୯ ବର୍ଷର ନାବାଳିକାଙ୍କୁ ବଳାତ୍କାର କଲେ ଜେଜେବାପା: ବାନ୍ଧିଲା ପୋଲିସ

ପଟ୍ଟାମୁଣ୍ଡାଇ,୩୦ା୧୧(କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧୀନ ଏକ ଗ୍ରାମରେ ଜଣେ ୯ ବର୍ଷର ନାବାଳିକାଙ୍କୁ ଜଣେ ବୃଦ୍ଧ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଗ୍ରାମାଞ୍ଚଳ ଥାନା ପୋଲିସ ସମ୍ପୃକ୍ତ ବୃଦ୍ଧଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ସେ ହେଲେ ବଟକୃଷ୍ଣ ସାହୁ(୬୫)। ସେ ପୀଡ଼ିତାଙ୍କ ସମ୍ପର୍କୀୟ ଜେଜେବାପା ବୋଲି ପୋଲିସ କହିଛି।
ଅଭିଯୋଗ ଅନୁଯାୟୀ, ପୀଡ଼ିତାଙ୍କ ମା’ବାପା କୌଣସି କାମରେ ବାହାରକୁ ଯାଇଥିଲେ। ଗୁରୁବାର ଅପରାହ୍ନରେ ନାବାଳିକା ଜଣକ ଏକୁଟିଆ ଘରେ ଥିଲେ। ଏହି ସୁଯୋଗରେ ବଟକୃଷ୍ଣ ନାବାଳିକାଙ୍କ ଘରକୁ ଯାଇଥିଲେ। ତାଙ୍କୁ ପାଣି ପିଇବା ପାଇଁ ମାଗିଥିଲେ। ନାବାଳିକା ପାଣି ଆଣିବାକୁ ଯିବା ବାଟରେ ବଟକୃଷ୍ଣ ତାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପରିବାର ଲୋକ ଥାନାରେ ଗୁରୁବାର ସନ୍ଧ୍ୟାରେ ଏତଲା ଦେବା ପରେ ଶୁକ୍ରବାର ପୋଲିସ ବଟକୃଷ୍ଣଙ୍କୁ ଗିରଫ କରିଥିଲା। ଏ ନେଇ ଏକ ମାମଲା(ନଂ.୫୭୫/୨୪) ରୁଜୁ ହୋଇଛି। ଉଭୟଙ୍କ ଡାକ୍ତରୀମାଇନା କରାଯାଇଛି। ପରେ ଅଭିଯୁକ୍ତଙ୍କୁ କେନ୍ଦ୍ରାପଡ଼ା ପୋକ୍‌ସୋ କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ପଦ୍ମାଳୟା ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ ଖେଳୁଥିବା ବେଳେ ଯୁବକଙ୍କ ଉପରେ ହେଲା ବଜ୍ରପାତ: ଟଳିପଡ଼ିଲେ…

ମୋହନା,୧୬।୫(ମନ୍ମଥ ମିଶ୍ର ):  ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବାଘମାରି ପଞ୍ଚାୟତ ଶୁଲୁବା ଗାଁ ରେ ଅଘଟଣ ଘଟିଛି।  ଗାଁ ନିକଟସ୍ଥ ଏକ ପଡିଆରେ ବୟନ୍ତ…

ସନ୍ତରଣରେ ପ୍ରତିଭା ଦେଖାଇଲେ ଛାତ୍ରୀଛାତ୍ର

ରାଉରକେଲା,୧୫।୫(ବିପ୍ଳବ ରଞ୍ଜନ ଦାଶ): ନବଗଠିତ ଜିଲା ସୁଇମିଂ ଆସୋସିଏଶନ ପକ୍ଷରୁ ବିର୍ସାମୁଣ୍ଡା ଆଥଲେଟିକ ସୁଇମିଂ ପୁଲ୍‌ରେ ଜିଲାସ୍ତରୀୟ ସନ୍ତରଣ ପ୍ରତିଯୋଗିତା ସଫଳତାର ସହ ଆୟୋଜିତ ହୋଇଯାଇଛି। ବିଭିନ୍ନ…

୫ଟଙ୍କା ଶସ୍ତା ହେଲା ପେଟ୍ରୋଲ; ଏହି ସରକାର କମାଇଲେ ତେଲଦାମ୍‌

ଇସଲାମାବଦ,୧୬।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଅନେକ ଦେଶକୁ ପ୍ରଭାବିତ କରୁଛି। ଯେତେବେଳେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପରିବର୍ତ୍ତନ ଘଟେ, ଏହାର ତୁରନ୍ତ ପ୍ରଭାବ ସାଧାରଣ ଲୋକଙ୍କ…

୩୩ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଦିବ୍ୟାଙ୍ଗ ମହିଳା ଗୁରୁତର

ନନ୍ଦପୁର,୧୬ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମର ଚାଷଜମି ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍‌ ଲାଇନର ଖୁଣ୍ଟ ଓ ତାର…

ଧରମ ଝିଅକୁ ୫ମାସର ଗର୍ଭବତୀ କରି ୨୦ବର୍ଷ ଜେଲ ଗଲେ ଦିବ୍ୟାଙ୍ଗ ବାପା।

କଳିଙ୍ଗନଗର, ୧୬।୫ (ଶୁଭାଶିଷ ରାଉତ): ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଦଣ୍ଡାଦେଶ ହୋଇଛି।…

ଗୃହ ବିଭାଗ ନିଜ ପାଖରେ ରଖିଲେ ବିଜୟ

ଚେନ୍ନାଇ,୧୬।୫: ତାମିଲନାଡୁର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ସୁପାରିଶ ଉପରେ କାର୍ଯ୍ୟ କରି ରାଜ୍ୟପାଳ ବିଶ୍ୱନାଥ ଆର୍ଲେକର ରାଜ୍ୟର ନୂତନ କ୍ୟାବିନେଟକୁ ବିଭାଗ ଆବଣ୍ଟନ କରିଛନ୍ତି।…

ଶକ୍ତି ସଙ୍କଟକୁ ନେଇ ବଡ଼ ଚେତାବନୀ ଦେଲେ ମୋଦି

ଆମଷ୍ଟରଡମ,୧୬।୫: ନେଦରଲ୍ୟାଣ୍ଡସର ହେଗରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱକୁ ଶକ୍ତି ସଙ୍କଟ ବିଷୟରେ ସତର୍କ କରାଇ ଦେଇଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଥିଲେ…

Video: ପଡ଼ିଆରେ ଏହି କ୍ରିକେଟରଙ୍କ ମୁଣ୍ଡରେ ଲାଗିଲା ଶକ୍ତ ଆଘାତ

ଇସଲାମାବାଦ,୧୫।୬: ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଶନିବାର (୧୬ ମଇ) ଠାରୁ ଆରମ୍ଭ ହୋଇଛି। ସିଲହଟରେ ଖେଳାଯାଉଥିବା ଏହି ମ୍ୟାଚର ପ୍ରଥମ ଦିନରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri