରଥମେ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ଧାନକିଣା ପାଇଁ କ’ଣ ସବୁ ବ୍ୟବସ୍ଥା କରାଯାଇଛି, କିଭଳି ସମନ୍ବୟରେ ଏବଂ କାହା ଦ୍ବାରା ଧାନ ନିର୍ଦ୍ଧାରିତ ସମୟରେ କିଣା ହେବ ଓ ୪୮ ଘଣ୍ଟା ମଧ୍ୟରେ ଚାଷୀଙ୍କ ଜମାଖାତାକୁ ଟଙ୍କା ଯିବ, ଧାନ ସଂଗ୍ରହ ପ୍ରକ୍ରିୟାରେ ସ୍କ୍ବାର୍ଡର ପ୍ରସ୍ତୁତି ଓ ଚଢାଉ, ଧାନର ଏଫଏକ୍ୟୁ ମାନ କ’ଣ ସବୁ ରହିବା ଦରକାର ସେ ସମ୍ପର୍କରେ ଜଣାଇଥିଲେ। ଜିଲା ମୁଖ୍ୟ ଯୋଗାଣ ଅଧିକାରୀ ପୁଷା ମୁଣ୍ଡା ଧାନ ସଂଗ୍ରହର ପ୍ରସ୍ତୁତି କିଭଳି କରାଯାଇଛି ତଥ୍ୟ ଉପସ୍ଥାପନ କରିଥିଲେ। ଚାଷୀଙ୍କଠାରୁ ଏଫଏକ୍ୟୁ ମାନର ଧାନ କିଣାଯିବ। ଏଥିପାଇଁ ବ୍ୟାପକ ସଚେତନତା କରାଯିବ । ଧାନକ୍ରୟ ସମୟରେ କଟନି ଛଟନି ସମ୍ପୂର୍ଣ୍ଣ ବନ୍ଦ ରହିବ। ବିଗତ ବର୍ଷର ଗଚ୍ଛିତ ଚାଉଳ ଏଫସିଆଇ ଉଠାଇ ନ ଥିବା ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା। ଧାନ ସଂଗ୍ରହ ପୂର୍ବରୁ ଚାଉଳ ଉଠାଇବାକୁ ଏଫସିଆଇକୁ କୁହାଯାଇଛି । ଏଫସିଆଇ ଗୋଦାମର ସ୍ଥାନ ଖାଲିହେଲେ ଚଳିତବର୍ଷର ସଂଗୃହୀତ ଧାନ ସେଠାରେ ରହିବ । ଗତବର୍ଷ ୩,୩୧,୦୦୦ ମେଟ୍ରିକ ଟନ ଚାଉଳ ସଂଗ୍ରହ ଲକ୍ଷ୍ୟକୁ ଆଧାର କରି ୪,୪୪୮୫୬.୫୬୯ ମେଟ୍ରିକ ଟନ ଧାନ ସଂଗ୍ରହ କରାଯାଇଥିଲା । ଯାହାକି ଶତକଡା ୯୦.୦୫ । ଚଳିତ ଖରିଫରେ ଧାନ ବିକ୍ରୟ କରିବା ନିମନ୍ତେ ୧,୪୬,୫୦୪ ଜଣ ଚାଷୀ ପଞ୍ଜୀକରଣ କରିଛନ୍ତି । ଆସନ୍ତା ଡିସେମ୍ବର ୨୩ ତାରିଖ ଠାରୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ବୈଠକରେ ସର୍ବ ସମ୍ମତିକ୍ରମେ ନିଷ୍ପତ୍ତି ଗ୍ରହଣ କରାଯାଇଛି। କୌଣସି ଠାରେ କିଛି ସମସ୍ୟା ଦେଖାଦେଲେ ହେଲ୍ପ ଲାଇନ ନମ୍ବର ଦ୍ବାରା କଣ୍ଟ୍ରୋଲ ରୁମକୁ ଜଣାଇବା ପାଇଁ ବ୍ୟବସ୍ଥା କରାଯିବ । ଏଥି ସକାଶେ ହେଲ୍ପ ଲାଇନ ନମ୍ବର ସମସ୍ତଙ୍କ ଅବଗତି ନିମନ୍ତେ ବିଭିନ୍ନ ମିଡିଆରେ ପ୍ରଚାର ପ୍ରସାର କରାଯିବ । ମଣ୍ଡି ପ୍ରସ୍ତୁତି, ନୋଡାଲ ଅଫିସର ନିଯୁକ୍ତି/ମଣ୍ଡି ସୁପରଭାଇଜର ଅଫିସର, ବ୍ଲକ ନୋଡାଲ ଅଫିସର, ସ୍କ୍ବାଡ ପ୍ରସ୍ତୁତି , ଟୋକନ, ଧାନ ଗଚ୍ଛିତ ରଖିବା ସକାଶେ ସ୍ଥାନ, ଧାନର ମାନ ଯାଂଚ କରିବା ଆଦି ସମ୍ପର୍କରେ ଆଲୋଚନା ହୋଇଥିଲା। ବୈଠକରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ମଧୁମିତା ମଞ୍ଚାସୀନ ଥିଲାବେଳେ ଚାଷୀ, ମିଲର, ଏଫ.ସି. ଆଇ. ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । ଶେଷରେ ଅତିରିକ୍ତ ଜିଲାପାଳ ଡ ପ୍ରମୋଦ କୁମାର ପୃଷ୍ଟି ଧନ୍ୟବାଦ ଅର୍ପଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri