ଅନୁଦାନ ମିଳିଲାନି, ବନ୍ଦ ହେଲା ସରକାରୀ କାର୍ଯ୍ୟକ୍ରମ

ହାଟଡିହୀ/ଛେନାପଦୀ,୨୬ା୪(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ଅନୁଦାନ ପ୍ରଦାନ ନ ହେବାରୁ ଏକ ସରକାରୀ କାର୍ଯ୍ୟକ୍ରମ ବନ୍ଦ ହୋଇଛି। ଯାହାକୁ ନେଇ କଳାକାରମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। କଳାକାରମାନଙ୍କୁ ଉପେକ୍ଷା କରାଯାଉଥିବା କୁହାଯାଇଛି।

ସୂଚନା ଅନୁସାରେ, ଓଡ଼ିଆପକ୍ଷ ୨୦୨୬ ଅବସରରେ ଏପ୍ରିଲ ୧୦କୁ ଲୋକକଳା ପାଇଁ ଦିନଟିଏ ଭାବରେ ପାଳନ କରିବା ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଶାସନ ସଚିବ ଚିଠି ନଂ ୧୨୦୪/୨୩ ଫେବୃଆରୀ ୨୦୨୬ ଅନୁସାରେ ସମସ୍ତ ଜିଲା ସଂସ୍କୃତି ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ନିର୍ଦ୍ଦେଶ ମୁତାବକ ରାଜ୍ୟର ବିଭିନ୍ନ ବ୍ଲକରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କିନ୍ତୁ କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଧୀନ ହାଟଡିହୀ, ଆନନ୍ଦପୁର ଏବଂ ଘସିପୁରା ବ୍ଲକରେ ଏହି କାର୍ଯ୍ୟକ୍ରମ ଅନୁଦାନ ନ ଥିବାରୁ ବନ୍ଦ ହୋଇଥିଲା ।

ସୂଚନାଯୋଗ୍ୟ, ଜିଲାପାଳଙ୍କ କାର୍ଯ୍ୟାଳୟ ଚିଠି ନଂ ୪୧୩/୨୫ ମାର୍ଚ୍ଚ ୨୦୨୬ ଅନୁସାରେ ସମସ୍ତ ବିଡିଓଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଜିଲାର ପ୍ରତିଷ୍ଠିତ ପାରମ୍ପରିକ କଳାକାରମାନଙ୍କୁ ସମ୍ମାନିତ ଏବଂ ସମ୍ବର୍ଦ୍ଧନା କରାଯିବା ସହ ପ୍ରତିଷ୍ଠିତ ଲୋକକଳାର ପ୍ରଚାର ପ୍ରସାର କରିବା ଉକ୍ତ କାର୍ଯ୍ୟକ୍ରମର ମୁଖ୍ୟ ଲକ୍ଷ୍ୟ ବୋଲି ଚିଠିରେ ଉଲ୍ଲେଖ ଅଛି। କିନ୍ତୁ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଲାନି କି କଳାକାରମାନେ ଏ ବାବଦରେ ସୂଚନା ପାଇଲେନି ବୋଲି ଅନେକ କଳାକାର କ୍ଷୋଭ ପ୍ରକାଶ କରି କହିଛନ୍ତି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ (ବିଏସ୍‌ଏସ୍‌ଓ) ସ୍ବାତୀ ସିଂ କହିଛନ୍ତି ଯେ, ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ପାଇଁ ଆମକୁ ନିର୍ଦ୍ଦେଶପତ୍ର ଆସିଥିଲା। କିନ୍ତୁ କାର୍ଯ୍ୟକ୍ରମ ପାଇଁ କୌଣସି ସରକାରୀ ଅନୁଦାନ ପ୍ରଦାନ କରାଯାଇ ନ ଥିଲା। ତେଣୁ କାର୍ଯ୍ୟକ୍ରମ ବନ୍ଦ ହୋଇଥିଲା। ଆନନ୍ଦପୁର ଉପଖଣ୍ଡ ଅଧୀନ ଅନ୍ୟ ଦୁଇ ବ୍ଲକ ଆନନ୍ଦପୁର ଏବଂ ଘସିପୁରା ବ୍ଲକରେ ମଧ୍ୟ ଉକ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇନାହିଁ। ଗତବର୍ଷ ମଧ୍ୟ ହାଟଡିହୀ ବ୍ଲକରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ନ ଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?