ଜିଆଇଏମ୍‌ରେ ମହା ନିଯୁକ୍ତି ମେଳା

କଟକ,୨୩।୫: ଗ୍ଲୋବାଲ୍‌ ଇନ୍‌ଷ୍ଟିଟ୍ୟୁଟ୍‌ ଅଫ୍‌ ମ୍ୟାନେଜ୍‌ମେଣ୍ଟ (ଜିଆଇଏମ୍‌)ରେ ଏକ ମହା ନିଯୁକ୍ତି ମେଳା ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏମ୍‌ବିଏ ପାଠ୍ୟକ୍ରମର ଶେଷ ବର୍ଷରେ ପଢୁଥିବା ଛାତ୍ରୀଛାତ୍ରମାନଙ୍କ ନିଯୁକ୍ତି ନିମନ୍ତେ ଏହି ମେଳା ଗ୍ଲୋବାଲ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମ୍ୟାନେଜ୍‌ମେଣ୍ଟ ଓ ଡାଇଭରସ୍‌ ସଲ୍ୟୁସନ୍ସ (ଭୁବନେଶ୍ୱର)ଙ୍କ ସହଭାଗିତାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ମେଳାରେ ୧୦ଟି କମ୍ପାନୀ ଅଂଶଗ୍ରହଣ କରିଥିଲା ବେଳେ ୧୦୦ଜଣ ଛାତ୍ରୀଛାତ୍ରୀ ଉକ୍ତ ମେଳାରେ ଅଂଶଗ୍ରହଣ କରି ନିଯୁକ୍ତିର ସୁଯୋଗ ପାଇଥିଲେ। ଉଲ୍ଲେଖଯୋଗ୍ୟ, ଜିଆଇଏମ୍‌ର ନିର୍ଦ୍ଦେଶକ ସି.ଏ.ସଂଗ୍ରାମ କେଶରୀ ପଟ୍ଟନାୟକ, ଅଧ୍ୟକ୍ଷ ଡ.ନରେନ୍ଦ୍ର କିଶୋର ମିଶ୍ର, ଡିନ୍‌ (ଆଡ୍‌ମିନ୍‌.) ପ୍ରଫେସର୍‌ ବିପୁଲ କୁମାରଙ୍କ ସମେତ ଡାଇଭରସ୍‌ ସଲ୍ୟୁସନ୍ସ୍‌ର ନିର୍ଦ୍ଦେଶିକା ସିପ୍ରା ନାଏକ, ପ୍ରଫେସର୍‌ ଗୌରୀଶଙ୍କର ମହାରଣା, ପ୍ରଫେସର୍‌ ରାଜାରାମ୍‌ ରାଉତ୍‌, ପ୍ରଫେସର୍‌ ମନୋଜ କୁମାର ବେହେରା ପ୍ରମୁଖ ଉପସ୍ଥିତ ରହି ଛାତ୍ରୀଛାତ୍ରୀମାନଙ୍କୁ ଉତ୍ସାହିତ କରିବା ସଙ୍ଗେସଙ୍ଗେ ସେମାନଙ୍କର ଉତ୍ତରୋତ୍ତର ଉନ୍ନତି କାମନା କରିଥିଲେ। ଅପରପକ୍ଷରେ ମେଳା ଉପଲକ୍ଷେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଜିଆଇଏମର ଡିନ୍‌ (ଏକାଡେମିକ୍ସ) ଡ.ମୁନ୍‌ମୁନ୍‌ ମହାନ୍ତି ସ୍ବାଗତ ସମ୍ବର୍ଦ୍ଧନା ଦେଇଥିଲେ। ସେହିଭଳି ଜିଆଇଏମ୍‌ର ପ୍ରଫେସର ଦେବାଶିଷ୍‌ ନନ୍ଦ ଓ ଡ. ଆଦ୍ୟାଶା ଶୁଭଦର୍ଶିନୀ ମେଳା ସଂଯୋଜନା ଓ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେଦାନ୍ତ ଆଲୁମିନିୟମରେ ଓ୍ବାର୍ଲଡ ଆର୍ଥ ଡେ

ନୂଆଦିଲ୍ଲୀ,୨୩।୪: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଓ୍ବାର୍ଲଡ ଆର୍ଥ ଡେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ...

ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ନୂତନ ସିଏଚ୍‌ଡି ଉଦ୍‌ଘାଟିତ

ଭୁବନେଶ୍ୱର,୨୩।୪: ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ୍‌ ଇଣ୍ଡିଆ ବା ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ ଲିମିଟେଡର ନୂତନ କମ୍ୟୁନିଟି ହେଲ୍‌ଥ ଡିସ୍‌ପେନ୍‌ସାରି (ସିଏଚ୍‌ଡି) ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି...

ରିଲାଏନ୍ସ ଜିଓର ନେଟ ଲାଭ ୨୦,୪୬୬ କୋଟି

ନୂଆଦିଲ୍ଲୀ,୨୩।୪: ଦେଶର ସର୍ବବୃହତ୍‌ ଦୂରସଞ୍ଚାର ସେବା ପ୍ରଦାନକାରୀ କମ୍ପାନୀ ତଥା ରିଲାଏନ୍ସ ଜିଓ ଇନ୍‌ଫୋକମ ଲିମିଟେଡ୍‌ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୩ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ, ଜାଣନ୍ତୁ ବଜାର ଦାମ୍

ନୂଆଦିଲ୍ଲୀ, ୨୨।୪: ନିକଟ ଅତୀତରେ ଭାରତରେ ସୁନା ଓ ରୂପା ମୂଲ୍ୟରେ ବହୁତ ବୃଦ୍ଧି ଘଟିଛି। କିନ୍ତୁ ସୋମବାର ଏଥିରେ କିଛି ମାତ୍ରାରେ ହ୍ରାସ ପାଇଛି।...

ସର୍ବୋତ୍ତମ ପ୍ରଯୁକ୍ତିକୁ ଗୁରୁତ୍ୱ

ଭୁବନେଶ୍ୱର,୨୨ା୪: ବ୍ରିଜ୍‌ଷ୍ଟୋନ୍‌ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ର ନୂତନ ଉତ୍ପାଦ ‘ତୁରଞ୍ଜା ୬ଆଇ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଯାତ୍ରୀବାହୀ ଯାନ ସେଗ୍‌ମେଣ୍ଟ ପାଇଁ ବ୍ରାଣ୍ଡ୍‌...

ଶ୍ରୀଲେଦର୍ସ ପ୍ରତିଷ୍ଠାତାଙ୍କ ପ୍ରତିମୂର୍ତ୍ତି ଅନାବରଣ

ଭୁବନେଶ୍ୱର,୨୨ା୪: ଦେଶର ପ୍ରମୁଖ ସୁଜ୍‌ ବ୍ରାଣ୍ଡ୍‌ ଶ୍ରୀଲେଦର୍ସର ପ୍ରତିଷ୍ଠାତା ତଥା ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ସ୍ବର୍ଗତ ସୁରେଶ ଚନ୍ଦ୍ର ଦେଙ୍କର ୧୧୩ତମ ଜନ୍ମବାର୍ଷିକୀ ରବିବାର ପାଳିତ...

ଶପର୍ସ ଷ୍ଟପ୍‌ ସହ ଆକ୍ସିସ ବ୍ୟାଙ୍କର ସହଭାଗିତା

ଭୁବନେଶ୍ୱର,୨୨ା୪: ଆକ୍ସିସ୍‌ ବ୍ୟାଙ୍କ ଏବଂ ଶପର୍ସ ଷ୍ଟପ୍‌ସ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ନିକଟରେ ସ୍ଥାପନ ହୋଇଛି। ଏପରିକି ଉଭୟ ସଂସ୍ଥାର ମିଳିତ ସହଭାଗିତାରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri