ଅନୁଦାନ ମିଳିଲା, ଆଶଙ୍କାରେ ଉନ୍ନତି

ଢେଙ୍କାନାଳ ଅଫିସ,୧୮।୨: କପିଳାସ କ୍ଷେତ୍ରାଧିପତି ଶ୍ରୀ ଚନ୍ଦ୍ରଶେଖରଜୀଉଙ୍କ ଆସ୍ଥାନ ତଥା ପ୍ରସିଦ୍ଧ ଶୈବକ୍ଷେତ୍ର କପିଳାସ ପୀଠର ଗର୍ଭଗୃହ ଦୁର୍ବଳ ହୋଇପଡ଼ିଛି। ସାମାନ୍ୟ ବର୍ଷା ହେଲେ ଭିଜୁଛନ୍ତି ମହାଦେବ। ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ)ର ଅବହେଳାରୁ ଏଭଳି ସ୍ଥିତି ସୃଷ୍ଟି ହୋଇଥିବା ସେବାୟତମାନେ ଅଭିଯୋଗ ଆଣିବା ପରେ ଏହାକୁ ନେଇ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ଏହାପରେ ପୀଠର ମୁଖ୍ୟ ମନ୍ଦିର ମରାମତି ଏବଂ ଅନ୍ୟାନ୍ୟ ଆନୁଷଙ୍ଗିକ ଉନ୍ନୟନ କାର୍ଯ୍ୟ ଲାଗି ରାଜ୍ୟ ସରକାର ୧୦ କୋଟି ଟଙ୍କା ଅନୁଦାନ ମଞ୍ଜୁର କରିଛନ୍ତି। ହେଲେ ଏହି ଅର୍ଥ ଏବେ କିପରି କାର୍ଯ୍ୟରେ ଲାଗିବ ତାହାକୁ ନେଇ ଚିନ୍ତା ବଢ଼ିଛି। କାରଣ ଯଦିଓ ମନ୍ଦିର ପରିଚାଳନା ଦାୟିତ୍ୱ ଦେବୋତ୍ତର ବିଭାଗ ନିର୍ବାହ କରୁଛି, ହେଲେ ଏଏସ୍‌ଆଇ ଅଧୀନରେ ଥିବାରୁ ରାଜ୍ୟର ଏହି ପ୍ରମୁଖ ଶୈବପୀଠରେ ମରାମତି କାର୍ଯ୍ୟ ତ ଦୂରର କଥା, ସାମାନ୍ୟ ମାଟି ମୁଠାଏ ମଧ୍ୟ ପକାଇ ପାରୁନାହିଁ ଜିଲା ପ୍ରଶାସନ। ତେଣୁ ରାଜ୍ୟ ସରକାରଙ୍କ ଉକ୍ତ ଅନୁଦାନ ଅର୍ଥ କିପରି ମନ୍ଦିର ବିକାଶରେ ଲାଗିବ ତାହାକୁ ନେଇ ଏବେ ଆଶଙ୍କା ବଢ଼ିଛି।
ପ୍ରସିଦ୍ଧ ଜାଗରଯାତ୍ରାର ଅବ୍ୟବହିତ ପୂର୍ବରୁ ଶୁକ୍ରବାର କପିଳାସ ପୀଠ ପାଦଦେଶରେ ଧ୍ୟାନମୁଦ୍ରାରେ ଥିବା ମହାଦେବଙ୍କ ଭବ୍ୟ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଛି। ଏଥିସହ ବାରବାଙ୍କ ଘାଟିରାସ୍ତାରେ ଅବଶିଷ୍ଟ ୭ ବାଙ୍କରେ ଆଲୋକୀକରଣ କାର୍ଯ୍ୟ ଲୋକାର୍ପିତ କରାଯାଇଛି। ମୁଖ୍ୟ ଅତିଥି ଭାବେ ଖଣିମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଯୋଗଦେଇ ଉଭୟ ପ୍ରକଳ୍ପକୁ ଉଦ୍‌ଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ବିଧାୟକ ସୁଧୀର ସାମଲ, ଜିଲା ପରିଷଦ ସଭାନେତ୍ରୀ ଅର୍ଚ୍ଚନା ପୁହାଣ, ଜିଲାପାଳ ସରୋଜ ସେଠୀ, ଏସ୍‌ପି ଜ୍ଞାନରଞ୍ଜନ ମହାପାତ୍ର, ଉପଜିଲାପାଳ ତଥା ଦେବୋତ୍ତର ଅଧିକାରୀ ସ୍ନିଗ୍ଧାରାଣୀ ଧଳ, ଗଁଦିଆ ବିଡିଓ ଆଶିଷ ରଞ୍ଜନ ସାହୁ, ଦେଓଗଁା ସରପଞ୍ଚ ବିଜୟ କୁମାର ଦେହୁରୀ, ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ମନୋରଞ୍ଜନ ବିଶ୍ୱାଳ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ମନ୍ତ୍ରୀ କହିଲେ, କପିଳାସ ପୀଠର ଉନ୍ନତୀକରଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ବର୍ଷକ ମଧ୍ୟରେ ମନ୍ଦିରର ରୂପରେଖ ବଦଳିବ ବୋଲି ସେ ଆଶାବ୍ୟକ୍ତ କରିଛନ୍ତି।
ଅନ୍ୟପଟେ ଏହି ପ୍ରାଚୀନ ପୀଠର ପରିଚାଳନା ଦାୟିତ୍ୱରେ ଥିବା ଏଏସ୍‌ଆଇ ସହଯୋଗ ନ କଲେ କିପରି ଗର୍ଭଗୃହ ମରାମତି ହେବ ଏବଂ ଅନ୍ୟାନ୍ୟ ଉନ୍ନୟନ କାର୍ଯ୍ୟ ସମ୍ଭବ ହେବ ତାହା ଏବେ ବଡ଼ ପ୍ରଶ୍ନ ହୋଇ ଛିଡ଼ା ହୋଇଛି। କାରଣ ୨୦୦୪ରୁ କପିଳାସ ମନ୍ଦିର ଏଏସ୍‌ଆଇ ଅଧୀନରେ ରହିଛି। ଇତିମଧ୍ୟରେ ଦୀର୍ଘ ୧୯ ବର୍ଷ ଅତିକ୍ରାନ୍ତ ହୋଇସାରିଥିଲେ ମଧ୍ୟ ମନ୍ଦିରର ଆଖିଦୃଶିଆ ଉନ୍ନତୀକରଣ ହୋଇପାରିନାହିଁ। ଏଏସ୍‌ଆଇର ଜଟିଳ ଗାଇଡ୍‌ଲାଇନ ବିକାଶରେ ପ୍ରମୁଖ ବାଧକ ସାଜିଛି। ତେଣୁ ଇଚ୍ଛା ଥିଲେ ବି ପ୍ରଶାସନ କିମ୍ବା ରାଜ୍ୟ ସରକାର ସେଠାରେ ଉନ୍ନୟନ କାର୍ଯ୍ୟ ହାତକୁ ନେଇପାରୁନାହାନ୍ତି। ଏବେ ମଞ୍ଜୁର ହୋଇଥିବା ୧୦ କୋଟି ଟଙ୍କା ଅନୁଦାନ ଅର୍ଥ କିପରି ଖର୍ଚ୍ଚ ହେବ ତାହାକୁ ନେଇ ଆଶଙ୍କା ସୃଷ୍ଟି ହୋଇଛି।
ଏ ସଂକ୍ରାନ୍ତରେ ବିଧାୟକ ସାମଲ କୁହନ୍ତି, ଏଏସ୍‌ଆଇର ଅସହଯୋଗ ଯୋଗୁ ମନ୍ଦିର ବେଢ଼ାର ଉନ୍ନତୀକରଣ କାମ ହୋଇପାରୁନାହିଁ। ଏହାର ସମାଧାନ କିପରି ହେବ ସେ ନେଇ ୫-ଟି ସଚିବ ଗୁରୁତ୍ୱାରୋପ କରିଛନ୍ତି। ମନ୍ତ୍ରୀ ମଲ୍ଲିକ କୁହନ୍ତି, କପିଳାସ ସମେତ ରାଜ୍ୟର ଅନ୍ୟ ୫ଟି ପର୍ଯ୍ୟଟନସ୍ଥଳୀର ଉନ୍ନତୀକରଣ ପାଇଁ ମୁଖ୍ୟମନ୍ତ୍ରୀ ଅନୁଦାନ ମଞ୍ଜୁର କରିଛନ୍ତି। ଜନପ୍ରତିନିଧି, ପ୍ରଶାସନିକ ଅଧିକାରୀଙ୍କ ଉପସ୍ଥିତିରେ ଏଏସ୍‌ଆଇ କର୍ତ୍ତୃପକ୍ଷଙ୍କୁ ଡାକି ଆଲୋଚନା କରାଯିବ। ଯେପରି କାମ ଶୀଘ୍ର ଆରମ୍ଭ ହେବ, ସେ ଦିଗରେ ପଦକ୍ଷେପ ନିଆଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?