ପ୍ରଧାନମନ୍ତ୍ରୀ ମୋ’ ଗାଁକୁ ଆସିଥିବାରୁ କୃତଜ୍ଞ: ରାଷ୍ଟ୍ରପତି

ବାରିପଦା,୨୦ା୬: ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ରାଷ୍ଟ୍ରପତି ନିଜ ଶାଶୁଘର ଗାଁ ମୟୂରଭଞ୍ଜ ଜିଲାର ପାହାଡ଼ପୁର ଅଛନ୍ତି। ଏଠାରେ ଆଜି ଆସି ମଧ୍ୟ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

ଏହି ପରିପ୍ରେକ୍ଷୀରେ ଆୟୋଜିତ ସଭାରେ ରାଷ୍ଟ୍ରପତି କହିଛନ୍ତି, ପ୍ରଧାନମନ୍ତ୍ରୀ ମୋ ଗାଁ ପାହାଡ଼ପୁର, ରାଇରଙ୍ଗପୁର ଆସିଥିବାରୁ କୃତଜ୍ଞତା ଜଣାଉଛି। ଦେଶ ପ୍ରତି ତାଙ୍କର ଭଲ ପାଇବା ପାଇଁ ଧନ୍ୟବାଦ ମଧ୍ୟ ଜଣାଉଛି। ଆଜି ଓଡ଼ିଶା ପାଇଁ ଅନେକ ପ୍ରକଳ୍ପର ଶିଳାନ୍ୟା ଏବଂ ଲୋକାର୍ପଣ ହୋଇଛି। ମୟୂରଭଞ୍ଜ ପାଇଁ ଉନ୍ନତି ପ୍ରକଳ୍ପର ମଧ୍ୟ ଶିଳାନ୍ୟାସ କରାଯାଇଛି। ପ୍ରଧାନମନ୍ତ୍ରୀ ମୋର ଛୋଟ ଗାଁକୁ ଆସିବା ମାଟି ପ୍ରତି ତାଙ୍କର ମୋହ। ଜନଜାତିଙ୍କ ବିକାଶ ପାଇଁ ପ୍ରଧାନମନ୍ତ୍ରୀ ଅନେକ କିଛି ଭେଟି ଦେଇଛନ୍ତି। ଏହାଦ୍ବାରା ସ୍ଥାନୀୟ ଜନଜାତି ଲୋକେ ବେଶ ଉପକୃତ ହେବେ। ଯେଉଁସ୍ତରକୁ ଗଲେ ବି ସ୍ଥାନୀୟ ଅଞ୍ଚଳର ବିକାଶ ପାଇଁ କାର୍ଯ୍ୟ କରୁଛି। ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ନେଇ ଯୁଗାନ୍ତକାରୀ ପଦକ୍ଷେପ ନେଇଛନ୍ତି। ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବେ ସର୍ବାଧିକ ସମୟ ଶାସନରେ ରହିବା ନେଇ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି। ପ୍ରଧାନମନ୍ତ୍ରୀଙ୍କ ଦୂରଦୃଷ୍ଟି ସମ୍ପନ୍ନ ନେତୃତ୍ୱ ପାଇଁ ବିଶ୍ବରେ ସମ୍ମାନ ବଢ଼ିଛି। କରୋନା ମହାମାରୀ ସମୟରେ ସାରା ବିଶ୍ବକୁ ଟିକା ପ୍ରଦାନ କରିଛନ୍ତି।

ଏଥିସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କାର୍ଯ୍ୟକୁ ମଧ୍ୟ ପ୍ରଶଂସା କରୁଛି ବୋଲି ରାଷ୍ଟ୍ରପତି କହିଛନ୍ତି। ମୋହନଙ୍କ ନେତୃତ୍ୱରେ ରାଜ୍ୟକୁ ବହୁତ ପୁଞ୍ଜି ଆସିଛି। ସବୁ ବର୍ଗର ଲୋକଙ୍କ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନିରବଚ୍ଛିନ୍ନ ଉଦ୍ୟମ କରୁଛନ୍ତି। ଜନଜାତି ଲୋକଙ୍କ ଜୀବନ ଶୈଳୀକୁ ଅନୁସରଣ କରିବା ଉଚିତ ବୋଲି ରାଷ୍ଟ୍ରପତି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

ବିଧାୟକ ନିରଞ୍ଜନ ପୂଜାରୀଙ୍କ କାର୍‌କୁ ଅଣ୍ଡାମାଡ଼

ସୋନପୁର,୧୯ା୯(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ କାର୍‌ ଉପରକୁ ଶୁକ୍ରବାର ସନ୍ଧ୍ୟାରେ ଅଣ୍ଡାମାଡ଼ ହୋଇଛି। ପ୍ରଥମେ ତରଭା ବ୍ଲକର ଦେଉଳପଦର ଛକରେ…

କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…

ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ…

ନୂଆ ଆଇନରେ ସ୍ବାକ୍ଷର କଲେ ଟ୍ରମ୍ପ: ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧୯।୯: ରୁଷିଆ ଓ ଇରାନ ବିରୋଧରେ ଆମେରିକାର ନୂଆ ପଦକ୍ଷେପକୁ ନେଇ ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚା ଜୋର ଧରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲିଣ୍ଡସେ ଓ.…

ଇଣ୍ଡୋନେସିଆକୁ ମିଳିଲା ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର

ଜାକର୍ତ୍ତା, ୧୯।୯: ଇଣ୍ଡୋନେସିଆକୁ ଶୁକ୍ରବାର ଏହାର ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର ମିଳିଛି । ରାଷ୍ଟ୍ରପତି ପ୍ରଭୋବୋ ସୁବିଆଣ୍ଟୋଙ୍କ ସରକାର ଦେଶର ପୁରୁଣା ସେନାକୁ ଆଧୁନିକୀକରଣ କରିବା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?