Posted inଜାତୀୟ

୫ ଭାରତୀୟଙ୍କୁ ଗ୍ରାମୀ ଆଓ୍ବାର୍ଡ

ନୂଆଦିଲ୍ଲୀ,୫।୨: ଲସ୍‌ ଆଞ୍ଜେଲସ୍‌ରେ ଅନୁଷ୍ଠିତ ୨୦୨୪ ଗ୍ରାମୀ ଆଓ୍ବାର୍ଡ ଉତ୍ସବରେ ଭାରତୀୟ ସଙ୍ଗୀତକୁ ବଡ଼ ସଫଳତା ମିଳିଛି। ତବଲା ଉସ୍ତାଦ ଜାକିର ହୁସେନ୍‌, ବଂଶୀବାଦକ ରାକେଶ ଚୌରାସିଆଙ୍କ ସମେତ ୫ ଜଣ ଭାରତୀୟ ସଙ୍ଗୀତକାର ଗ୍ରାମୀ ପୁରସ୍କାରରେ ସମ୍ମାନିତ ହୋଇଛନ୍ତି। ହୁସେନଙ୍କୁ ସର୍ବାଧିକ ୩ଟି ଗ୍ରାମୀ ପୁରସ୍କାର ମିଳିଥିବାବେଳେ ରାକେଶ ୨ଟି ପାଇଛନ୍ତି। ଗାୟକ ଶଙ୍କର ମହାଦେବନ, ଭାଓଲିନ୍‌ ବାଦକ ଗଣେଶ ରାଜଗୋପାଳନ ଏବଂ ଡ୍ରମ୍‌ ବାଦକ ସେଲ୍‌ଭାଗଣେଶ ବିନୟାକ୍ରମ, ଫ୍ୟୁଜନ ଗ୍ରୁପ୍‌ ଶକ୍ତିରେ ହୁସେନ୍‌ଙ୍କ ସହଯୋଗୀ ଗୋଟିଏ ଲେଖାଏ ଗ୍ରାମୀ ପୁରସ୍କାର ପାଇଛନ୍ତି।
‘ଦିସ୍‌ ମୋମେଣ୍ଟ’ ସଙ୍ଗୀତ ପାଇଁ ଶକ୍ତିକୁ ଶ୍ରେଷ୍ଠ ଗ୍ଲୋବାଲ୍‌ ମ୍ୟୁଜିକ୍‌ ଆଲ୍‌ବମ୍‌ ବିଭାଗରେ ଗ୍ରାମୀ ପୁରସ୍କାର ମିଳିଛି। ଉକ୍ତ ଆଲ୍‌ବମ୍‌ରେ ୪ ଭାରତୀୟଙ୍କ ସମେତ ବ୍ରିଟିଶ ଗିଟାରିଷ୍ଟ ଜନ୍‌ ମାକ୍‌ଲୁଘ୍ଲିନ୍‌ ରହିଛନ୍ତି। ୨୦୨୩ ଜୁନ୍‌ରେ ମୁକ୍ତିଲାଭ କରିଥିବା ‘ଦିସ୍‌ ମୋମେଣ୍ଟ’ ୪୫ ବର୍ଷ ମଧ୍ୟରେ ଶକ୍ତି ଗ୍ରୁପ୍‌ର ପ୍ରଥମ ଷ୍ଟୁଡିଓ ଆଲ୍‌ବମ୍‌ ଥିଲା। ଶକ୍ତି ପାଇଁ ପୁରସ୍କାର ସମେତ ହୁସେନ୍‌ଙ୍କୁ ‘ପାଷ୍ଟୋ’ରେ ସର୍ବଶ୍ରେଷ୍ଠ ବିଶ୍ୱସ୍ତରୀୟ ସଙ୍ଗୀତ ପରିବେଷଣ ଏବଂ ‘ଆଜ୍‌ ଓ୍ବି ସ୍ପିକ୍‌’ ଶ୍ରେଷ୍ଠ ସମସାମୟିକ ବାଦ୍ୟଯନ୍ତ୍ର ଆଲବମ୍‌ ପାଇଁ ଗ୍ରାମୀ ପୁରସ୍କାର ମିଳିଛି। ସେହିପରି କିମ୍ବଦନ୍ତୀ ବଂଶୀବାଦକ ହରିପ୍ରସାଦ ଚୌରାସିଆଙ୍କ ପୁତୁରା ରାକେଶ ଚୌରାସିଆ ପାଷ୍ଟୋ ଏବଂ ଆଜ୍‌ ଓ୍ବି ସ୍ପିକ୍‌ ପାଇଁ ୨ଟି ପୁରସ୍କାର ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri