ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ସ୍ବାଧୀନତା ସଂଗ୍ରାମୀ ପବିତ୍ର ମୋହନଙ୍କ ନାତୁଣୀ

ଭୁବନେଶ୍ୱର,୧୩ା୩(ଅସମାପିକା ସାହୁ): ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ପ୍ରଜାମଣ୍ଡଳ ଆନ୍ଦୋଳନର ପୁରୋଧା ଓଡ଼ିଶାର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ପବିତ୍ର ମୋହନ ପ୍ରଧାନଙ୍କ ସ୍ମୃତି ରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନେକ ପଦକ୍ଷେପ ନେଇଛନ୍ତି।

ତାଳଚେରରେ ପବିତ୍ର ମୋହନ ମେଡିକାଲ କଲେଜ, ବ୍ରାହ୍ମଣୀ ନଦୀ ଉପରେ ତାଙ୍କ ନାମରେ ସେତୁ ପ୍ରତିଷ୍ଠା ସହିତ ସ୍ମୃତି ମ୍ୟୁଜିୟମ ଏବଂ ଭୁବନେଶ୍ବରରେ ତାଙ୍କର ଏକ ପୂର୍ଣ୍ଣାବୟବ ମୂର୍ତ୍ତି ସ୍ଥାପନ ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି।

୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି ସବୁ କାର୍ଯ୍ୟ କରାଯାଇଛି।
ଏଥିପାଇଁ ପବିତ୍ର ମୋହନ ସ୍ମୃତି ପରିଷଦ ଗଭୀର ସନ୍ତୋଷ ପ୍ରକାଶ କରିଛି। ପରିଷଦ ପକ୍ଷରୁ ବୁଧବାର ପବିତ୍ର ମୋହନଙ୍କ ନାତୁଣୀ ରଞ୍ଜିତା ରାଣୀ ପ୍ରଧାନ ଓ ସମିତିର ଅନ୍ୟ ସଦସ୍ୟମାନେ ଆଜି ନବୀନ ନିବାସ ଠାରେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷଙ୍କୁ ଭେଟି ଧନ୍ୟବାଦ ଜଣାଇଥିଲେ। ସେମାନେ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ମଧ୍ୟ ଜଣାଇଥିଲେ।

ସେ କହିଛନ୍ତି, ପବିତ୍ର ମୋହନଙ୍କ ସ୍ମୃତି ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପ ତାଙ୍କ ସ୍ମୃତିକୁ ଚିରଦିନ ପାଇଁ ଉଜ୍ଜ୍ୱଳ କରି ରଖିବ।

୫-ଟି ଅଧ୍ୟକ୍ଷ କହିଥିଲେ, ମୁଖ୍ୟମନ୍ତ୍ରୀ ରାଜ୍ୟର ବରପୁତ୍ରମାନଙ୍କ ପ୍ରତି ଗଭୀର ସମ୍ମାନ କରନ୍ତି। ସେମାନଙ୍କ ସ୍ମୃତି ରକ୍ଷା ପାଇଁ ରାଜ୍ୟ ସରକାର ସବୁବେଳେ ପଦକ୍ଷେପ ନେଇଛନ୍ତି। ପବିତ୍ର ମୋହନ ରାଜ୍ୟର ଯୁବ ସମାଜ ପାଇଁ ଆଦର୍ଶ। ତାଙ୍କ ସ୍ମୃତିର ସୁରକ୍ଷା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ପହଞ୍ଚିଲେ ଜେପି ନଡ୍ଡା

ଭୁବନେଶ୍ୱର,୨୮ା୪: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏହା ପରେ  ନଡ୍ଡା ନବରଙ୍ଗପୁର ଓ ବ୍ରହ୍ମପୁର ଲୋକ ସଭା କ୍ଷେତ୍ର ଗସ୍ତ କରି...

ତାତିରୁ ଆଶ୍ବସ୍ତି ଆଣିଦେବ କାଳବୈଶାଖୀ, ପୂର୍ବାନୁମାନ କଲା ପାଣିପାଗ ବିଭାଗ

ଭୁବନେଶ୍ୱର, ୨୭।୪: ରାଜ୍ୟରେ ସୂର୍ଯ୍ୟଦେବଙ୍କ ପ୍ରକୋପ ଜାରି ରହିଛି। ସକାଳ ୮ ଟା ଡେଇଁଲେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର...

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି, ୮ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୭।୪: ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି।...

ସାଲେପୁରରେ ଆରମ୍ଭରୁ ବର୍ଷିଲେ ରାହୁଲ, କହିଲେ…

ସାଲେପୁର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରରେ ପହଞ୍ଚିଥିଲେ।...

ଟ୍ରକ୍‌ ପଛରେ ପିଟିହେଲା ବସ୍‌: ଡ୍ରାଇଭର, ହେଲପର ମୃତ

ସୋନପୁର,୨୮ା୪(ମୃତ୍ୟୁଞ୍ଜୟ ଶତପଥୀ): ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ସୋନପୁର ଥାନା ହରଡ଼ଖୋଲ ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ପ୍ରଧାନ ନାମକ ଯାତ୍ରୀବାହୀ...

କାହାକୁ ଟାର୍ଗେଟ କଲେ ଦୀପାଳି ଦାସ, କହିଲେ ସିଜନାଲ ପକ୍ଷୀ…

ଭୁବନେଶ୍ୱର,୨୮।୪: ଝାରସୁଗୁଡା ନିର୍ବାଚନ ମଣ୍ଡଳୀ ଲାଇକେରା ଠାରେ ବିଜେଡିର ମହିଳା ସମାବେଶ କରିଛନ୍ତି ଦୀପାଳି ଦାସ । ଏଥିରେ ଝାରସୁଗୁଡା ବିଧାୟିକା ପ୍ରାର୍ଥୀ ଦୀପାଳି ବିରୋଧୀଙ୍କୁ...

ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଆଇଏଫ୍ଏ ବଟିକା

ଭୁବନେଶ୍ୱର, ୨୭।୪: ଖରା ଛୁଟିରେ ଛାତ୍ରଛାତ୍ରୀଙ୍କୁ ଆଇରନ୍ ଓ ଫଲିକ୍ ଏସିଡ୍ (ଆଇଏଫ୍ଏ) ବଟିକା ବାଣ୍ଟିବେ ଶିକ୍ଷକ ଶିକ୍ଷୟିତ୍ରୀ। ଆନେମିଆ (ରକ୍ତହୀନତା) ମୁକ୍ତ ଲକ୍ଷ୍ୟ ଅଭିଯାନ...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଓଡ଼ିଶାରେ ଆସି ପହଞ୍ଚିଛନ୍ତି। ଏକ ସ୍ବତନ୍ତ୍ର ବିମାନ ଯୋଗେ ରାହୁଲ ଦିଲ୍ଲୀରୁ ଆସି ଆଜି ଭୁବନେଶ୍ୱର ବିମାନବନ୍ଦରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri