ନାତୁଣୀକୁ ବଞ୍ଚାଇବାକୁ ଯାଇ ଚାଲିଗଲା ଜେଜେଙ୍କ ଜୀବନ

ଅନୁଗୋଳ,୧୨।୫: ଅନୁଗୋଳ ଜିଲା ଆଠମଲ୍ଳିକ ବ୍ଲକ ପାଇକ ସାହିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନାତୁଣୀଙ୍କୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍‌ ଆଘାତରେ ଜେଜେଙ୍କ ମୃତ୍ୟୁ ଘଟିଛି।

ମିଳିଥିବା ସୂଚନା ମୁତାବକ, ଲୁଗା ଶୁଖାଉଥିବା ବେଳେ ନାତୁଣୀ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଯାଇଥିଲେ। ଏହା ଦେଖି ଜେଜେ ନାତୁଣୀଙ୍କୁ ବଞ୍ଚାଇବାକୁ ଯାଇଥିଲେ। ହେଲେ ବିଦ୍ୟୁତ୍‌ ଆଘାତରେ ଜେଜେଙ୍କ ମୃତ୍ୟୁ ଘଟିଥିବା ବେଳେ ନାତୁଣୀ ଗୁରୁତର ଅବସ୍ଥାରେ ଅନୁଗୋଳ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପୋଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି। ଏନେଇ ଗାଁରେ ଶୋକାକୂଳ ପରିସ୍ଥିତି ସୃଷ୍ଟି ହୋଇଛି।

Share