ଢେଙ୍କାନାଳରେ ହକି ବିଶ୍ୱ କପ୍‌କୁ ଭବ୍ୟ ସ୍ବାଗତ

ଢେଙ୍କାନାଳ ଅଫିସ,୬।୧: ହକି ବିଶ୍ବକପ୍‌କୁ ଢ଼େଙ୍କାନାଳରେ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଶୁକ୍ରବାର ସକାଳେ ହକି ବିଶକପ୍‌କୁ ସହରସ୍ଥିତ ବରପୁତ୍ରଙ୍କ ପ୍ରତିମୂର୍ତ୍ତି ନିକଟକୁ ଅଣାଯାଇଥିଲା। ଏହି ଅବସରରେ ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ଲୋକକଳା କଳାକାରଙ୍କ ଦ୍ୱାରା ଲୋକ ନୃତ୍ୟ, ସଙ୍ଗୀତ ଏବଂ ବାଦ୍ୟର ତାଳେ ତାଳେ ଏକ ବିଶାଳ ଶୋଭାଯାତ୍ରାରେ ବିଧାୟକ ସୁଧୀର କୁମାର ସାମଲ, ଜିଲାପାଳ ସରୋଜ କୁମାର ସେଠୀ, ଜିଲା ପରିଷଦ ସଭାପତି ଅର୍ଚ୍ଚନା ପୁହାଣଙ୍କ ସମେତ ବିଭିନ୍ନ କ୍ରୀଡ଼ା ହକି ସଂଗଠନର କର୍ମକର୍ତ୍ତା, କ୍ରୀଡ଼ାବିତ, ହକି ଖେଳାଳି, କୋଚ, ସାଂସ୍କୃତିକ ଅନୁଷ୍ଠାନର କର୍ମକର୍ତ୍ତା, ସରକାରୀ ଅଧିକାରୀ ଓ ବେସରକାରି ଅନୁଷ୍ଠାନ କର୍ମକର୍ତ୍ତା ଏବଂ ସହରବାସୀ ହକି ବିଶକପ୍‌କୁ ଧରି ମିନି ଷ୍ଟାଡିୟମରେ ପହଞ୍ଚିଥିଲେ । ସେଠାରେ ଆୟୋଜିତ ଏକ ଉତ୍ସବରେ ହକି ବିଶକପ୍‌କୁ ସମ୍ବର୍ଦ୍ଧନା କରାଯାଇଥିଲା। ଏହି ଅବସରରେ ବିଭିନ୍ନ ସ୍କୁଲ ଓ ସାଂସ୍କୃତିକ ଅନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପକ୍ଷରୁ ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଏଥିସହ ଭାରତୀୟ ଦଳକୁ ଶୁଭକାମନା ଜଣାଯାଇଥିଲା । କାର୍ଯ୍ୟକ୍ରମରେ ପୌର ସଂସ୍ଥା କର୍ତ୍ତୃପକ୍ଷ, ଜିଲା ଓକିଲ ସଂଘ, ବରିଷ୍ଠ ନାଗରିକ ସଂଘ, ଜିଲା ସାମ୍ବାଦିକ ସଂଘ, କଳା ସଂସ୍କୃତି ସଂଘ, ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ର, ସହରବାସୀ ସାମିଲ ହୋଇଥିଲେ । ଏହାପରେ ହକି ବିଶକପ୍‌କୁ ଢ଼େଙ୍କାନାଳ ସହରରୁ ବିଦାୟ ଦିଆଯାଇଥିଲା। ଜିଲାର କାମାକ୍ଷାନଗର, ପରଜଙ୍ଗ ଓ କଙ୍କଡ଼ାହାଡ ବ୍ଲକ ଦେଇ ହକି ବିଶକପ୍‌ କେଉଁଝର ଜିଲା ଅଭିମୁଖେ ଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri