କେନାଲ ସଫେଇ ନାମରେ ଚାଲିଛି ଘାସକଟା

ସାଲେପୁର,୭ା୭(ଅରବିନ୍ଦ ଭୂୟାଁ): ଆଗକୁ ଚାଷ କାର୍ଯ୍ୟ ଆରମ୍ଭ ହେବାକୁ ଥିବାରୁ କେନ୍ଦ୍ରାପଡ଼ା କେନାଲ ସମେତ ଶାଖା କେନାଲଗୁଡ଼ିକୁ ସଫେଇ କରାଯାଉଛି। ସରକାରଙ୍କ ପକ୍ଷରୁ ଜଳସେଚନକୁ ଅଧିକ ଗୁରୁତ୍ୱ ଦେଇ କେନାଲଗୁଡିକୁ ସଫେଇ କରିବା ନିମନ୍ତେ ଅର୍ଥ ମଞ୍ଜୁର କରାଯାଉଥିବାବେଳେ ସଫେଇ କରୁଥିବା ସଂସ୍ଥା ଓ ବିଭାଗୀୟ ଅଧିକାରୀଙ୍କ ସଲାସୁତୁରାରେ ସଫେଇ ନାମରେ ଖାଲି ଘାସ କଟାଯାଇ ଟଙ୍କା ଆମତ୍ସାତ କରାଯାଉଥିବା ଅଭିଯୋଗ ହେଉଛି। ଆଗକୁ ଚାଷକାର୍ଯ୍ୟ ଆରମ୍ଭ ହେବାକୁ ଥିବାବେଳେ ଚାଷ ଜମିଗୁଡ଼ିକରେ କେନାଲ ମାଧ୍ୟମରେ ସୁରୁଖୁରୁରେ ଜଳସେଚନ କରିବାକୁ କେନାଲ ଗୁଡ଼ିକୁ ଜଳସେଚନ ବିଭାଗ ପକ୍ଷରୁ ସଫେଇ କରାଯାଉଛି। କିନ୍ତୁ ବିଭାଗୀୟ ଅଧିକାରୀଙ୍କ ଅନୁପସ୍ଥିତିରେ ମେଶିନ ମାଧ୍ୟମରେ ସଫେଇ ନାମରେ ଖାଲି ଘାସ ସଫା କରି ସରକାରୀ ଅର୍ଥ ଆମତ୍ସାତ କରିବା ପାଇଁ ଉଦ୍ୟମ ଚଳାଇଥିବା ଅଭିଯୋଗ ହୋଇଛି। ସାଲେପୁର ବ୍ଲକର କେନ୍ଦ୍ରାପଡ଼ା ମୁଖ୍ୟ କେନାଲରୁ ବାହାରିଥିବା ୬ନଂ. ଶାଖା କେନାଲର ସଫେଇ କାର୍ଯ୍ୟ ଏବେ ଚାଲୁଅଛି। ୬ ନଂ. କେନାଲର ଡାକପୋଲଠାରୁ ରୋଧପୁର ଗ୍ରାମ ପର୍ଯ୍ୟନ୍ତ ମେଶିନ ମାଧ୍ୟମରେ ସଫେଇ ନାମରେ ଖାଲି ଘାସ କଟା ଚାଲିଛି। ଯେଉଁ ସ୍ଥାନରେ କେନାଲ ପୋତି ହୋଇଯାଇଛି, ସେ ସ୍ଥାନରେ ମାଟି ଖୋଳାଯାଉନାହିଁ। ଫଳରେ କେନାଲରେ ପାଣି ଆସିଲେ ଜମିର ଶେଷମୁଣ୍ଡରେ କେନାଲ ପାଣି ପହଞ୍ଚତ୍ବାରେ ଆଶଙ୍କା ପ୍ରକାଶ ପାଇଛି। ପୂର୍ବରୁ ଠିକାଦାର ମାଧ୍ୟମରେ କେନାଲ ସଫେଇ କରାଯାଉଥିଲା, ଠିକ୍‌ ଭାବେ ଠିକାଦାର କେନାଲ ସଫେଇ କାର୍ଯ୍ୟ ନ କରିବାରୁ ବାରମ୍ବାର ଅଭିଯୋଗ ହେବାରୁ ଚଳିତ ବର୍ଷ ପାଣିପଞ୍ଚାୟତର ସଦସ୍ୟମାନଙ୍କ ଦ୍ୱାରା ଏହି କାର୍ଯ୍ୟ ସମ୍ପାଦନ ହେଉଥିଲେ ମଧ୍ୟ ଯଥା ପୂର୍ବଂ ତଥା ପରଂ ନ୍ୟାୟରେ ଏବେ ବି ସେହିପରି ସଫେଇ କାର୍ଯ୍ୟ ଚାଲୁଛି। ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏ ଦିଗରେ ଦୃଷ୍ଟି ଦେବାକୁ ଦାବି ହୋଇଛି। ଏ ସମ୍ପର୍କରେ ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ ଅକ୍ଷୟ କୁମାର ମଲିକଙ୍କୁ ପଚାରିବାରେ ଏ ନେଇ ଅଭିଯୋଗ ପହଞ୍ଚତ୍ଛି। ସଫେଇ କାର୍ଯ୍ୟ ଯେଉଁ ସ୍ଥାନରେ ଠିକ୍‌ ଭାବେ କରାଯାଇନାହିଁ, ପୁନର୍ବାର ସେହି ସ୍ଥାନରେ ସଫେଇ କାର୍ଯ୍ୟ କରାଯିବ ବୋଲି ସେ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର କେମିତି ପ୍ରେମରେ ପଡ଼ିଥିଲେ ଆମିର, ଜାଣନ୍ତୁ ଗୌରୀଙ୍କ ସହ ଭେଟର କାହାଣୀ-ଲଭ୍‌ଷ୍ଟୋରୀ

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ଟନିଷ୍ଟ’ ଆମିର ଖାନ ପୁଣିଥରେ ବିବାହ ବନ୍ଧନରେ ବାନ୍ଧିହେବେ। ଆସନ୍ତା ଜୁଲାଇ ୫ ତାରିଖରେ ସେ ତାଙ୍କର ଦୀର୍ଘଦିନର ବାନ୍ଧବୀ ଗୌରୀ ସ୍ପ୍ରାଟ୍‌ଙ୍କ…

ବାଣୀବିହାର ଡ୍ରେନ୍‌ରେ ଭାସିଗଲେ ଯୁବକ, ଅଗ୍ନିଶମ ବାହିନୀର ଚାଲିଛି ଖୋଜାଖୋଜି

ଭୁବନେଶ୍ୱର, ୪।୭: ରାଜଧାନୀରେ ବର୍ଷା ଆରମ୍ଭ ହେଉ ହେଉ ଏକ ଅଘଟଣ ଘଟିଛି। ଭୁବନେଶ୍ୱରର ବାଣୀବିହାର ଅଞ୍ଚଳରେ ଥିବା ପ୍ରମୁଖ ଡ୍ରେନ୍‌ରେ ପ୍ରବଳ ସ୍ରୋତରେ ଭାସି ଜଣେ…

ବିଜେଡ଼ି ନେତା ଭୃଗୁ ବକ୍ସିପାତ୍ରଙ୍କ ହୁମ୍ମା ରେଳ ଷ୍ଟେଶନ ଗ୍ରସ୍ତ, ଯାତ୍ରୀଙ୍କ ବିଭିନ୍ନ ସମସ୍ୟା ନେଇ କଲେ ଆଲୋଚନା

ଗଞ୍ଜାମ,୪।୭,(ବିଦ୍ୟାଧର ସାହୁ ): ବରିଷ୍ଟ ବିଜେଡ଼ି ନେତା ତଥା ରାଜ୍ୟ ବିଜେଡ଼ି ସାଧାରଣ ସମ୍ପାଦକ ଭୃଗୁ ବକ୍ସିପାତ୍ର ହୁମ୍ମା ରେଳ ଷ୍ଟେଶନରେ ପହଞ୍ଚି ଯାତ୍ରୀଙ୍କ ସୁବିଧା ଏବଂ…

ନିର୍ମାଣାଧୀନ କାନ୍ଥ ପଡ଼ି ଜଣେ ଶ୍ରମିକ ମୃତ, ଜଣେ ଗୁରୁତର

କେନ୍ଦୁଝର,୪।୭, (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ସରାସ ଗ୍ରାମରେ ନବ ନିର୍ମିତ ଏକ ଘରର ଛାତ ଉପର କାନ୍ଥ ଭୁଶୁଡ଼ି ପଡ଼ିବାରୁ ଜଣେ…

Parliament Monsoon Session: ଜୁଲାଇ ୨୦ରୁ ଅଗଷ୍ଟ ୧୩ ପର୍ଯ୍ୟନ୍ତ ଚାଲିବ ସଂସଦର ମୌସୁମୀ ଅଧିବେଶନ, ମିଳିଲା ରାଷ୍ଟ୍ରପତିଙ୍କ ଅନୁମୋଦନ

ନୂଆଦିଲ୍ଲୀ,୪।୭: ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୨୦ରେ ଆରମ୍ଭ ହେବ। କେନ୍ଦ୍ର ମନ୍ତ୍ରୀ କିରେନ ରିଜିଜୁ X ରେ ଏକ ପୋଷ୍ଟରେ କହିଛନ୍ତି ଯେ, ଭାରତ ସରକାରଙ୍କ…

‘କକ୍ରୋଚ ଜନତା ପାର୍ଟି’ର ପ୍ରତିବାଦକୁ ସମର୍ଥନ କଲେ ମହୁଆ ମୋଇତ୍ରା

ନୂଆଦିଲ୍ଲୀ,୪।୭: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରା ଶୁକ୍ରବାର ଜନ୍ତରମନ୍ତରରେ ଚାଲିଥିବା ପ୍ରତିବାଦରେ ଯୋଗ ଦେଇ କର୍ମୀ ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ସ୍ବର ଉଠାଇଥିଲେ। ଶିକ୍ଷା…

IND vs ENG 2nd T20: ବୈଭବ ସୂର୍ଯ୍ୟବଂଶୀଙ୍କୁ ଭୟ କରୁଛି ଇଂଲଣ୍ଡ? ତାଙ୍କୁ ମୁକାବିଲା କରିବା ପାଇଁ ଯୋଜନା ପ୍ରସ୍ତୁତ

ନୂଆଦିଲ୍ଲୀ,୪।୭: ବୈଭବ ସୂର୍ଯ୍ୟବଂଶୀ କେବେ ତାଙ୍କର ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିବେ? ଏହି ପ୍ରଶ୍ନ ବର୍ତ୍ତମାନ କ୍ରିକେଟ ଜଗତରେ ଚର୍ଚ୍ଚାର ବିଷୟ। ବୈଭବ ନିକଟରେ ଏକ ଇନଷ୍ଟାଗ୍ରାମ…

ଚର୍ଚ୍ଚା ସୃଷ୍ଟି କଲାଣି ବୈଭବ ସୂର୍ଯ୍ୟବଂଶୀଙ୍କ ‘New Chapter’ ଷ୍ଟୋରୀ, ଏହା ଡେବ୍ୟୁର ଏକ ସଙ୍କେତ ନା ଏକ ନୂଆ ସରପ୍ରାଇଜ? ଜାଣନ୍ତୁ…

ନୂଆଦିଲ୍ଲୀ,୪।୭: ସମସ୍ତେ ଜାଣିବାକୁ ଚାହାଁନ୍ତି ଯେ ଭାରତର ପ୍ରତିଭାବାନ ଯୁବ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀ କେବେ ଟିମ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ। ଏହି ଶନିବାର ମାଞ୍ଚେଷ୍ଟରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri