ଧାନ କିଣାବିକା ଜାଲିଆତି:ଅଣଚାଷୀଙ୍କୁ ଦିଆଯାଇଛି ଧାନବିକ୍ରି ଟୋକନ

ବରଗଡ଼,୧୯।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ମାତ୍ର ଧାନବିକ୍ରି ନେଇ ଜିଲାର ଚାଷୀମାନେ ବିଭିନ୍ନ ସମସ୍ୟାରେ ଛନ୍ଦି ହୋଇ ପଡ଼ିଛନ୍ତି। ମଣ୍ଡିରେ ଧାନ ଉଠାଯାଉ ନ ଥିବାବେଳେ କେଉଁ ଚାଷୀଙ୍କ ଟୋକନ ଅବଧି ସରିଯାଉଛି ତ ବର୍ଷା ମାଡ଼ି ଆସିଥିବାରୁ କାହାର ଧାନ ଭିଜି ନଷ୍ଟ ହୋଇ ବସିଛି। ଅନ୍ୟପଟେ ଜାଲିଆତି କରି ଧାନଚାଷ କରି ନ ଥିବା ତଥା ଅଣଚାଷୀଙ୍କ ନାମରେ ଟୋକନ ଇସ୍ୟୁ କରାଯାଇଛି ଏବଂ ସେହି ଟୋକନ ଆଧାରରେ ବେପାରୀଙ୍କ ମାଧ୍ୟମରେ ଛତିଶଗଡ଼ ଧାନକୁ ବରଗଡ଼ ଜିଲାରେ ବିକ୍ରି କରାଯାଉଥିବା ଅଭିଯୋଗ ହୋଇଛି।
ଏଭଳି ଅଭିଯୋଗରେ ସୋହେଲା ବ୍ଲକ ଅନ୍ତର୍ଗତ ପାଣିମୋରା ଏବଂ ବରପାଲି ବ୍ଲକ ଅନ୍ତର୍ଗତ ସତଲମା ପ୍ରାଥମିକ କୃଷି ସମବାୟ ସମିତି(ପାକ୍ସ)ର ବିଭାଗୀୟ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଥିବା ବେଳେ ସେମାନଙ୍କ ବିରୋଧରେ ଆପରାଧିକ ମାମଲା ରୁଜୁ ପାଇଁ ବିଭାଗୀୟ ପ୍ରସ୍ତୁତି ଆରମ୍ଭ ହୋଇଥିବା ସୂଚନା ମିଳିଛି। ତେବେ ଏହି ୨ ପାକ୍ସରେ ହୋଇଥିବା ଜାଲିଆତି ଅଭିଯୋଗର ଚର୍ଚ୍ଚା ନ ସରୁଣୁ ବରଗଡ଼ ବ୍ଲକ ସରସରା ପ୍ରାଥମିକ କୃଷି ସମବାୟ ସମିତିରେ ମଧ୍ୟ ଅନୁରୂପ ଜାଲିଆତି କରି ବେପାରୀଙ୍କ ଦ୍ୱାରା ଛତିଶଗଡ଼ ଧାନ ଉଠାଯାଉଛି ଏବଂ ସ୍ଥାନୀୟ ଚାଷୀଙ୍କ ଧାନ ବିକ୍ରି ବଦଳରେ ଦୀର୍ଘଦିନ ଧରି ମଣ୍ଡିରେ ପଡ଼ି ରହୁଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ସରସରା ପାକ୍ସ ଅଧୀନରେ ରହିଥିବା ଚାଷୀମାନେ ଜିଲାପାଳ ଏବଂ ସମବାୟ ଉପନିବନ୍ଧକ(ଡିଆର୍‌ସିଏସ୍‌)ଙ୍କୁ ଫେରାଦ ହୋଇ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ।
ଜିଲାପାଳଙ୍କ କାର୍ଯ୍ୟାଳୟରେ ଡେପୁଟି କଲେକ୍ଟର ସୁମତୀ ପଣ୍ଡା ଏବଂ ସମବାୟ ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ସହକାରୀ ସମବାୟ ନିବନ୍ଧକ(ଏଆର୍‌ସିଏସ୍‌) ଯୁଗଳ କିଶୋର ଦାଶ ଦାବିପତ୍ର ଗ୍ରହଣ କରିଥିଲେ। ସରସରା ପାକ୍ସରେ ଚାଷୀ ପଞ୍ଜୀକରଣ ଏବଂ ଧାନବିକ୍ରି ଟୋକନ ପ୍ରଦାନରେ ବ୍ୟାପକ ଜାଲିଆତି ହୋଇଥିବା ସେମାନେ ଅଭିଯୋଗ କରିଛନ୍ତି। ଯେଉଁମାନେ ଧାନ ଚାଷ କରିନାହାନ୍ତି, ସେଭଳି ଅଣଚାଷୀଙ୍କୁ ଟୋକନ ଦିଆଯାଇଛି ଏବଂ ସେଭଳି ଟୋକନରେ ବେପାରୀଙ୍କ ଧାନ ଉକ୍ତ ପାକ୍ସରେ କିଣାଯାଉଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଏହାଦ୍ୱାରା ଅଞ୍ଚଳର ପ୍ରକୃତ ଚାଷୀ ସେମାନଙ୍କ କଷ୍ଟୋପାର୍ଜିତ ଧାନବିକ୍ରିରୁ ବଞ୍ଚିତ ହେଉଛନ୍ତି ବୋଲି ଦାବିପତ୍ରରେ ଉଲ୍ଲେଖ ରହିଛି। ରମେଶ ପ୍ରଧାନ, ରୋହନ ଭୋଇ, ନେହେରୁ କାଣ୍ଡ, ସୁଧାଂଶୁ ନାୟକ, ତ୍ରିଲୋଚନ ଭୋଇ ପ୍ରମୁଖଙ୍କ ସ୍ବାକ୍ଷର ଦାବିପତ୍ରରେ ରହିଛି। ତେବେ ଚାଷୀଙ୍କ ଅଭିଯୋଗର ତଦନ୍ତ କରାଯାଇ ବିହିତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଏଆରସିଏସ୍‌ ଦାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri