ଅଜାଙ୍କ ଶ୍ରାଦ୍ଧବାର୍ଷିକୀରେ ଭୋଜିରନ୍ଧା ଚୁଲିରେ ପଡ଼ି ନାତି ମୃତ

ମହାକାଳପଡ଼ା,୧୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାରଡାଙ୍ଗ ପଞ୍ଚାୟତ ଅନ୍ତର୍ଗତ ପାରେଶ୍ୱରପୁର ଗ୍ରାମର ମଦନ ସୁନ୍ଦର ପ୍ରଧାନ ବାପାଙ୍କର ଶୁକ୍ରବାର ଶ୍ରାଦ୍ଧବାର୍ଷିକୀ ଭୋଜି ପାଇଁ ରୋଷେଇ ହେଉଥିଲା। ମଦନଙ୍କ ଏକମାତ୍ର ପୁତ୍ର ଓଁକାର ପ୍ରଧାନ(୪) ରୋଷେଇ ହେଉଥିବା ବେଳେ ଅସାବଧାନତା ଯୋଗୁ ପଛୁଆ ଖେଳି ଖେଳି ଯାଇ ଚୁଲିରେ ପଡ଼ିଯାଇଥିଲେ। ତୁରନ୍ତ ତାଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ମହାକାଳପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ପରେ ଗୁରୁତର ଅବସ୍ଥାରେ କେନ୍ଦ୍ରାପଡ଼ା ଜିଲା ଚିକିତ୍ସାଳୟରେ ଚିକିତ୍ସା ପରେ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଆଇସିୟୁ ଭେଣ୍ଟିଲେଟର ଚିକିତ୍ସା ଚାଲିଥିବା ବେଳେ ମୃତ୍ୟୁ ହୋଇଥିଲା। ମଙ୍ଗଳାବାଗ ପୋଲିସ ମେଡିକାଲରେ ପହଞ୍ଚି ମୃତ ଶିଶୁକୁ ଜବତ କରିବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଚ୍ଛେଦ କରାଯାଇଛି ବୋଲି ପରିବାର ସୂତ୍ରରୁ କୁହାଯାଇଛି। ଏ ନେଇ ପରିବାର ପକ୍ଷରୁ ଅତିରିକ୍ତ ତହସିଲଦାର ପ୍ରଭଞ୍ଜନ ମିଶ୍ରଙ୍କୁ ଲିଖିତ ଅଭିଯୋଗ କରାଯାଇଛି। ସ୍ଥାନୀୟ ରାଜସ୍ବ ନିରୀକ୍ଷକ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ରିପୋର୍ଟ କରିଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାଟଣା ରେଞ୍ଜର ସମୀକ୍ଷା କଲେ ଡିଏଫଓ, ବିଦ୍ୟୁତ ପ୍ରହରୀ…

ପାଟଣା,୫।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କାର୍ଯ୍ୟାଳୟରେ ବୁଧବାର ରେଞ୍ଜସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ କେନ୍ଦୁଝର ବନଖଣ୍ଡର ଡିଭିଜନାଲ ଫରେଷ୍ଟ…

ଖଣ୍ଡାଦେଉଳି ଅଞ୍ଚଳରେ ଶୋକର ଛାୟା, ୪ ଥର ସରପଞ୍ଚ ହୋଇଥିଲେ କମ୍ରେଡ ଲିଙ୍ଗରାଜ

ଗଞ୍ଜାମ,୫।୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଖଣ୍ଡାଦେଉଳି ପଂଚାୟତର ପୂର୍ବତନ ସରପଞ୍ଚ ତଥା ବରିଷ୍ଠ ସିପିଏମ ନେତା କମ୍ରେଡ ଲିଙ୍ଗରାଜ ପଲେଇଙ୍କ ଦେହାନ୍ତ ହୋଇଛି ।…

ଏମିତି କହି କାନ୍ଦି ପକାଇଲେ ଶେଖ ହାସିନା, ସ୍ୱପ୍ନର ବାଂଲାଦେଶ….

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନିର୍ବାସନର ଦ୍ୱିତୀୟ ବର୍ଷପୂର୍ତ୍ତି ଅବସରରେ ଦେଇଥିବା ଉଦ୍‌ବୋଧନରେ ଦେଶର ବର୍ତ୍ତମାନ ସ୍ଥିତିକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି…

ଚିଲିକାରୁ ୧୦୦ ଏକର ବେଆଇନ ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୫।୮ (କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକା ହ୍ରଦରୁ ବେଆଇନ ଘେରି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ତହସିଲ ପ୍ରଶାସନ…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ କଡ଼ା ସମାଲୋଚନା: ମହିଳା ଆନ୍ଦୋଳନକାରୀଙ୍କ ଘରକୁ ଗୁଣ୍ଡା ପଠାଇ…

ନୂଆଦିଲ୍ଲୀ,୫।୮: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ର ଆନ୍ଦୋଳନ ସମୟରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସିଧାସଳଖ ଦାୟୀ କରିଛନ୍ତି…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri