ଢେଙ୍କାନାଳରେ ହକି ବିଶ୍ୱ କପ୍‌କୁ ଭବ୍ୟ ସ୍ବାଗତ

ଢେଙ୍କାନାଳ ଅଫିସ,୬।୧: ହକି ବିଶ୍ବକପ୍‌କୁ ଢ଼େଙ୍କାନାଳରେ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଶୁକ୍ରବାର ସକାଳେ ହକି ବିଶକପ୍‌କୁ ସହରସ୍ଥିତ ବରପୁତ୍ରଙ୍କ ପ୍ରତିମୂର୍ତ୍ତି ନିକଟକୁ ଅଣାଯାଇଥିଲା। ଏହି ଅବସରରେ ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ଲୋକକଳା କଳାକାରଙ୍କ ଦ୍ୱାରା ଲୋକ ନୃତ୍ୟ, ସଙ୍ଗୀତ ଏବଂ ବାଦ୍ୟର ତାଳେ ତାଳେ ଏକ ବିଶାଳ ଶୋଭାଯାତ୍ରାରେ ବିଧାୟକ ସୁଧୀର କୁମାର ସାମଲ, ଜିଲାପାଳ ସରୋଜ କୁମାର ସେଠୀ, ଜିଲା ପରିଷଦ ସଭାପତି ଅର୍ଚ୍ଚନା ପୁହାଣଙ୍କ ସମେତ ବିଭିନ୍ନ କ୍ରୀଡ଼ା ହକି ସଂଗଠନର କର୍ମକର୍ତ୍ତା, କ୍ରୀଡ଼ାବିତ, ହକି ଖେଳାଳି, କୋଚ, ସାଂସ୍କୃତିକ ଅନୁଷ୍ଠାନର କର୍ମକର୍ତ୍ତା, ସରକାରୀ ଅଧିକାରୀ ଓ ବେସରକାରି ଅନୁଷ୍ଠାନ କର୍ମକର୍ତ୍ତା ଏବଂ ସହରବାସୀ ହକି ବିଶକପ୍‌କୁ ଧରି ମିନି ଷ୍ଟାଡିୟମରେ ପହଞ୍ଚିଥିଲେ । ସେଠାରେ ଆୟୋଜିତ ଏକ ଉତ୍ସବରେ ହକି ବିଶକପ୍‌କୁ ସମ୍ବର୍ଦ୍ଧନା କରାଯାଇଥିଲା। ଏହି ଅବସରରେ ବିଭିନ୍ନ ସ୍କୁଲ ଓ ସାଂସ୍କୃତିକ ଅନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପକ୍ଷରୁ ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଏଥିସହ ଭାରତୀୟ ଦଳକୁ ଶୁଭକାମନା ଜଣାଯାଇଥିଲା । କାର୍ଯ୍ୟକ୍ରମରେ ପୌର ସଂସ୍ଥା କର୍ତ୍ତୃପକ୍ଷ, ଜିଲା ଓକିଲ ସଂଘ, ବରିଷ୍ଠ ନାଗରିକ ସଂଘ, ଜିଲା ସାମ୍ବାଦିକ ସଂଘ, କଳା ସଂସ୍କୃତି ସଂଘ, ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ର, ସହରବାସୀ ସାମିଲ ହୋଇଥିଲେ । ଏହାପରେ ହକି ବିଶକପ୍‌କୁ ଢ଼େଙ୍କାନାଳ ସହରରୁ ବିଦାୟ ଦିଆଯାଇଥିଲା। ଜିଲାର କାମାକ୍ଷାନଗର, ପରଜଙ୍ଗ ଓ କଙ୍କଡ଼ାହାଡ ବ୍ଲକ ଦେଇ ହକି ବିଶକପ୍‌ କେଉଁଝର ଜିଲା ଅଭିମୁଖେ ଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?