ପ୍ରୀତି ପାଣିଗ୍ରାହୀଙ୍କ ଫିଲ୍ମକୁ ଗ୍ରାଣ୍ଡ ଜୁରି ପୁରସ୍କାର

ଲସ୍‌ ଏଞ୍ଜେଲସ୍‌, ୩ା୭: ରିଚା ଚଢ଼ା ଓ ଅଲି ଫଜଲଙ୍କ ନିର୍ମିତ, ଶୁଚି ତଲାତିଙ୍କ ନିର୍ଦ୍ଦେଶିତ ଏବଂ ଓଡ଼ିଆ ଝିଅ ପ୍ରୀତି ପାଣିଗ୍ରାହୀଙ୍କ ଅଭିନୀତ ‘ଗର୍ଲସ୍‌ ଓ୍ବିଲ୍‌ ବି ଗର୍ଲସ୍‌’ ଫିଲ୍ମ ସୋମବାର ଆମେରିକାର ଲସ୍‌ ଏଞ୍ଜେଲସ୍‌ରେ ଚାଲିଥିବା ଭାରତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫ୍‌ଏଫ୍‌ଏଲ୍‌ଏ)ରେ ସମ୍ମାନଜନକ ଗ୍ରାଣ୍ଡ ଜୁରି ପୁରସ୍କାର ଜିତିଛି।
ଏହି ଫିଲ୍ମରେ ପ୍ରୀତିଙ୍କ ବ୍ୟତିତ କାନି କୁଶ୍ରୁତି ଓ କେଶବ ବିନୟ କିରଣ ମୁଖ୍ୟ ଭୂମିକାରେ ନଜର ଆସିଛନ୍ତି। ନିର୍ଦ୍ଦେଶକ ଶୁଚି ତଲାତିଙ୍କ ଏହା ପ୍ରଥମ ଫିଚର ଚଳଚ୍ଚିତ୍ର ହୋଇଥିବାବେଳେ ଏହି ଫିଲ୍ମ ମାଧ୍ୟମରେ ଅଭିନେତ୍ରୀ ପ୍ରୀତି ପାଣିଗ୍ରାହୀ ଡେବ୍ୟୁ କରିଛନ୍ତି। ଏହି ଚଳଚ୍ଚିତ୍ରରେ ମୀରା ନାମ୍ନୀ ଜଣେ ୧୬ ବର୍ଷୀୟା କିଶୋରୀ ବୋର୍ଡିଂ ସ୍କୁଲରେ ପଢ଼ୁଥିବା ସମୟରେ ଜଣେ ସାଥୀ ଛାତ୍ରଙ୍କ ପ୍ରତି ଆକର୍ଷିତ ହୁଅନ୍ତି। ଉଭୟଙ୍କର ପ୍ରେମ ସମ୍ପର୍କରେ ମୀରା ଓ ତାଙ୍କ ମା’ଙ୍କ ମଧ୍ୟରେ ଦେଖାଯାଇଥିବା ତୀକ୍ତତାକୁ ଏହି ଫିଲ୍ମରେ ଭଲ ଭାବେ ଦର୍ଶାଯାଇଛି। ତେବେ ପୂର୍ବରୁ ମଧ୍ୟ ଏହି ଫିଲ୍ମ ଅନେକ ପୁରସ୍କାରରେ ସମ୍ମାନିତ ହୋଇଛି। ରୋମାନିଆରେ ଅନୁଷ୍ଠିତ ହୋଇଥିବା ଟ୍ରାନ୍ସିଲ୍‌ଭାନିଆ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ ‘ଗର୍ଲସ୍‌ ଓ୍ବିଲ୍‌ ବି ଗର୍ଲସ୍‌’ ଗ୍ରାଣ୍ଡ ଜୁରି ପୁରସ୍କାର ଜିତିଥିଲା। ସେହିପରି ୨୦୨୪ର ସନ୍‌ଡାନ୍‌ସ ଚଳଚ୍ଚିତ୍ର ମହୋତ୍ସବରେ ମଧ୍ୟ ଏହି ଫିଲ୍ମ ୨ଟି ମୁଖ୍ୟ ପୁରସ୍କାର ଜିତିପାରିଥିଲା। ଏହି ପୁରସ୍କାର ଜିତି ରିଚା ଚଢ଼ା କହିଛନ୍ତି, ଆଇଏଫ୍‌ଏଫ୍‌ଏଲ୍‌ଏ ପରି ଏକ ଅନ୍ତର୍ଜାତୀୟ ପ୍ଲାଟ୍‌ଫର୍ମରେ ଗ୍ରାଣ୍ଡ ଜୁରି ପୁରସ୍କାର ଜିତିବା ନିଶ୍ଚିନ୍ତ ଭାବେ ଗର୍ବର ବିଷୟ। ‘ଗର୍ଲସ୍‌ ଓ୍ବିଲ୍‌ ବି ଗର୍ଲସ୍‌’ର ପୂରା ଟିମ୍‌ର କଠିନ ପରିଶ୍ରମକୁ ଏହି ପୁରସ୍କାର ସାର୍ଥକ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri