ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ ହୋଇଥିବା ଗ୍ରାମସଭାରେ ଜାଲ୍‌ ଦସ୍ତଖତ କରାଯାଇ ଗ୍ରାମସଭାକୁ ସଫଳ ବୋଲି ଘୋଷିତ କରିଥିବା ବାଲଡ଼ା ପାହାଡ ସୁରକ୍ଷା ସମିତି ତରଫରୁ ଅଭିଯୋଗ ହୋଇଛି। ପାହାଡ଼ ପାରିପାର୍ଶ୍ୱିକ ୫ ପଞ୍ଚାୟତବାସୀ ଏକତ୍ରିତ ହୋଇ ଶୁକ୍ରବାର ଏପରି ଗ୍ରାମସଭା ଚଳିବ ନାହିଁ ବୋଲି ନାରା ଦେଇ ନନ୍ଦପୁର ବ୍ଲକ କାର୍ଯ୍ୟାଳୟକୁ ବିଡିଓଙ୍କ ଜରିଆରେ କୋରାପୁଟ ଜିଲାପାଳ ଓ ଉପଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ଦେବାକୁ ଶୋଭାଯାତ୍ରାରେ ଆସିଛନ୍ତି। ବ୍ଲକ କାର୍ଯ୍ୟାଳୟ ଫାଟକ ସମ୍ମୁଖରେ ହଜାର ସଂଖ୍ୟାରେ ଲୋକେ ଜମା ହୋଇ ରହିଛନ୍ତି। ମଧ୍ୟାହ୍ନ ୧୨ଟାରୁ ଲୋକେ ଫାଟକ ସମ୍ମୁଖରେ ଅପେକ୍ଷାରେ ଥିଲେ ମଧ୍ୟ ଉପସ୍ଥିତ ନନ୍ଦପୁର ପୋଲିସ ସେମାନଙ୍କୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଭିତରକୁ ପ୍ରବେଶ କରାଇ ଦେଇ ନାହିଁ କି ବିଡିଓ ଦୁର୍ଗା ପ୍ରସାଦ ଦୋରା ଫାଟକ ନିକଟକୁ ଆସି ଦାବିପତ୍ର ଗ୍ରହଣ କରି ନାହାନ୍ତି। ଫଳରେ ନନ୍ଦପୁର ବ୍ଲକ କାର୍ଯ୍ୟଳୟ ସମ୍ମୁଖରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇ ରହିଛି। ଏସ୍‌ଆଇ ବେଦୋବର ସାହୁଙ୍କ ନେତୃତ୍ୱରେ ନନ୍ଦପୁର ପୋଲିସ ଦଳ ଘଟଣାସ୍ଥଳରେ ଉପସ୍ଥିତ ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଅଧିକାରୀଙ୍କୁ ବ୍ଲାକ୍‌ମେଲ କରି ଟଙ୍କା ନେବା ପଡ଼ିଲା ମହଙ୍ଗା, ୨ ଖବରଦାତାଙ୍କ ସହ ଆଉ ଜଣେ ଗିରଫ

ଭବାନୀପାଟଣା,୭ା୯(ଉତ୍ତମ କୁମାର ଦାଶ): ଜଣେ ସରକାରୀ ଅଧିକାରୀଙ୍କୁ ବ୍ଲାକ୍‌ମେଲ୍‌ କରି ଟଙ୍କା ନେବା ଘଟଣାରେ ୨ ଖବରଦାତାଙ୍କ ସହ ଜଣେ ଗିରଫ ହେବା କଳାହାଣ୍ଡି ଜିଲାରେ ଏବେ…

ନନ୍ଦନକାନରେ ଖୁସି ଖବର: ପ୍ରଥମଥର ମା’ ହେଲା ସିଂହୀ ମାୟା, ଦୁଇ ଶାବକରୁ…

ବାରଙ୍ଗ,୭ା୯(ଲିଙ୍ଗରାଜ ରାଉତ): ନନ୍ଦନକାନନ ପାଇଁ ଏକ ଖୁସି ଖବର। ସିଂହୀ ମାୟା ପ୍ରଥମ କରି ମା’ ହୋଇଛି। ୧୧୨ ଦିନର ଗର୍ଭଧାରଣ ପରେ ସୋମବାର ଭୋର୍‌ରେ ସିଂହୀ…

ପୁଣି ମାଡ଼ିଆସୁଛି ବଡ଼ ବର୍ଷା: ୯ରୁ ଅତିପ୍ରବଳ ବର୍ଷା

ଭୁବନେଶ୍ୱର, ୭ା୯: ରାଜ୍ୟକୁ ପୁଣି ମାଡ଼ିଆସୁଛି ବଡ଼ ବର୍ଷା। ଆଜି ଓ ଆସନ୍ତାକାଲି ବିଭିନ୍ନ ଜିଲାରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ହେବ। ଏହାପରେ ୯ ତାରିଖରୁ…

ଖଣି ନିଲାମକୁ ନେଇ ତେଜୁଛି ବିରୋଧ, ଆନ୍ଦୋଳନ ଚେତାବନୀ ଦେଇ ଅଞ୍ଚଳବାସୀ କହିଲେ…

ଥୁଆମୂଳ ରାମପୁର,୭।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ବନ୍ୟପ୍ରାଣୀ ଅଭୟାରଣ୍ୟ ଅନ୍ତର୍ଗତ ଖଣ୍ଡୁଆଳମାଳି ପାହାଡ଼ କର୍ଲାପାଟ ବକ୍ସାଇଟ ବ୍ଲକକୁ ନେଇ ବିରୋଧ ତେଜୁଛି। ଆନୁମାନିକ ୨୪.୮…

PCB ଛାଡିବା ପରେ ପାକିସ୍ତାନ କ୍ରିକେଟର ଚିଠା ଖୋଲିଲେ ମିସବା, ହେଲାଣି ଚର୍ଚ୍ଚା

ଇସଲାମାବାଦ,୭।୯: ପାକିସ୍ତାନ କ୍ରିକେଟରେ କ’ଣ ଘଟୁଛି? ଦଳ ଏବଂ ଚୟନ କମିଟି ପରିବର୍ତ୍ତନ କରିବା ଦ୍ୱାରା ପାକିସ୍ତାନ କ୍ରିକେଟ ଦଳର ବର୍ତ୍ତମାନ ଏବଂ ଭବିଷ୍ୟତ ପରିବର୍ତ୍ତନ ହେବ…

ଓଜନ କମାଇବାର ସହଜ ଉପାୟ

ଆମ ଶରୀରର ଓଜନ ସନ୍ତୁଳିତ ରହିବା ନିହାତି ଦରକାର। ହେଲେ ଏହାର ଏକ ସରଳ ଉପାୟ ରହିଛି। ଏହାକୁ ଜଣେ ଅତି ସହଜରେ ଆପଣେଇ ପାରିବ। ତାହା…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି…

ଗୋ’ ଚାଲାଣବେଳେ ଫାଟିଲା ପିକ୍‌ଅପ୍‌ ଟାୟାର, ୩ ବଳଦ ମୃତ

ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri