ଧାନ କିଣାବିକା ମନ୍ଥର: ସପ୍ତାହରେ ଉଠିଛି ୭.୧୧ ହଜାର ପ୍ୟାକେଟ

ଅତାବିରା,୬ା୧୨(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ଅଚଳାବସ୍ଥା ଲାଗି ରହିଛି। ନଭେମ୍ବର ୨୮ତାରିଖରୁ ମଣ୍ଡି ଖୋଲିଛି ସତ, ହେଲେ ଏପର୍ଯ୍ୟନ୍ତ ଅତାବିରା ନିୟନ୍ତ୍ରିତ ବଜାର କମିଟି (ଆର୍‌ଏମ୍‌ସି) ଅଧୀନ ଥିବା ବିଭିନ୍ନ ମଣ୍ଡିରୁ କେବଳ ୭୦୧୧ ପ୍ୟାକେଟ ଧାନ ଉଠାଯାଇଛି। ବର୍ତ୍ତମାନ ସୁଦ୍ଧା ଅତାବିରା ଆର୍‌ଏମ୍‌ସି ଅଧୀନରେ ଅତାବିରା ବ୍ଲକର ବିଭିନ୍ନ ମଣ୍ଡିରେ ସରକାରୀ ଟୋକନ ଥିବା ଚାଷୀଙ୍କ ୧ଲକ୍ଷ ୭୩ ହଜାର ୫୬୭ ପ୍ୟାକେଟ ପଡ଼ିଥିବା ବେଳେ ବେସରକାରୀ ଭାବେ ଆଉ ଲକ୍ଷାଧିକ ପ୍ୟାକେଟ ଧାନ ଖୋଲା ଆକାଶ ତଳେ ପଡ଼ି ରହିଛି। ଶୁକ୍ରବାର ୪ହଜାର ୫୦୫ ପ୍ୟାକେଟ ଉଠିଥିବା ସ୍ଥଳରେ ଆହୁରି ୧ଲକ୍ଷ ୬୯ହଜାର ୬୨ ପ୍ୟାକେଟ ବିକ୍ରି ଅପେକ୍ଷାରେ ମଣ୍ଡିଗୁଡିକରେ ପଡ଼ିଛି l ନାନା ଆଳ ଦେଖାଇ ଧାନକିଣାକୁ ମନ୍ଥର କରାଯାଉଥିବା ବେଳେ ଅଭାବୀ ଧାନ ବିକ୍ରିକୁ ଦେଖି ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଏହି କାରଣରୁ ଭିନ୍ନ ଭିନ୍ନ ସ୍ଥାନରେ ଚାଷୀ ଆନ୍ଦୋଳନ ହୋଇ ସାରିଛି। ଅନ୍ୟପଟେ ଚଳିତବର୍ଷ କେନ୍ଦ୍ର ସରକାର ଏମ୍‌ଏସ୍‌ପି ଉପରେ ୬୯ ଟଙ୍କା ବୃଦ୍ଧି କରିଛନ୍ତି। ଯାହାକି ଧାନର ସହାୟକ ମୂଲ୍ୟ ୨୩୬୯ ଏବଂ ରାଜ୍ୟ ସରକାରଙ୍କ ଦ୍ୱାରା ଦିଆଯାଇଥିବା ୮୦୦ଟଙ୍କା ବୋନସକୁ ମିଶାଇଲେ ଚାଷୀ ତା’ର ପ୍ରାପ୍ୟ କୁଇଣ୍ଟାଲ ପିଛା ୩୧୬୯ ଟଙ୍କା ପାଇବା କଥା। କିନ୍ତୁ ବର୍ତ୍ତମାନ ସରକାର କହିଛନ୍ତି ଚାଷୀ କେବଳ ୩୧୦୦ ଟଙ୍କା ହିଁ ପାଇବ। ତେବେ ବର୍ଦ୍ଧିତ ଏମ୍‌ଏସ୍‌ପି ଗଲା କୁଆଡ଼େ ବୋଲି ପ୍ରଶ୍ନ କରିଛନ୍ତି ଚାଷୀ। ଗତ ଖରିଫ ଧାନ କିଣାବିକା ବର୍ଷରେ ଆଜିର ଦିନରେ ଚାଷୀଙ୍କ ୬୦ ହଜାର ୬୩ ପ୍ୟାକେଟ ଧାନ ଉଠିଥିଲା ବେଳେ ବିଭିନ୍ନ ମଣ୍ଡିରେ କେବଳ ୮୫ ହଜାର ୧୬୭ ପ୍ୟାକେଟ ଧାନ ପଡ଼ି ରହିଥିଲା। ଗତ ବର୍ଷ ତୁଳନାରେ ଚଳିତ ବର୍ଷ ଧାନ କିଣାବିକାରେ ବହୁ ମନ୍ଥରତା ଦେଖି ଚାଷୀ ଚିନ୍ତିତ ରହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାଞ୍ଚଳରେ ଉପମୁଖ୍ୟମନ୍ତ୍ରୀ: କୃଷି ଋଣ ଛାଡ଼ ସହ କ୍ଷତିପୂରଣ ପାଇ ଦାବି କଲେ ବିପନ୍ନ

ତିହିଡି଼, ୫।୮(ସଞ୍ଜିତ ବଳ): ତିହିଡି଼ ବ୍ଲକର ବନ୍ୟାଞ୍ଚଳକୁ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗସ୍ତ କରିଛନ୍ତି । ବାରସର ପଞ୍ଚାୟତର ତିଆଡ଼ିସାହି ଓ ଗୋବିନ୍ଦପୁର ପଞ୍ଚାୟତର ତଳହଂସପାଟ…

ରାସ୍ତାକଡ଼ରେ ବିତୁଛି ନୀଳାଚଳଙ୍କ ଜୀବନ, ଘର ଖଣ୍ଡିଏ ପାଇଁ ସରକାରଙ୍କୁ କଲେ ନିବେଦନ

ଗଞ୍ଜାମ,୫।୮ (ବିଦ୍ୟାଧର ସାହୁ ): ଗରିବ ଜନ ସାଧାରଣଙ୍କ ପାଇଁ ସରକାର କେତେ କଣ ଯୋଜନା କରିଛନ୍ତି । କିନ୍ତୁ କିଛି ଯୋଜନା ଲୋକଙ୍କ ପାଖରେ ପହଞ୍ଚି…

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

‘ବନ୍ଦେ ମାତରମ୍‌ ନ ଗାଇଲେ କ’ଣ ଆକାଶ ଛିଣ୍ଡି ପଡିବ?’ ରୋକ୍‌ଠୋକ୍‌ ଶୁଣାଇଦେଲେ କୋଲକାତା ହାଇକୋର୍ଟ

କୋଲକାତା,୫।୮: କୋଲକାତା ହାଇକୋର୍ଟ ମଙ୍ଗଳବାର ଦିନ ମଦ୍ରାସାଗୁଡ଼ିକରେ ‘ବନ୍ଦେ ମାତରମ୍’ର ଛଅଟିଯାକ ପଦ ଗାଇବା ବାଧ୍ୟତାମୂଳକ କରିବା ବିରୋଧରେ ଦାୟର ଏକ ଜନସ୍ୱାର୍ଥ ମାମଲା (PIL)ର ଶୁଣାଣି…

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ତାତିଲେ Gen-G: ଏହି ଦାବିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୫।୮ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଐତିହ୍ୟ ସମ୍ପନ୍ନ ଧରଣୀ ଧର ସୟଂ ଶାସିତ ମହାବିଦ୍ୟାଳୟର ସୁରକ୍ଷା ଦାବି ଜୋର୍‌ ଧରିଛି। ଜିଲାର ଏକ ମାତ୍ର ସାଧାରଣ…

୭୫ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ ପାଇଁ ରହିଛନ୍ତି ଜଣେ ମହିଳା ସୂପରଭାଇଜର-ସିଡ଼ିପିଓ: ଖାଲି ପଦବୀ ପୂରଣ ଦାବି

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ରହିଛି ୬୨ଟି ରାଜସ୍ବ ଗ୍ରାମ। ଶିଶୁ, ଗର୍ଭବତୀ, ପ୍ରସୂତୀ, କିଶୋରୀ ବାଳିକାମାନଙ୍କ ପାଇଁ ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri