ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର ଚନ୍ଦନ କଳସ ଯାତ୍ରା ମଙ୍ଗଳବାର କୋରାପୁଟରେ ପହଞ୍ଚିଥିଲା। ଏହି ଅବସରରେ ଚନ୍ଦନ କଳସ ଯାତ୍ରାକୁ ଭବ୍ୟ ସ୍ବାଗତ କରାଯାଇଥିଲା। ସ୍ଥାନୀୟ ସ୍ବତନ୍ତ୍ର ସର୍କିଟ ହାଉସ ଛକରେ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, କୋରାପୁଟ ବିଧାୟକ ରଘୁରାମ ମାଛ ପବିତ୍ର ଚନ୍ଦନ କଳସର ପୂଜାର୍ଚ୍ଚନା କରିଥିଲେ।

ପରେ ବାଜା ବାଜଣା ସହ ଶୋଭାଯାତ୍ରାରେ କଳସକୁ ସହର ପରିକ୍ରମା କରାଯାଇ ଶେଷରେ କୋରାପୁଟ ଟାଉନହଲକୁ ନେଇଥିଲେ। ସେଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଚନ୍ଦନ କଳସ ଯାତ୍ରାର ଉଦ୍ଦେଶ୍ୟ ସମ୍ପର୍କରେ ମନ୍ତ୍ରୀ ଗଣ୍ଡ ଆଲୋକପାତ କରିଥିଲେ। ଗୁରୁ ରବିଦାସଜୀଙ୍କ ଆଦର୍ଶ, ମାନବବାଦୀ ଚିନ୍ତାଧାରା ଓ ସମାନତାର ବାର୍ତ୍ତାକୁ ସମାଜର ସମସ୍ତ ବର୍ଗଙ୍କ ନିକଟରେ ପହଞ୍ଚାଇବା ଉପରେ ଗୁରୁତ୍ୱ ଦେଇଥିଲେ। ସମାଜରେ ଭାଇଚାରା, ଏକତା ଓ ସମରସତା ବଜାୟ ରଖିବାକୁ ଆହ୍ବାନ ଦିଆଯାଇଥିଲା।

ଏହି ଅବସରରେ ଭାଜପା ରାଜ୍ୟ ସମ୍ପାଦିକା ପୂର୍ଣ୍ଣିମା ନାୟକ, ଭାଜପା ଜିଲା ସଭାପତି ଶିବ ମୁଦୁଲି, ବିଲାପୁଟ ଶବରୀ ଜଗନ୍ନାଥ ମନ୍ଦିରର ସମ୍ପାଦକ ଲଳିତ ମୋହନ ପଟ୍ଟନାୟକଙ୍କ ସମେତ ଭାଜପାର ବହୁ କର୍ମକର୍ତ୍ତା, ଶ୍ରଦ୍ଧାଳୁ, ବୁଦ୍ଧିଜୀବୀ ପ୍ରମୁଖ ଉପସ୍ଥିତ ରହି ଏହି କଳସକୁ ସ୍ବାଗତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଚନ୍ଦ୍ରଗହଣରେ ହାନୀ ନୁହେଁ ଏହି ୩ରାଶିଙ୍କ ଫିଟିଯିବ ଭାଗ୍ୟ, ଧନବର୍ଷା ସାଙ୍ଗକୁ ମିଳିବ ବଡ଼ ଚାକିରିର ଅଫର୍‌…

କୌଣସି ବି ଗ୍ରହଣ, ତାହା ଚନ୍ଦ୍ରଗ୍ରହଣ ହେଉ କି ସୂର୍ଯ୍ୟଗ୍ରହଣ, ସବୁବେଳେ କ’ଣ ବର୍ବାଦୀ ନେଇ ଆସିଥାଏ? କାରଣ ପ୍ରାୟତଃ ଆମେ ଗ୍ରହଣ ନାମ ଶୁଣିବା ମାତ୍ରେ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri