ଅନ୍‌ଲାଇନ୍‌ ଗେମ୍‌ ଖେଳି ଜେଜେବାପାଙ୍କ ଆକାଉଣ୍ଟ ଖାଲି କଲେ ନାତି

ଲୁଧିଆନା,୬।୭: ଅନ୍‌ଲାଇନ୍‌ରେ ଗେମ୍‌ ଖେଳିବା ଆଜିକାଲି ଯୁବପିଢ଼ିଙ୍କ ସଉକ ପାଲଟିଗଲାଣି। ଏଥିଯୋଗୁ ପିଲାମାନଙ୍କ ମାନସିକ ସ୍ଥିତି ଉପରେ ପ୍ରଭାବ ପଡ଼ିବା ସହ ଅଭିଭାବକଙ୍କ ଆର୍ଥିକ ସ୍ଥିତି ଉପରେ ମଧ୍ୟ ପ୍ରଭାବ ପକାଉଛି। ଅନ୍‌ଲାଇନ୍‌ ଗେମ୍‌କୁ ପିଲାମାନେ ଏତେ ଆଶକ୍ତ ହୋଇଯାଇଛନ୍ତି ଯେ, ତାଙ୍କ ଚାରିପାଖରେ କ’ଣ ଘଟୁଛି ତାହା ଜାଣିପାରୁନାହାନ୍ତି। କିଛି ଏଭଳି ଘଟଣା ଘଟିଛି ପଞ୍ଜାବରେ। ପୁଣି ଜଣେ ନାବାଳକ ପବ୍‌ଜି ଖେଳି ଆକାଉଣ୍ଟରୁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରିଦେଇଛନ୍ତି। ସୂଚନାଯୋଗ୍ୟ, ପଞ୍ଜାବର ମୋହାଲିରେ ଜଣେ ୧୫ବର୍ଷର ନାବାଳକ ମୋବାଇଲରେ ପବ୍‌ଜି ଖେଳି ନିଜ ଜେଜେବାପାଙ୍କ ଆକାଉଣ୍ଟରୁ ୨ଲକ୍ଷଟଙ୍କା ଖର୍ଚ୍ଚ କରିଦେଇଥିବା ଅଭିଯୋଗ ହୋଇଛି। ଜେଜେବାପାଙ୍କ ପେନ୍‌ସନ୍‌ ଟଙ୍କାଙ୍କୁ ଉକ୍ତ ନାବାଳକ ଖର୍ଚ୍ଚ କରିଦେଇଥିବା ଜଣାପଡ଼ିଛି। ଗତ ୨ମାସ ଭିତରେ ସେ ୩୦ଟି ଟ୍ରାଞ୍ଜାକ୍ସନ କରିଥିବା ବେଳେ ନିକଟରେ ପେଟିଏମ୍‌ ଜରିଆରେ ଟଙ୍କା ଦେଇଥିବା ଜଣାପଡ଼ିଛି। ନାବାଳକଙ୍କ ଏଭଳି କାରନାମା ବିଷୟରେ ପରିବାର ଲୋକଙ୍କୁ ସେତେବେଳେ ଜଣାପଡ଼ିଥିଲା ଯେତେବେଳେ ପାସ୍‌ବୁକ ଅପଡେଟ୍‌ ପାଇଁ ବ୍ୟାଙ୍କକୁ ଯାଇଥିଲେ। ତେବେ ୨ଲକ୍ଷ ଟଙ୍କା ଖର୍ଚ୍ଚ କରିଥିବା ନେଇ ଉକ୍ତ ନାବାଳକ ମଧ୍ୟ ସ୍ବୀକାର କରିଥିଲେ। ଏହି ମାମଲାରେ ଉକ୍ତ ନାବାଳକଙ୍କ ସ୍କୁଲର ଜଣେ ସିନିୟର ଛାତ୍ରଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି। କାରଣ ଉକ୍ତ ନାବାଳକଙ୍କୁ ଛାତ୍ର ଜଣଙ୍କ ଏଭଳି କରିବା ପାଇଁ ଉସୁକାଇଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଗତ ସପ୍ତାହରେ ପଞ୍ଜାବରେ ୧୭ ବର୍ଷର ଜଣେ ନାବାଳକ ବାପାଙ୍କ ଆକାଉଣ୍ଟରୁ ୧୬ଲକ୍ଷ ଟଙ୍କା ଖର୍ଚ୍ଚ କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri