ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି

ପାଟଣା, ୧।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳ ରେ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଚେମଣା ପଞ୍ଚାୟତ ଅଙ୍ଗି କଳାଗ୍ରାମ ସ୍କୁଲ ପଡିଆରେ ୫ମ ଗ୍ରାମସଭା ଅନୁଷ୍ଠିତ ହୋଇଛି।

ଆୟୋଜିତ ଗ୍ରାମ ସଭା ସ୍ଥାନୀୟ ସରପଞ୍ଚ ହେମଲତା ନାଏକଙ୍କ ଅଧ୍ୟକ୍ଷତାରେ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ଅତିରିକ୍ତ ଜିଲାପାଳ ତଥା ସ୍ବତନ୍ତ୍ର ଭୂଅର୍ଜନ ଅଧିକାରୀ ରବୀନ୍ଦ୍ର କୁମାର ପ୍ରଧାନ, ସ୍ଥାନୀୟ ସମିତି ସଭ୍ୟ ମନୋଜ କୁମାର ମହାନ୍ତ, ସ୍ଥାନୀୟ ୱାର୍ଡ଼ ମେମ୍ବର,ପାଟଣା ତହସିଲଦାର ଅଶ୍ୱିନୀ କୁମାର ନାଏକ, ପାଟଣା ବିଡ଼ିଓ ମାନସ କୁମାର ଦଣ୍ଡପାଟ, ଇଡକୋ ଜମି ଅଧିଗ୍ରହଣ ଅଧିକାରୀ କୃଷ୍ଣ କିଶୋର ପାତ୍ର ପ୍ରମୁଖ ଯୋଗଦେଇଥିଲେ। ଅନ୍ୟପକ୍ଷରେ ଯମୁନାପୋଷି ପଞ୍ଚାୟତ ଗୋଡି ପୋଖରୀ ଓ ଯମୁନା ପୋଶିଞ୍‌ର ଜିନ୍ଦଲ ପୋସ୍କା ପ୍ରତିରୋଧ ମଞ୍ଚ ପକ୍ଷରୁ ଗ୍ରାମସଭାକୁ ବିରୋଧ କରାଯାଇଛି।

ସମ୍ଭାବ୍ୟ ଗଣ୍ଡଗୋଳକୁ ଆଖି ଆଗରେ ରଖି ସଭାସ୍ଥଳର ବିଭିନ୍ନ ପ୍ରବେଶ ପଥରେ ଅନେକ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଥିଲେ। ଆଇନ ଶୃଙ୍ଖଳା ପାଇଁ ଖୋଦ କେନ୍ଦୁଝର ଆରକ୍ଷୀ ଅଧିକ୍ଷକ ନୀତିନ କୁଶଲ କର ଦାଗୁଡୁ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସ୍ନେହାଶିଶ ସାହୁ, ଜ୍ୟୋର୍ତିମୟ ଭୁକ୍ତ, ପ୍ରବଧାନ, ଚାମ୍ପୁଆ ଏସଡିପିଓ ରଶ୍ମି ରଞ୍ଜନ ସାହୁ,କେନ୍ଦୁଝର ଏସଡିପିଓ ସୁଦର୍ଶନ ଗାଙ୍ଗୋଇ, ଘଟଗାଁ ଏସଡିପିଓ ବିଜୟ କୃଷ୍ଣ ମହାପାତ୍ର ପାଟଣା ଅତିରିକ୍ତ ତହସିଲଦାର ଶରଣ କୁମାର ଜେନା, ତୁରୁମୁଙ୍ଗା ଥାନା ଅଧିକାରୀ ଦିପ୍ତୀରଞ୍ଜନ ସାହୁପ୍ରମୁଖ ଶାନ୍ତି ଶୃଙ୍ଖଳା ରକ୍ଷା କରିଥିଲେ। ଏଥିରେ ୧୨ଜଣ ଗ୍ରାମବାସୀ ନିଜ ନଜର ଦାବି ଉପସ୍ଥାପନ କରି ଏକର ପିଛା ୧୫ କୋଟି ସହ ଅନ୍ୟାନ୍ୟ ୩୮ଟି ଦାବି ଉପସ୍ଥାପନ କରାଇଥିଲେ। ଗାଁର ୨୨୦.୮୬ ଡିସିମିଲ ଜମି ଅଧିଗ୍ରହଣ ପ୍ରସ୍ତାବ ଉପରେ ଗ୍ରାମସଭାରେ ଲୋକଙ୍କଠାରୁ ମତାମତ ଗ୍ରହଣ କରାଯାଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?