ଜେଜେ ମା’ଙ୍କ ଭରସାରେ ନାତୁଣୀନାତି

ଖପ୍ରାଖୋଲ, ୨୫ା୧୨(ଅଭୟ ତ୍ରିପାଠୀ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଘୁନସର ପଞ୍ଚାୟତ ଝାଲବାହାଲ ଗାଁର ସୁକୁନି ବରିହା(୬୩) ଓ ତାଙ୍କ ସ୍ବାମୀ ଗୋପାଳ ବରିହା(୭୦)। ପରିଣତ ବୟସରେ ଏବେ ସେମାନଙ୍କ ଉପରେ ପଡିଛି ଲାଳନପାଳନର ଭାର। ପୁଅ ପୀତବାସ(୨୫), ବୋହୂ ଗୋଲାପି(୨୩) ଓ ଦେଢବର୍ଷ ନାତି କେଶବଙ୍କୁ ନେଇ ଥିଲା ସେମାନଙ୍କର ସୁଃଖଦୁଃଖର ପରିବାର। ୫ମାସ ତଳେ ଜନ୍ମନେଲା ଏକ ନାତୁଣୀ। ଜନ୍ମର ୫ମ ଦିନରେ ଗୋଲାପିଙ୍କର ମୃତ୍ୟୁ ହୋଇଗଲା। ଇତିମଧ୍ୟରେ ୫ମାସ ବିତିଗଲାଣି। ବଡକଷ୍ଟରେ ଦୁଇ ଶିଶୁଙ୍କ ଲାଳନପାଳନ କରୁଛନ୍ତି ସୁକୁନି ଓ ଗୋପାଳ। ଏପଟେ ପୀତବାସ ଦାଦନ ଖଟିବାକୁ ଯାଇଛନ୍ତି ଆନ୍ଧ୍ରପ୍ରଦେଶ। ମା’ ଛେଉଣ୍ଡ ୨ଶିଶୁଙ୍କ ଦେଖାଶୁଣା କରିବାକୁ ସେମାନଙ୍କ ପାଇଁ କାଠିକର ହେଉଛି। ସୁକୁନି ଓ ଗୋପାଳଙ୍କ ଭତ୍ତା ବାବାଦ ଟଙ୍କା ଓ ଖାଦ୍ୟ ସୁରକ୍ଷା ଯୋଜନାରେ ୧୫କେଜି ଚାଉଳ ହିଁ ଭରସା। କନ୍ୟାକୁ ଶିଶୁଖାଦ୍ୟ ଦେବାକୁ ସେମାନଙ୍କ ପାଖରେ ସମ୍ବଳ ନାହିଁ। ଏଣୁ ନିଜେ ପିଉଥିବା ନାଲି ଚା ପିଲାଙ୍କୁ ପିଆଉଥିବା ସୁକୁନି କାନ୍ଦି କାନ୍ଦି କହିଛନ୍ତି। କେବେକେବେ ସାହି ପଡିଶା ସହଯୋଗ କରୁଥିଲେ ବି କୌଣସି ସରକାରୀ ସହାୟତା ମିଳୁନି। ସରକାରୀ ସହାୟତା ଯୋଗାଇଦେବାକୁ ସେମାନେ ନିବେଦନ କରିଛନ୍ତି। ଏ ନେଇ ପାଟଣାଗଡ ଉପଜିଲାପାଳ ଡ଼ ବିଜୟାନନ୍ଦ ସେଠୀଙ୍କ ଦୃଷ୍ଟି ଆକର୍ଷଣ କରିବାରୁ ଶିଶୁକୁ କ୍ଷୀର ବାବଦରେ ସହାୟତା କରିବି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri