ଗ୍ରାମପଞ୍ଚାୟତସ୍ତରୀୟ ଏକାଭିମୁଖୀତା ମେଳା, ଅଞ୍ଚଳର ବିକାଶ-ଆବଶ୍ୟକତା ନେଇ…

ଦାରିଙ୍ଗବାଡି, ୨୫ା୧୧ (ଅରୁଣ ସାହୁ): ଗାଁ ର ବିକାଶ ହେଲେ ପଞ୍ଚାୟତର ବିକାଶ ହେବ। ପଞ୍ଚାୟତ ଏବଂ ବ୍ଲକର ବିକାଶ ହେଲେ ରାଜ୍ୟ ଓ ଦେଶର ପ୍ରଗତି ହେବ। ଏଥିପାଇଁ ଆବଶ୍ୟକ ଲୋକଙ୍କ ଏକାଠି ହେବା ଓ ବସି ଅଞ୍ଚଳପାଇଁ ଆଲୋଚନା କରିବା। ଏପରି ଏକ କାର୍ଯ୍ୟକ୍ରମ ଗ୍ରାମ ପଞ୍ଚାୟତସ୍ତରୀୟ ଏକାଭିମୁଖିତା ମେଳା ମଙ୍ଗଳବାର କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲି ପଞ୍ଚାୟତରେ ଅନୁଷ୍ଠିତ ହୋଇଛି। ଏଥିରେ ଗ୍ରାମବିକାଶର ଜିଲା ଅଧିକାରୀ ବିଶ୍ୱଜିତ ସାହୁ ଅଧ୍ୟକ୍ଷତା କରିଥିଲେ। ସିଆଙ୍ଗବାଲି ସରପଞ୍ଚ ଆନ୍ଦ୍ରିକ ପ୍ରଧାନ, ବାଡାବାଙ୍ଗା ସରପଞ୍ଚ ପ୍ରସନ୍ନ ପ୍ରଧାନ, ବ୍ଲକ, ପଞ୍ଚାୟତ ଉନ୍ନୟନ ଅଧିକାରୀ ସୁରେଶ ପଣ୍ଡା, କୃଷି ବିଭାଗର ଅରୁଣ ପଟ୍ଟନାୟକ ଯୋଗ ଦେଇଥିଲେ। ମେଳାର ଲକ୍ଷ୍ୟ, ଉଦ୍ଦେଶ୍ୟ ସମ୍ପର୍କରେ ଲୋକଙ୍କୁ ଅବଗତ କରାଯାଇଥିଲା। ଗ୍ରାମର ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରାଯିବା ସହ ତାର ସମାଧାନ ପାଇଁ ଯୋଜନା ପ୍ରସ୍ତୁତ କରାଯାଇଥିଲା। କାର୍ଯ୍ୟକ୍ରମରେ ସ୍ଥାନୀୟ ଲୋକ, ଲୋକ ପ୍ରତିନିଧି, ବିଭିନ୍ନ ବିଭାଗର ଅଧିକାରୀ, କୃଷି, ପ୍ରାଣିସମ୍ପଦ ବିଭାଗର ଅଧିକାରୀ ଉପସ୍ଥିତ ରହି ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଲୋକଙ୍କୁ ଅବଗତ କରାଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ତାତିଲେ Gen-G: ଏହି ଦାବିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୫।୮ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଐତିହ୍ୟ ସମ୍ପନ୍ନ ଧରଣୀ ଧର ସୟଂ ଶାସିତ ମହାବିଦ୍ୟାଳୟର ସୁରକ୍ଷା ଦାବି ଜୋର୍‌ ଧରିଛି। ଜିଲାର ଏକ ମାତ୍ର ସାଧାରଣ…

୭୫ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ ପାଇଁ ରହିଛନ୍ତି ଜଣେ ମହିଳା ସୂପରଭାଇଜର-ସିଡ଼ିପିଓ: ଖାଲି ପଦବୀ ପୂରଣ ଦାବି

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ରହିଛି ୬୨ଟି ରାଜସ୍ବ ଗ୍ରାମ। ଶିଶୁ, ଗର୍ଭବତୀ, ପ୍ରସୂତୀ, କିଶୋରୀ ବାଳିକାମାନଙ୍କ ପାଇଁ ସରକାରଙ୍କ…

ଜଣେ ଶିକ୍ଷକରେ ଚାଲିଛି ଶିକ୍ଷାଦାନ: ସମସ୍ୟା ସମାଧାନର ପ୍ରତିଶ୍ରୁତି ଦେଲେ ବିଇଓ

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋରପଦର ଗ୍ରାମ ପଞ୍ଚାୟତ ବତିକୁପା ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ମାତ୍ର ଜଣେ ଶିକ୍ଷକଙ୍କ ଭରସାରେ ପାଠପଢ଼ା ଚାଲିଥିବାରୁ…

ରେଭେନ୍ସା ୱାର୍ଡେନଙ୍କୁ ଦୁର୍ବ୍ୟବହାର କଲେ ବିଧାୟକ: ଇସ୍ତଫା ପରେ ରାଜରାସ୍ତାକୁ ଓହ୍ଲାଇଲେ ୱାର୍ଡେନ

କଟକ,୫।୮(ପ୍ରଭୁ କଲ୍ୟାଣ ପାଲ୍‌): ରେଭେନ୍ସା ବିଶ୍ୱବିଦ୍ୟାଳୟରେ ନ୍ୟାୟ ଦାବି ପାଇଁ ରାଜରାସ୍ତାକୁ ଓହ୍ଲାଇଛନ୍ତି ଶିକ୍ଷକ ଓ ୱାର୍ଡେନ। ପଦଯାତ୍ରା କରି କୁଳପତିଙ୍କୁ ଦାବି ଜଣାଇଛନ୍ତି ଆନ୍ଦୋଳନକାରୀ। ଗତକାଲି…

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ସାହାଜଲଥା ସ୍କୁଲରେ ଯୋଗଦେଲେ ନୂଆ ଶିକ୍ଷକ: ଖୁସି ବ୍ୟକ୍ତ କଲେ ଛାତ୍ରୀଛାତ୍ର, ଅଭିଭାବକ

ଅମରପାଲି,୫ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଉପାନ୍ତ ତଥା ଜଙ୍ଗଲଘେରା ସାହାଜଲଥା ଗ୍ରାମ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ଲାଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri