ଗୁରୁତର ଲକ୍ଷ୍ମଣଙ୍କୁ ୩ କି.ମି. ଭାରରେ ବୋହି ଡାକ୍ତରଖାନା ନେଲେ ନାତି

ଦଶମନ୍ତପୁର,୨ା୩( ଡି.ଏନ.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଚଣାବାଡ ପଞ୍ଚାୟତର ଥିବା ସଲପଗୁଡ଼ା ଗ୍ରାମରେ ଜଣେ ଗୁରୁତର ରୋଗୀ ଭାରରେ ବୁହା ହୋଇ ଡାକ୍ତରଖାନା ଯିବା ପରି ଦୃଶ୍ୟ ଗୁରୁବାର ଦେଖିବାକୁ ମିଳିଛି। ରାସ୍ତା ଅବସ୍ଥା ଅତି ଶୋଚନୀୟ ହୋଇପଡିଥିବାରୁ ତାଙ୍କୁ ତାଙ୍କ ନାତି ୩ କି.ମି. ଭାରରେ ବୋହି ଡାକ୍ତରଖାନା ନେଇଥିଲେ।
ଖବରରୁ ଜଣାପଡିଛି, ଗ୍ରାମର ଲକ୍ଷ୍ମଣ ହିକକା (୬୨)ଙ୍କ ବୁଧବାରଠାରୁ ପରିଶ୍ରାରେ ସମସ୍ୟା ଦେଖାଦେଇଥିଲା। ରାସ୍ତା ଅବସ୍ଥା ଏବଂ ଗ୍ରାମ ନିକଟରେ ଥିବା ପୋଡ଼ ନଦୀ ପାର ହୋଇ ସେ ଡାକ୍ତରଖାନା ଯାଇପାରୁ ନ ଥିଲେ। ତେବେ ସେ ପରିସ୍ରା ବନ୍ଦଜନିତ ସମସ୍ୟା ଯୋଗୁ ଗୁରୁବାର ଗୁରୁତର ହୋଇପଡିଥିଲେ। ଲକ୍ଷ୍ମଣଙ୍କ ଅବସ୍ଥା ଦେଖି ତାଙ୍କ ନାତି ସୁରେନ୍ଦ୍ର ହିକକା ତାଙ୍କୁ ଡାକ୍ତରଖାନା ନେବାକୁ ଏକ ଦୋଳା (ଭାର) ପ୍ରସ୍ତୁତ କରି ସେଥିରେ ଲକ୍ଷ୍ମଣଙ୍କୁ ବସାଇ ସମ୍ପର୍କୀୟ ଜହନ ହିକକାଙ୍କ ସହାୟତାରେ ବୋହି ଆଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…

ଅକ୍ଟୋବର ସୁଦ୍ଧା ସରିବ ପୋଲିସ ଏସ୍‌ଆଇ ପରୀକ୍ଷା

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପ୍ରଶ୍ନପତ୍ର ଲିକ୍‌ ଓ ନିଯୁକ୍ତି ଅନିୟମିତା ଯୋଗୁ ଦେଢ଼ବର୍ଷ ଧରି ପୋଲିସ ସବ୍‌-ଇନ୍ସପେକ୍ଟର (ଏସ୍‌ଆଇ) ପରୀକ୍ଷା ଅନିଶ୍ଚିତତା ଭିତରେ ରହିଥିବାବେଳେ ଇତିମଧ୍ୟରେ ବହୁ ଆବେଦନକାରୀଙ୍କ…

ଗୋଲ୍ଡେନ୍‌ ବୁଟ୍‌ ରେସ୍‌ରେ ମେସିଙ୍କ ସମକକ୍ଷ ଏମ୍‌ବାପେ

ଇଷ୍ଟ ରଦରଫୋର୍ଡ,୨ା୭ (ଏପି):ଚଳିତ ଫିଫା ବିଶ୍ୱକପ୍‌ରେ ଫ୍ରାନ୍ସ ତା’ର ବିଜୟଧାରା ଜାରି ରଖି ପ୍ରି-କ୍ୱାର୍ଟରରେ ପ୍ରବେଶ କରିଛି। କିଲିଆନ ଏମ୍‌ବାପେଙ୍କ ଡବଲ ଗୋଲ୍‌ ବଳରେ ବୁଧବାର ଅନୁଷ୍ଠିତ…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri