୭ରୁ କେନ୍ଦୁଝରରେ ଧାନ ସଂଗ୍ରହ

କେନ୍ଦୁଝର,୧୭ା୧୧(ଡି.ଏନ୍‌.ଏ): କେନ୍ଦୁଝର ଜିଲାରେ ୨୦୨୨-୨୩ ଖରିଫ ବର୍ଷର ଏଫ୍‌.ଏ.କ୍ୟୁ. ମାନର ଧାନ ସଂଗ୍ରହ ନିମନ୍ତେ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ ବୁଧବାର ଦରବାର ହଲ୍‌ରେ ଅନୁଷ୍ଠିତ ହୋଇଯାଇଛି। ଆଗାମୀ ଡିସେମ୍ବର ୭ ତାରିଖରୁ କେନ୍ଦୁଝର ଓ ଚମ୍ପୁଆ ସବ୍‌ଡିଭିଜନ୍‌, ଡିସେମ୍ବର ୧୫ ରୁ ଘଷିପୁରା ଏବଂ ଡିସେମ୍ବର ୨୦ରୁ ହାଟଡିହୀ ଓ ଆନନ୍ଦପୁର ବ୍ଲକ୍‌ରେ ଧାନ ସଂଗ୍ରହ କେନ୍ଦ୍ରମାନଙ୍କରେ ଧାନ ସଂଗ୍ରହ ଆରମ୍ଭ ହେବ ଏବଂ ଧାନ ସଂଗ୍ରହ ଆଗାମୀ ଅପ୍ରେଲ୍‌ ମାସ ପର୍ଯ୍ୟନ୍ତ ଚାଲିବ ବୋଲି ଜିଲାପାଳ ଆଶିଷ ଠାକ୍‌ରେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ହୋଇଥିଲା।

ଜିଲାପାଳ ଠାକ୍‌ରେ ରାଜ୍ୟ ସରକାରଙ୍କ ଧାନ ସଂଗ୍ରହ ନୀତି ସମ୍ପର୍କରେ ଆଲୋକପାତ କରି ଶୃଙ୍ଖଳିତ ଭାବେ ଧାନ ସଂଗ୍ରହ ପ୍ରକ୍ରିୟା ପରିଚାଳନା ନିମନ୍ତେ ଯୋଗାଣ, ସମବାୟ ଓ କୃଷି ବିଭାଗର ଅଧିକାରୀ ଏବଂ କର୍ମଚାରୀମାନଙ୍କ ମଧ୍ୟରେ ଉତ୍ତମ ସମନ୍ବୟ ଉପରେ ଗୁରୁତ୍ୱାରୋପ କରିଥିଲେ। ଚାଷୀମାନଙ୍କର ପ୍ରାପ୍ୟ ସମବାୟ ବ୍ୟାଙ୍କ୍‌ ତଥା ଅନ୍ୟାନ୍ୟ ବ୍ୟାଙ୍କ୍‌ ତରଫରୁ ଅନ୍‌ଲାଇନ୍‌ ମାଧ୍ୟମରେ ଚାଷୀମାନଙ୍କ ବ୍ୟାଙ୍କ୍‌ ଆକାଉଣ୍ଟକୁ ସିଧାସଳଖ ପଠାଯିବ। ସେଥିପ୍ରତି ଯୋଗାଣ ଓ ସମବାୟ ବିଭାଗର ଅଧିକାରୀମାନେ ଯତ୍ନବାନ ହେବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ଚଳିତବର୍ଷ ଅଧିକ ସଂଖ୍ୟକ ଚାଷୀ ପଞ୍ଜୀକୃତ କରିଥିବାରୁ ସପ୍ତାହରେ ୩ରୁ ୪ ଦିନ ଧାନକ୍ରୟ କରାଯିବା ପାଇଁ ସ୍ଥିରୀକୃତ କରାଯାଇଛି। ଚଳିତ ବର୍ଷ ପ୍ରଥମ ପର୍ଯ୍ୟାୟରେ ୧୪ ଲକ୍ଷ ୫୬ ହଜାର ୨୯ କ୍ୱିଣ୍ଟାଲ ଧାନ କିଣିିବା ଲାଗି ଜିଲା ପାଇଁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି। ପାକ୍‌ସ (ସମବାୟ ସମିତି) ଜରିଆରେ ୮୯ଟି ଏବଂ ଲ୍ୟାମ୍ପସ୍‌ ଜରିଆରେ ୪୫ଟି କେନ୍ଦ୍ରରେ ଧାନ ସଂଗ୍ରହ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି।

ସାଧାରଣ ଏଫ୍‌ଏକ୍ୟୁ ମାନ ଧାନର ମୂଲ୍ୟ କ୍ୱିଣ୍ଟାଲ ପ୍ରତି ୨୦୪୦/- ଧାର୍ଯ୍ୟ କରାଯାଇଥିବା ବେଳେ ଗ୍ରେଡ୍‌ ଏ ଧାନର ମୂଲ୍ୟ କ୍ୱିଣ୍ଟାଲ ପ୍ରତି ୨୦୬୦ ଟଙ୍କା ଧାର୍ଯ୍ୟ କରାଯାଇଛି ବୋଲି ବେସାମରିକ ଯୋଗାଣ ଅଧିକାରୀ ବସନ୍ତ ପଣ୍ଡା ସୂଚନା ଦେଇଥିଲେ।
ଆଲୋଚନାରେ ଘଷିପୁରା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ବଦ୍ରିନାରାୟଣ ପାତ୍ର, ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀ, କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀ, ଜିଲା ପରିଷଦ ଅଧ୍ୟକ୍ଷା ସାଗରିକା ସାହୁ, ଅତିରିକ୍ତ ଜିଲାପାଳ ସୁଷମା ବିଲୁଙ୍ଗ, କେନ୍ଦୁଝର କେନ୍ଦ୍ରୀୟ ସମବାୟ ବ୍ୟାଙ୍କର ସଭାପତି କାନନବିହାରୀ ପହି, କେନ୍ଦୁଝର ଉପଜିଲାପାଳ ରାମଚନ୍ଦ୍ର କିସ୍କୁ, ଆନନ୍ଦପୁର ଉପଜିଲାପାଳ ଅନୀଲ ସେଠୀ, ବେସାମରିକ ଯୋଗାଣ ଅଧିକାରୀ ବସନ୍ତ ପଣ୍ଡାଙ୍କ ସମେତ ଯୋଗାଣ ଓ ସମବାୟ ବିଭାଗର ଅଧିକାରୀ, ନିୟନ୍ତ୍ରିତ ବଜାର କମିଟିର ସମ୍ପାଦକ, ଏଫ୍‌ସିଆଇ କର୍ମକର୍ତ୍ତା, ମିଲର ଏବଂ ଚାଷୀ ପ୍ରତିନିଧିମାନେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର

ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗାଁରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗାଁରେ ୨୦…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri