Posted inଜାତୀୟ

ମୋଦି ସରକାରଙ୍କ ୯ ବର୍ଷ ପୂର୍ତ୍ତି ଅବସରରେ ରାଜସ୍ଥାନରେ ହେବ ବିଶାଳ ରାଲି

ନୂଆଦିଲ୍ଲୀ,୨୩।୫: ମୋଦି ସରକାରଙ୍କ ୯ ବର୍ଷ ପୂର୍ତ୍ତି ଅବସରରେ ରାଜସ୍ଥାନର ଅଜମୈରରେ ଏକ ବିଶାଳ ରାଲି ହେବାକୁ ଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩୧ ମେ’ରେ ଅଜମୈରରେ ଏକ ରାଲି କରିବେ। ଚଳିତ ବର୍ଷ ଶେଷରେ ରାଜସ୍ଥାନରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏଭଳି ପରିସ୍ଥିତିରେ ପ୍ରଧାନମନ୍ତ୍ରୀ ମୋଦି ଏହି ରାଲି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ସରକାରଙ୍କ ନଅ ବର୍ଷ କାର୍ଯ୍ୟ ଶେଷ ହେବା ପରେ ଭାଜପା ଆସନ୍ତା ୩୦ରୁ ଜୁନ ୩୦ପର୍ଯ୍ୟନ୍ତ ରାଜସ୍ଥାନରେ ଏକ ମେଗା ଜନସମ୍ପର୍କ କାର୍ଯ୍ୟକ୍ରମ ଆୟୋଜନ କରିବାକୁ ଯୋଜନା କରିଛି। ମାସେ ଧରି ଚାଲିଥିବା କାର୍ଯ୍ୟକ୍ରମରେ ଦଳ ରାଲି କରିବେ, ସମ୍ପୃକ୍ତ ଅଞ୍ଚଳର ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ଭେଟିବେ ଏବଂ ହିତାଧିକାରୀଙ୍କ ନିକଟରେ ପହଞ୍ଚିବେ ବୋଲି ଜଣାପଡିଛି।

କେନ୍ଦ୍ର ମନ୍ତ୍ରୀ କୈଳାଶ ଚୌଧୁରୀ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତ, ଦଳର କର୍ମୀ ତଥା ନେତାମାନେ ଘରକୁ ଘର ଯାଇ କେନ୍ଦ୍ରର ସଫଳତାକୁ ଆଲୋକିତ କରିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଜନ କଲ୍ୟାଣ ଯୋଜନା ସମ୍ପର୍କରେ ସେ କହିଛନ୍ତି , ଆଜି ସାରା ବିଶ୍ୱରେ ଭାରତର ନାମ ଆଲୋକିତ ହେଉଛି। ଭାରତୀୟ ଜନତା ପାର୍ଟିର କେନ୍ଦ୍ର ସରକାର କିଷାନ ସମ୍ମାନ ନିଧି, ଜନ ଧନ ଯୋଜନା, ଆୟୁଷ୍ମାନ ଭାରତ ଯୋଜନା ଏବଂ ଅନ୍ୟାନ୍ୟ ଜନ କଲ୍ୟାଣ ଯୋଜନାକୁ ଜନସାଧାରଣଙ୍କ ନିକଟରେ ପହଞ୍ଚାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…

ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri